ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ: ବିରୋଧୀଙ୍କ ହଟ୍ଟଗୋଳ, ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନରେ ଗୃହ ସ୍ବାଭାବିକ ଭାବେ ଆରମ୍ଭ ହୋଇଥିଲା। ହେଲେ ପରବର୍ତ୍ତୀ ସମୟରେ ଗୃହରେ ହଟ୍ଟଗୋଳ ଲାଗି ରହିବାରୁ ଗୃହକୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରାଯାଇଛି।

ପ୍ରଥମେ ଗୃହରେ ହାଜତ ମୃତ୍ୟୁ ପ୍ରସଙ୍ଗ ଉଠାଇଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ। ଏହି ଘଟଣାକୁ ସେ ନିନ୍ଦା କରିବା ସହ ବାଚସ୍ପତିଙ୍କ ରୁଲିଂ ଦାବି କରି ସମସ୍ତ କାର୍ଯ୍ୟସୂଚୀ ବାତିଲ କରି ମୋସନ ଆକାରରେ ଆଲୋଚନା ଦାବି କରିଥିଲେ।

ଅପରପକ୍ଷେ କଂଗ୍ରେସ ଦଳର ନେତା ନରସିଂହ ମିଶ୍ର ମଧ୍ୟ ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ବୋଲି କହିଥିଲେ। ଶାସକ ଦଳ ପକ୍ଷରୁ ବିଧାୟକ ଅମର ଶତପଥୀ ଏହାର ଉତ୍ତରରେ, ସରକାରଙ୍କ ପକ୍ଷରୁ ଉପଯୁକ୍ତ ପଦକ୍ଷେପ ନିଆଯାଉଛି ବୋଲି କହିଥିଲେ।
ପରେ ସ୍କୁଲ ବନ୍ଦ ପ୍ରସଙ୍ଗରେ ସର୍ବଦଳୀୟ ବୈଠକ ଡାକିବାକୁ ବାଚସ୍ପତିଙ୍କୁ ବିରୋଧୀ ଦାବି କରିଥିଲେ। ଗଣ ଶିକ୍ଷା ମନ୍ତ୍ରୀଙ୍କ ଉପସ୍ଥିତିରେ ସ୍କୁଲ ବନ୍ଦ ପ୍ରସଙ୍ଗରେ ଆଲୋଚନା ପାଇଁ ଉଭୟ ଭାଜପା ଓ କଂଗ୍ରେସ ଦାବି ଉଠାଇଥିଲେ। ଏହାକୁ ନେଇ ହଟ୍ଟଗୋଳ ଲାଗି ରହିବାରୁ ଗୃହକୁ ମୁଲତବୀ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ରଜରେ ଖୋର୍ଦ୍ଧା ଜିଲା ଛୁଟି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରଜ ଉପଲକ୍ଷେ ରାଜ୍ୟ ସରକାର ଜୁନ୍‌ ୧୪ ଓ ୧୫ ତାରିଖକୁ ସରକାରୀ ଛୁଟି ଦିବସ ଭାବେ ଘୋଷଣା କରିଛନ୍ତି। ତେବେ ଶେଷ ରଜ...

୨ ଦିନିଆ ରିମାଣ୍ଡରେ ଯିବେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,୧୫।୧୨(ବ୍ୟୁରେ): ବିଜେଡିରୁ ବହିଷ୍କୃତ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ୨ ଦିନିଆ ରିମାଣ୍ଡରେ ନେବ। ଏ ନେଇ ଭୁବନେଶ୍ୱର ଏସ୍‌ଡିଜିଏମ୍‌ କୋର୍ଟ ଅନୁମତି...

ଶହେ ପରତିଶତ ଅକ୍ଷମ ଯୋଗେଶ୍ୱର:ଭତାରେ ସୀମିତ ସରକାରୀ ସାହାଯ୍‌

ଡୁଙ୍ଗୁରିପାଲି, ୯ । ୭ (ଡି.ଏନ୍‌.ଏ.): ଦିବ୍ୟାଙ୍ଗମାନେ କେନ୍‌ଥେଇ ସମାଜର ମୁଖିଆ ଧାରରେ ସାମିଲ ହେଇପାରବେ ସେଥିରଲାଗି ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଯୋଜନା...

ଆସନ୍ତା ୧୩ରୁ ୟୁଜି, ୧୭ରୁ ପିଜି ପାଠପଢ଼ା

ଭୁବନେଶ୍ୱର, ୭।୧୦(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ଯୁକ୍ତ୩(ୟୁଜି) ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ସେହିଭଳି ସ୍ନାତକୋତ୍ତର(ପିଜି) ପାଠପଢ଼ା ୧୭...

ବର୍ଷା ଛାଡ଼ିଲା: ତିନି ଦିନ କୁହୁଡ଼ି

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ରାଜ୍ୟରେ ଆଉ ପ୍ରବଳ ବର୍ଷାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ,...

ବାଗ୍‌ଚୀ ଦମ୍ପତିଙ୍କ ସହ କଥା ହୋଇ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ଭୁବନେଶ୍ୱରରେ କ୍ୟାନ୍‌ସର ହସ୍ପିଟାଲ ଓ ଏକ କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ସୁବ୍ରତୋ ବାଗ୍‌ଚୀ ଓ ସୁସ୍ମିତା ବାଗ୍‌ଚୀ ୩୪୦ କୋଟି ଟଙ୍କା...

ବ୍ୟାସନଗର ଦୁରବସ୍ଥା ଦୂର ହୋଇପାରୁନି

ଯାଜପୁର ଅଫିସ,୨୯ା୧୧: କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ତଥା ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ସବୁକ୍ଷେତ୍ରରେ ଅବହେଳିତ। ସହରର ୨୬ଟି ୱାର୍ଡକୁ ସଂଯୋଗ କରୁଥିବା ରାସ୍ତା...

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ୧୬୯୫ ପଜିଟିଭ, ୨୭୯୫୮୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ୩୦ ଜିଲାରୁ ପୁଣି ୧୬୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

Advertisement
Archives

Model This Week