ଦ୍ବିତୀୟ ଦିନରେ ପହଞ୍ଚିଲା ଡ୍ରାଇଭର ମହାସଂଘର ଧର୍ମଘଟ: ଅତ୍ୟାବଶ୍ୟକ ସାମଗ୍ରୀ ଚିନ୍ତାରେ ଖାଉଟି

ବାଲିଗୁଡ଼ା:୧୬।୩(ଡି.ଏନ.ଏ): ମାର୍ଚ୍ଚ ୧୫ ତାରିଖରୁ ୧୦ ଦଫା ଦାବି ନେଇ ଅର୍ନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟ ବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରଖିଛି ଓଡ଼ିଶା ଡ୍ରାଇଭର ମହାସଂଘ। ଗୁରୁବାର ଧର୍ମଘଟ ଦ୍ବିତୀୟ ଦିନରେ ପହଞ୍ଚିଥିବା ବେଳେ କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ବୁଧବାରଠାରୁ ସମସ୍ତ ଘରୋଇ ଯାତ୍ରୀବାହୀ ବସ୍‌ ଚଳାଚଳ ବନ୍ଦ ଥିବାବେଳେ ଗୁରୁବାର ସରକାରୀ ବସକୁ ମଧ୍ୟ ଡ୍ରାଇଭର ସଂଘର ସଦସ୍ୟମାନେ ଅଟକାଇଥିବା ଦେଖିବାକୁ ମିଳିଛି। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଦୂରଦୂରାନ୍ତରୁ ପରୀକ୍ଷା ଦେବାକୁ ଆସିଥିବା ଛାତ୍ରୀଛାତ୍ର ତଥା ବିଭିନ୍ନ କାର୍ଯ୍ୟରେ ଆସିଥିବା ଜନସାଧାରଣ କିଭଳି ଘରକୁ ଫେରିବେ ସେନେଇ ଚିନ୍ତାରେ ଥିବା ଜଣାପଡ଼ିଛି। ସେପଟେ ବିଭିନ୍ନ ସ୍ଥାନରେ ମାଲବାହୀ ଟ୍ରକ୍‌ଗୁଡ଼ିକ ଅଟକି ରହିଥିବା ମଧ୍ୟ ଦେଖିବାକୁ ମିଳିଛି। ସେହିପରି ପେଟ୍ରୋଲ ପମ୍ପକୁ ମଧ୍ୟ ପେଟ୍ରୋଲ ଓ ଡିଜେଲ ଗାଡ଼ି ପହଞ୍ଚି ପାରୁନାହିଁ। ଫଳରେ ଦୁଇ ଚକିଆ ଓ ଚାରିକିଆ ଗାଡ଼ିକୁ ଆବଶ୍ୟକ ଅନୁଯାୟୀ ପେଟ୍ରୋଲ ଓ ଡିଜେଲ ମିଳିପାରୁ ନ ଥିବା ଦେଖିବାକୁ ମିଳିଛି । ସେପଟେ ପନିପରିବା ସମେତ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟ ପହଞ୍ଚି ପାରୁନଥିବାରୁ ଖାଉଟି ଏବେ ଚିନ୍ତାରେ ଥିବା ଜଣାପଡ଼ିଛି। ଡ୍ରାଇଭରମାନଙ୍କର ଏହି ଆନ୍ଦୋଳନ ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ସମାଧାନ କରିବାକୁ ଅଞ୍ଚଳବାସୀଙ୍କ ତରଫରୁ ଦାବି ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri