ଦ୍ବିତୀୟ ଦିନରେ ପହଞ୍ଚିଲା ଡ୍ରାଇଭର ମହାସଂଘର ଧର୍ମଘଟ: ଅତ୍ୟାବଶ୍ୟକ ସାମଗ୍ରୀ ଚିନ୍ତାରେ ଖାଉଟି

ବାଲିଗୁଡ଼ା:୧୬।୩(ଡି.ଏନ.ଏ): ମାର୍ଚ୍ଚ ୧୫ ତାରିଖରୁ ୧୦ ଦଫା ଦାବି ନେଇ ଅର୍ନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟ ବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରଖିଛି ଓଡ଼ିଶା ଡ୍ରାଇଭର ମହାସଂଘ। ଗୁରୁବାର ଧର୍ମଘଟ ଦ୍ବିତୀୟ ଦିନରେ ପହଞ୍ଚିଥିବା ବେଳେ କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ବୁଧବାରଠାରୁ ସମସ୍ତ ଘରୋଇ ଯାତ୍ରୀବାହୀ ବସ୍‌ ଚଳାଚଳ ବନ୍ଦ ଥିବାବେଳେ ଗୁରୁବାର ସରକାରୀ ବସକୁ ମଧ୍ୟ ଡ୍ରାଇଭର ସଂଘର ସଦସ୍ୟମାନେ ଅଟକାଇଥିବା ଦେଖିବାକୁ ମିଳିଛି। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଦୂରଦୂରାନ୍ତରୁ ପରୀକ୍ଷା ଦେବାକୁ ଆସିଥିବା ଛାତ୍ରୀଛାତ୍ର ତଥା ବିଭିନ୍ନ କାର୍ଯ୍ୟରେ ଆସିଥିବା ଜନସାଧାରଣ କିଭଳି ଘରକୁ ଫେରିବେ ସେନେଇ ଚିନ୍ତାରେ ଥିବା ଜଣାପଡ଼ିଛି। ସେପଟେ ବିଭିନ୍ନ ସ୍ଥାନରେ ମାଲବାହୀ ଟ୍ରକ୍‌ଗୁଡ଼ିକ ଅଟକି ରହିଥିବା ମଧ୍ୟ ଦେଖିବାକୁ ମିଳିଛି। ସେହିପରି ପେଟ୍ରୋଲ ପମ୍ପକୁ ମଧ୍ୟ ପେଟ୍ରୋଲ ଓ ଡିଜେଲ ଗାଡ଼ି ପହଞ୍ଚି ପାରୁନାହିଁ। ଫଳରେ ଦୁଇ ଚକିଆ ଓ ଚାରିକିଆ ଗାଡ଼ିକୁ ଆବଶ୍ୟକ ଅନୁଯାୟୀ ପେଟ୍ରୋଲ ଓ ଡିଜେଲ ମିଳିପାରୁ ନ ଥିବା ଦେଖିବାକୁ ମିଳିଛି । ସେପଟେ ପନିପରିବା ସମେତ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟ ପହଞ୍ଚି ପାରୁନଥିବାରୁ ଖାଉଟି ଏବେ ଚିନ୍ତାରେ ଥିବା ଜଣାପଡ଼ିଛି। ଡ୍ରାଇଭରମାନଙ୍କର ଏହି ଆନ୍ଦୋଳନ ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ସମାଧାନ କରିବାକୁ ଅଞ୍ଚଳବାସୀଙ୍କ ତରଫରୁ ଦାବି ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୫ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର

ବାଲେଶ୍ୱର ଅଫିସ/ ସୋର, ୨୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମର ଆଉ ୫ ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ...

ବାସଚ୍ୟୁତଙ୍କ ଥଇଥାନ ନିମନ୍ତେ ଦାବିପତ୍ର

କଣିହାଁ,୨୯।୬(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲଠାରେ ସମଲ ବ୍ୟାରେଜ ବ୍ରାହ୍ମଣୀ କ୍ଷତିଗ୍ରସ୍ତ ବାସଚ୍ୟୁତ ସଂଘ ତରଫରୁ ମଙ୍ଗଳବାର ଏକ ସଭା ଅନୁଷ୍ଠିତ ହୋଇଯାଇଛି।...

ପ୍ରବାସୀଙ୍କ ସହିତ ଭୋଜି ଖାଇ କ୍ୱାରାଣ୍ଟାଇନ୍‌ରେ ସରପଞ୍ଚ

କେନ୍ଦୁଝର,୨୨ା୫ (ସ୍ବ.ପ୍ର.)-କରୋନା ମହାମାରୀ ନିରାକରଣ ପାଇଁ ଜିଲାପାଳ କ୍ଷମତା ପାଇ କାମ କରୁଥିବା ବାଂଶପାଳ ବ୍ଲକର ଜଣେ ସରପଞ୍ଚ କେତେକ ପ୍ରବାସୀ ଓଡିଆ ସାଙ୍ଗଙ୍କ ସହ...

ଲକ୍ଷାଧିକ ଟଙ୍କାର ବାଣ ଜବତ

ବୈଶିଙ୍ଗା,୧୯ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ବେତନଟୀ ଓ ବୈଶିଙ୍ଗା ପୋଲିସର ଏକ ଟିମ୍‌ ବୈଶିଙ୍ଗା ଥାନା ଅନ୍ତର୍ଗତ ବାଛୁରୀପଡା ଗ୍ରାମରେ ଗୁରୁବାର ଚଢାଉ...

ଅର୍ଚ୍ଚନାଙ୍କ ଘର ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ୱର,୬।୧ (ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କୁ ବୁଧବାର ଝାରପଡ଼ା ଜେଲରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ୬ ଘଣ୍ଟା...

ଗୋଷ୍ଠୀ ପରିଚ୍ଛନ୍ନତା ଉପରେ ଗୁରୁତ୍ୱ

ଢେଙ୍କାନାଳ ଅଫିସ, ୧୭।୪ – ଗ୍ରାମାଞ୍ଚଳରେ କରୋନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମକୁ ଆଗେଇ ନେଉଛନ୍ତି ଢେଙ୍କାନାଳ ଜିଲାର ସ୍ବେଚ୍ଛାସେବୀ ଅନୁଷ୍ଠାନ। ପ୍ରଶାସନର ନିଷ୍ପତ୍ତି ପରେ ସାମାଜିକ...

ଆନ୍ଧ୍ରରେ ଓଡ଼ିଆ ପିଲାଙ୍କୁ ମିଳିନି ସାହିତ୍ୟ ବହି

ପାରଳାଖେମୁଣ୍ଡି,୩ା୧(ଡି.ଏନ୍‌.ଏ.): ଗଜପତି ଜିଲାକୁ ଲାଗି ରହିଥିବା ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍‌ ଜିଲାର ଚାପାରା ଜିଲା ପରିଷଦ ଉଚ୍ଚ ବିଦ୍ୟାଳୟ। ସ୍ବାଧୀନତା ପରେ ସୀମା ନିର୍ଦ୍ଧାରଣ ବେଳେ ଆନ୍ଧ୍ରପ୍ରଦେଶରେ...

ମଦ କାରବାର: ଢାବା ମାଲିକଙ୍କ ସମେତ ୨ ଗିରଫ

ନୂଆଗାଁ,୨୩।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ଥାନା ଅଞ୍ଚଳରେ ଅବାଧରେ ନିଶା କାରବାର ବଢିଚାଲିଥିବା ବେଳେ ତାହାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ତରଫରୁ ବୁଧବାର ରାତି ଅଧିଆ...

Advertisement
Archives

Model This Week