ଧୂମଧାମରେ ହୋଇଥିଲା ବିବାହ; ପରଦିନ କରୋନା ସଂକ୍ରମିତ ହେଲେ ବର: ୯ମ ଦିନରେ…

ନୂଆଦିଲ୍ଲୀ,୧୧।୫: ସହର ପରେ ଏବେ ଗାଁ ମୁହାଁ କରୋନା। ଫଳରେ ସଂକ୍ରମଣର ଆଶଙ୍କା ବୃଦ୍ଧି ପାଇବାରେ ଲାଗିଛି। ଏହାସତ୍ତ୍ୱେ ଗାଁମାନଙ୍କରେ ଠିକ୍‌ ଭାବେ କରୋନା ଗାଇଡ୍‌ଲାଇନ୍‌ ପାଳନ କରାଯାଉନାହିଁ। ସଚେତନତା ଅଭାବରୁ ଗ୍ରାମୀଣ ଅଞ୍ଚଳର ଅଧିକାଂଶ ଲୋକ କରୋନାରେ ସଂକ୍ରମିତ ହୋଇ ଜୀବନ ହାରୁଛନ୍ତି। ଏହିପରି ଏକ ଘଟଣା ରାଜସ୍ଥାନର ଜାଲୋର ଅଞ୍ଚଳରେ ଦେଖିବାକୁ ମିଳିଛି। ଏଠାରେ ବିବାହର କିଛି ଦିନ ପରେ କରୋନାରେ ସଂକ୍ରମିତ ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ସଭା, ସମାରୋହ ଏବଂ ବିବାହ ଉତ୍ସବ ଆଦି ଉପରେ ନାନାଦି କଟକଣା ଜାରି କରାଯାଇଛି। ରାଜସ୍ଥାନର ଗେହଲଟ ସରକାର ଲଗାତାର ଭାବେ ଲୋକଙ୍କୁ ସତର୍କ କରାଇବା ସହ ଏହି ସମୟରେ ବୈବାହିକ କାର୍ଯ୍ୟକ୍ରମର ଆୟୋଜନ ନ କରିବାକୁ ଅପିଲ ମଧ୍ୟ କରିଛନ୍ତି। ଏକାସାଙ୍ଗରେ ଅଧିକ ସଂଖ୍ୟକ ଲୋକଙ୍କ ଏକତ୍ରିତ ହେବାକୁ ବାରଣ କରାଯାଇଛି। ଏହାସତ୍ତ୍ୱେ ଗ୍ରାମଗୁଡ଼ିକରେ ବିବାହ ସମାରୋହ ଧୁମଧାମରେ ପାଳନ କରାଯାଉଛି। ସେଠାରେ ସାମାଜିକ ଦୂରତା ପାଳନ ତ ଦୂରର କଥା ମାସ୍କ ବି କେହି ପିନ୍ଧୁନାହାନ୍ତି। ଯାହାର ପରିଣାମସ୍ବରୂପ ରବିବାର ଏକ ନବବିବାହିତା ଦାମ୍ପତ୍ୟ ଜୀବନରେ ପ୍ରବେଶ କରିବାର କିଛି ଦିନ ପରେ ସ୍ବାମୀଙ୍କୁ ହରାଇଛନ୍ତି।

ଜାଲୋର ରାୟପୁରିଆର ଇଶ୍ୱର ସିଂହ ଦଓ୍ବେଡାଙ୍କ ଝିଅ କୃଷ୍ଣା କଓ୍ବରଙ୍କ ବିବାହ ଚଳିତ ବର୍ଷ ଏପ୍ରିଲ ୩୦ରେ ବେରଠ ଅଞ୍ଚଳର ଶୈତାନ ସିଂହଙ୍କ ସହ ହୋଇଥିଲା। ଏହି ବିବାହରେ କରୋନା ଗାଇଡଲାଇନ୍‌ ପାଳନ କରାଯାଇ ନ ଥିଲା। ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ପରେ ମେ’ ୧ରେ ବରବଧୂ ଘରକୁ ଫେରିଥିଲେ। ଉକ୍ତଦିନ ଶୈତାନ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଜାଲୋର ଡାକ୍ତରଖାନା ନିଆଯାଇଥିଲା। ସେଠାରେ ସେ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା। ତେବେ ସ୍ବାସ୍ଥାବସ୍ଥା ଗୁରୁତର ହେବାରୁ ତାଙ୍କୁ ସିରୋହି ଏବଂ ପରେ ପାଲନପୁର ଡାକ୍ତରଖାନା ନିଆଯାଇଥିଲା। ହେଲେ ମେ’ ୯ ରବିବାର ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଛି। ତେବେ ବିବାହ ଉତ୍ସବ ସମୟରେ କରୋନାର ଗାଇଡ୍‌ଲାଇନ୍‌ ପାଳନ କରାଯାଇ ନ ଥିବାରୁ ଏଭଳି ଘଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri