ମହୋତ୍ସବର ଦ୍ୱିତୀୟ ଦିନ: ଚଳଚ୍ଚିତ୍ର ଦେଖିଲେ ୧୫ ଶହ ଛାତ୍ରୀଛାତ୍ର

ଭବାନୀପାଟଣା,୧୪ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନରେ ଚାଲିଥିବା ଅନ୍ତର୍ଜାତୀୟ ଶିଶୁ ଓ ଯୁବ ଚଳଚ୍ଚିତ୍ର ମହୋତ୍ସବ ସୋମବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଏହି ଅବସରରେ ସ୍ଥାନୀୟ ୱିଜ୍‌ଡମ ପାର୍କ ପରିସରରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା।

ଶିଶୁ ଓ ଯୁବମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଶିଶୁ ମନସ୍ତତ୍ତ୍ୱ ଉପରେ ଆଧାରିତ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ୫ରୁ ଅଧିକ ଚଳଚ୍ଚିତ୍ର ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିଲା। ଏଥିରେ ଇନ୍‌ଷ୍ଟିଚ୍ୟୁଶନର ୧୫ ଶହରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଉପସ୍ଥିତ ରହି ବିଭିନ୍ନ ଭାଷାର ବହୁ ଚର୍ଚ୍ଚିତ ଫିଲ୍ମଗୁଡିକୁ ଉପଭୋଗ କରିଥିଲେ।

‘କ୍ରିଏଟିଂ ଇମ୍ପାକ୍ଟ ଫୁଲ ଫିଲ୍ମ ଆଣ୍ଡ କନେକ୍ଟିଂ ଉଇଥ ଇୟୋର ସେଲ୍ଫ’ ଶୀର୍ଷକ କର୍ମଶାଳାରେ ଖ୍ୟାତନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ ଜିତେନ୍ଦ୍ର ମିଶ୍ର, ପର୍ପଲ ଫିଲ୍ମ ଲ୍ୟାବ୍‌ସର ପ୍ରତିଷ୍ଠାତା ଶ୍ୱେତା ପରଖ, ଜର୍ଜିଆରୁ ରାଷ୍ଟ୍ରଦୂତ ସୁଶ୍ରୀ ଆନା ଡୋବୋର୍ଜଗିନିଡଜେ, ଲିଥୁନିଆରୁ ସୁଶ୍ରୀ ରାସା ଓଜିଉନାଇଟେ, ୟୁକ୍ରେନରୁ ଭୋଲୋଡିର୍ମି ପ୍ରିଟୁଲା ଯୋଗଦେଇ ଶିକ୍ଷାର୍ଥୀମାନେ ପଚାରିଥିବା ପ୍ରଶ୍ନର ଉତ୍ତର ଦେଇଥିଲେ। କାର୍ଯ୍ୟକ୍ରମରେ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନର ନିର୍ଦ୍ଦେଶକ ଡି. ଶ୍ୟାମ, ଅନ୍ୟତମ ନିର୍ଦ୍ଦେଶକ ଡି. ରାମ କୁମାର, ଏକାଡେମୀକ ଇନ୍‌ଚାର୍ଜ ଡି. ବିଜୟା, ପରିଚାଳନା କମିଟି ସଦସ୍ୟା ଡି. ପଦ୍ମିନୀ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ୟକ୍ଷା ଆରତି ମିଶ୍ର, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଯୁବରାଜ ନାୟକ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri