ମହୋତ୍ସବର ଦ୍ୱିତୀୟ ଦିନ: ଚଳଚ୍ଚିତ୍ର ଦେଖିଲେ ୧୫ ଶହ ଛାତ୍ରୀଛାତ୍ର

ଭବାନୀପାଟଣା,୧୪ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନରେ ଚାଲିଥିବା ଅନ୍ତର୍ଜାତୀୟ ଶିଶୁ ଓ ଯୁବ ଚଳଚ୍ଚିତ୍ର ମହୋତ୍ସବ ସୋମବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଏହି ଅବସରରେ ସ୍ଥାନୀୟ ୱିଜ୍‌ଡମ ପାର୍କ ପରିସରରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା।

ଶିଶୁ ଓ ଯୁବମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଶିଶୁ ମନସ୍ତତ୍ତ୍ୱ ଉପରେ ଆଧାରିତ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ୫ରୁ ଅଧିକ ଚଳଚ୍ଚିତ୍ର ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିଲା। ଏଥିରେ ଇନ୍‌ଷ୍ଟିଚ୍ୟୁଶନର ୧୫ ଶହରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଉପସ୍ଥିତ ରହି ବିଭିନ୍ନ ଭାଷାର ବହୁ ଚର୍ଚ୍ଚିତ ଫିଲ୍ମଗୁଡିକୁ ଉପଭୋଗ କରିଥିଲେ।

‘କ୍ରିଏଟିଂ ଇମ୍ପାକ୍ଟ ଫୁଲ ଫିଲ୍ମ ଆଣ୍ଡ କନେକ୍ଟିଂ ଉଇଥ ଇୟୋର ସେଲ୍ଫ’ ଶୀର୍ଷକ କର୍ମଶାଳାରେ ଖ୍ୟାତନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ ଜିତେନ୍ଦ୍ର ମିଶ୍ର, ପର୍ପଲ ଫିଲ୍ମ ଲ୍ୟାବ୍‌ସର ପ୍ରତିଷ୍ଠାତା ଶ୍ୱେତା ପରଖ, ଜର୍ଜିଆରୁ ରାଷ୍ଟ୍ରଦୂତ ସୁଶ୍ରୀ ଆନା ଡୋବୋର୍ଜଗିନିଡଜେ, ଲିଥୁନିଆରୁ ସୁଶ୍ରୀ ରାସା ଓଜିଉନାଇଟେ, ୟୁକ୍ରେନରୁ ଭୋଲୋଡିର୍ମି ପ୍ରିଟୁଲା ଯୋଗଦେଇ ଶିକ୍ଷାର୍ଥୀମାନେ ପଚାରିଥିବା ପ୍ରଶ୍ନର ଉତ୍ତର ଦେଇଥିଲେ। କାର୍ଯ୍ୟକ୍ରମରେ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନର ନିର୍ଦ୍ଦେଶକ ଡି. ଶ୍ୟାମ, ଅନ୍ୟତମ ନିର୍ଦ୍ଦେଶକ ଡି. ରାମ କୁମାର, ଏକାଡେମୀକ ଇନ୍‌ଚାର୍ଜ ଡି. ବିଜୟା, ପରିଚାଳନା କମିଟି ସଦସ୍ୟା ଡି. ପଦ୍ମିନୀ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ୟକ୍ଷା ଆରତି ମିଶ୍ର, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଯୁବରାଜ ନାୟକ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri