ବ୍ରହ୍ମପୁର ନରାକାସ୍‌ କମିଟିର ଦ୍ୱିତୀୟ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୨୨।୩: (ଅଭୟ ଦାଶ): ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ବା ଏସ୍‌ବିଆଇ ବ୍ରହ୍ମପୁର ସଂଯୋଜନାରେ ବ୍ରହ୍ମପୁରସ୍ଥିତ ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ନରାକାସ)ର ଦ୍ୱିତୀୟ ଅର୍ଦ୍ଧବାର୍ଷିକ ବୈଠକ ବୁଧବାର ଏସ୍‌ବିଆଇ ବ୍ରହ୍ମପୁର ପ୍ରଶାସନିକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ନଗର ରାଜଭାଷା ସମିତିର ଅଧ୍ୟକ୍ଷ ତଥା ଏସ୍‌ବିଆଇର ଉପମହାପ୍ରବନ୍ଧକ ସନ୍ଦୀପ କୁମାର ଚୌବେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଆଇଆର୍‌ଏଲ୍‌ର ମହାପ୍ରବନ୍ଧକ ସିଭିଆର୍‌ ମୂର୍ତ୍ତି, ଇଣ୍ଡିଆନ୍‌ ଓଭରସିଜ୍‌ ବ୍ୟାଙ୍କର ଆଞ୍ଚଳିକ ପ୍ରବନ୍ଧକ ମନୀଷ କୁମାର, କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନର ଆଞ୍ଚଳିକ ଭବିଷ୍ୟନିଧି କମିଶନର ପ୍ରକାଶ ନାରାୟଣ ସିଂହ, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ଉପମଣ୍ଡଳ ପ୍ରମୁଖ ପ୍ରଦୀପ କୁମାର ଦାସ, କାନାରା ବ୍ୟାଙ୍କର ମଣ୍ଡଳ ପ୍ରବନ୍ଧକ ପବନ କୁମାର ଝା, କେନ୍ଦ୍ରୀୟ ବିଦ୍ୟାଳୟ ଛତ୍ରପୁର ପ୍ରଧାନାଚାର୍ଯ୍ୟ ଅଶ୍ୱିନୀ କୁମାରଙ୍କ ସମେତ କେନ୍ଦ୍ର ସରକାର, ବ୍ୟାଙ୍କ, ଉପକ୍ରମ, ବୀମା କମ୍ପାନୀର ୨୫ଟି କାର୍ଯ୍ୟାଳୟ ମୁଖ୍ୟ ତଥା ରାଜଭାଷା ଅଧିକରୀମାନେ ଉପସ୍ଥିତ ଥିଲେ। ଅଧ୍ୟକ୍ଷ ଚୌବେ ଏବଂ ସମ୍ମାନିତ ଅତିଥି ସିଭିଆର୍‌ ମୂର୍ତ୍ତିଙ୍କୁ ସ୍ବାଗତ କରିବା ସହ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ଏହାପରେ ନଗର ରାଜଭାଷା ସମିତିର ସଦସ୍ୟ ସଚିବ ଡ. ବନବିହାରୀ ସାହୁ ସ୍ବାଗତ ଭାଷଣରେ ସମସ୍ତ ସଦସ୍ୟଙ୍କୁ ଆନୁଷ୍ଠାନିକ ଭାବେ ସ୍ବାଗତ କରିଥିଲେ। ସଦସ୍ୟ ସଚିବ ବିଗତ ଅର୍ଦ୍ଧବାର୍ଷିକୀ ମଧ୍ୟରେ ସଦସ୍ୟ କାର୍ଯ୍ୟାଳୟଗୁଡ଼ିକରେ ରାଜଭାଷାର ପ୍ରଚାରପ୍ରସାର ପାଇଁ ଆୟୋଜିତ ବିଭିନ୍ନ ହିନ୍ଦୀ କାର୍ଯ୍ୟକ୍ରମ ସମ୍ପର୍କିତ ଏକ ରିପୋର୍ଟ ଉପସ୍ଥାପନ କରିଥିଲେ। ଅଧ୍ୟକ୍ଷ ଚୌବେ ତାଙ୍କ ସମୀକ୍ଷାରେ ବ୍ରହ୍ମପୁରର ସଦସ୍ୟ କାର୍ଯ୍ୟାଳୟଗୁଡ଼ିକର କାର୍ଯ୍ୟଦକ୍ଷତାକୁ ପ୍ରଶଂସା କରିବା ସହ ରାଜଭାଷାର ଠିକ୍‌ ରିପୋର୍ଟିଂ ଓ କାର୍ଯ୍ୟକାରିତା ସମ୍ପର୍କରେ ସମସ୍ତଙ୍କୁ ମାର୍ଗଦର୍ଶନ କରିଥିଲେ। ଚୌବେ ସମସ୍ତ ସଦସ୍ୟ କାର୍ଯ୍ୟାଳୟକୁ ସେମାନଙ୍କ ସକ୍ରିୟ ଅବଦାନ ପାଇଁ ଧନ୍ୟବାଦ ଜଣାଇବା ସହ ହିନ୍ଦୀ ଭାଷାର ଗୁରୁତ୍ୱ ଉପରେ ବିସ୍ତୃତ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri