ବ୍ରହ୍ମପୁର ନରାକାସ୍‌ କମିଟିର ଦ୍ୱିତୀୟ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୨୨।୩: (ଅଭୟ ଦାଶ): ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ବା ଏସ୍‌ବିଆଇ ବ୍ରହ୍ମପୁର ସଂଯୋଜନାରେ ବ୍ରହ୍ମପୁରସ୍ଥିତ ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ନରାକାସ)ର ଦ୍ୱିତୀୟ ଅର୍ଦ୍ଧବାର୍ଷିକ ବୈଠକ ବୁଧବାର ଏସ୍‌ବିଆଇ ବ୍ରହ୍ମପୁର ପ୍ରଶାସନିକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ନଗର ରାଜଭାଷା ସମିତିର ଅଧ୍ୟକ୍ଷ ତଥା ଏସ୍‌ବିଆଇର ଉପମହାପ୍ରବନ୍ଧକ ସନ୍ଦୀପ କୁମାର ଚୌବେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଆଇଆର୍‌ଏଲ୍‌ର ମହାପ୍ରବନ୍ଧକ ସିଭିଆର୍‌ ମୂର୍ତ୍ତି, ଇଣ୍ଡିଆନ୍‌ ଓଭରସିଜ୍‌ ବ୍ୟାଙ୍କର ଆଞ୍ଚଳିକ ପ୍ରବନ୍ଧକ ମନୀଷ କୁମାର, କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନର ଆଞ୍ଚଳିକ ଭବିଷ୍ୟନିଧି କମିଶନର ପ୍ରକାଶ ନାରାୟଣ ସିଂହ, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ଉପମଣ୍ଡଳ ପ୍ରମୁଖ ପ୍ରଦୀପ କୁମାର ଦାସ, କାନାରା ବ୍ୟାଙ୍କର ମଣ୍ଡଳ ପ୍ରବନ୍ଧକ ପବନ କୁମାର ଝା, କେନ୍ଦ୍ରୀୟ ବିଦ୍ୟାଳୟ ଛତ୍ରପୁର ପ୍ରଧାନାଚାର୍ଯ୍ୟ ଅଶ୍ୱିନୀ କୁମାରଙ୍କ ସମେତ କେନ୍ଦ୍ର ସରକାର, ବ୍ୟାଙ୍କ, ଉପକ୍ରମ, ବୀମା କମ୍ପାନୀର ୨୫ଟି କାର୍ଯ୍ୟାଳୟ ମୁଖ୍ୟ ତଥା ରାଜଭାଷା ଅଧିକରୀମାନେ ଉପସ୍ଥିତ ଥିଲେ। ଅଧ୍ୟକ୍ଷ ଚୌବେ ଏବଂ ସମ୍ମାନିତ ଅତିଥି ସିଭିଆର୍‌ ମୂର୍ତ୍ତିଙ୍କୁ ସ୍ବାଗତ କରିବା ସହ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ଏହାପରେ ନଗର ରାଜଭାଷା ସମିତିର ସଦସ୍ୟ ସଚିବ ଡ. ବନବିହାରୀ ସାହୁ ସ୍ବାଗତ ଭାଷଣରେ ସମସ୍ତ ସଦସ୍ୟଙ୍କୁ ଆନୁଷ୍ଠାନିକ ଭାବେ ସ୍ବାଗତ କରିଥିଲେ। ସଦସ୍ୟ ସଚିବ ବିଗତ ଅର୍ଦ୍ଧବାର୍ଷିକୀ ମଧ୍ୟରେ ସଦସ୍ୟ କାର୍ଯ୍ୟାଳୟଗୁଡ଼ିକରେ ରାଜଭାଷାର ପ୍ରଚାରପ୍ରସାର ପାଇଁ ଆୟୋଜିତ ବିଭିନ୍ନ ହିନ୍ଦୀ କାର୍ଯ୍ୟକ୍ରମ ସମ୍ପର୍କିତ ଏକ ରିପୋର୍ଟ ଉପସ୍ଥାପନ କରିଥିଲେ। ଅଧ୍ୟକ୍ଷ ଚୌବେ ତାଙ୍କ ସମୀକ୍ଷାରେ ବ୍ରହ୍ମପୁରର ସଦସ୍ୟ କାର୍ଯ୍ୟାଳୟଗୁଡ଼ିକର କାର୍ଯ୍ୟଦକ୍ଷତାକୁ ପ୍ରଶଂସା କରିବା ସହ ରାଜଭାଷାର ଠିକ୍‌ ରିପୋର୍ଟିଂ ଓ କାର୍ଯ୍ୟକାରିତା ସମ୍ପର୍କରେ ସମସ୍ତଙ୍କୁ ମାର୍ଗଦର୍ଶନ କରିଥିଲେ। ଚୌବେ ସମସ୍ତ ସଦସ୍ୟ କାର୍ଯ୍ୟାଳୟକୁ ସେମାନଙ୍କ ସକ୍ରିୟ ଅବଦାନ ପାଇଁ ଧନ୍ୟବାଦ ଜଣାଇବା ସହ ହିନ୍ଦୀ ଭାଷାର ଗୁରୁତ୍ୱ ଉପରେ ବିସ୍ତୃତ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri