Posted inରାଜ୍ୟ

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C ରେକର୍ଡ କରାଯାଇଛି । ତଥ୍ୟ ଅନୁଯାୟୀ, ଏହା ଅକ୍ଟୋବରରେ ପୁରୀର ଇତିହାସରେ ଦ୍ୱିତୀୟ ସର୍ବୋଚ୍ଚ ଦିନ ତାପମାତ୍ରା ।  ୧୮୯୬ ମସିହାରୁ ସଂଗୃହୀତ ପାଣିପାଗ ତଥ୍ୟକୁ ଆଧାର କରି ଏହି ରେକର୍ଡ ସାମ୍ନାକୁ ଆସିଛି ।

ପ୍ରାୟ ୧୩୦ ବର୍ଷର ତଥ୍ୟରେ ଅକ୍ଟୋବର ମାସରେ ଏଭଳି ଉଚ୍ଚ ତାପମାତ୍ରା ପୁରୀରେ ବିରଳ ବୋଲି ଜଣାପଡ଼ିଛି । ଏହା ପୂର୍ବରୁ ୨୦୨୪ ଅକ୍ଟୋବର ୪ ତାରିଖରେ ପୁରୀର ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା ୩୬.୩ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିଲା । ଯାହାକୁ ଏହି ନୂଆ ରେକର୍ଡ ପଛରେ ପକାଇଦେଇଛି । ଅର୍ଥାତ୍‌, ୨୦୨୪ରେ ରେକର୍ଡ ହୋଇଥିବା ୩୬.୩°C ତୁଳନାରେ ଚଳିତ ଥର ପୁରୀର ତାପମାତ୍ରା ୦.୩°C ଅଧିକ ରହିଛି।

ଅକ୍ଟୋବରରେ ସାଧାରଣତଃ ମୌସୁମୀ ପ୍ରଭାବ କମିବା ସହ ଦିନରେ ତାପମାତ୍ରା ଅଧିକ ଏବଂ ରାତିରେ ତାପମାତ୍ରା ତୁଳନାତ୍ମକ ଭାବେ କମ୍ ରହିପାରେ। କିନ୍ତୁ ପୁରୀ ଭଳି ଉପକୂଳ ଅଞ୍ଚଳରେ ଏଭଳି ସମୟରେ ୩୬ ଡିଗ୍ରୀରୁ ଅଧିକ ତାପମାତ୍ରା ରେକର୍ଡ ହେବା ଚର୍ଚ୍ଚାର ବିଷୟ ପାଲଟିଛି।

ଦିନ ତାପମାତ୍ରା ବୃଦ୍ଧି ଯୋଗୁଁ ପୁରୀ ସହରରେ ଦିନବେଳେ ଗରମ ଅନୁଭୂତ ହେଉଛି। ପର୍ଯ୍ୟଟନ ସହର ହୋଇଥିବାରୁ ଦିନ ସମୟରେ ପୁରୀକୁ ଆସୁଥିବା ପର୍ଯ୍ୟଟକ ଓ ଶ୍ରଦ୍ଧାଳୁମାନେ ମଧ୍ୟ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?