ଆଜି ସୁଭଦ୍ରାର ଦ୍ୱିତୀୟ କିସ୍ତି: ୧କୋଟି ୬୪ ହଜାର ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା

ଭୁବନେଶ୍ୱର, (ବନ୍ଦନା ସେଠୀ)/ ଛତ୍ରପୁର, ୮ା୩ (ସନ୍ତୋଷ ପାଢ଼ୀ):ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା। ପାଞ୍ଚଟି ପର୍ଯ୍ୟାୟରେ ମୋଟ ୧କୋଟି ୬୪ ହଜାର ମହିଳା ପ୍ରଥମ କିସ୍ତି ପାଇଥିବାବେଳେ ଶନିବାର ଗୋଟିଏ ଦିନରେ ସମସ୍ତ ହିତାଧିକାରୀଙ୍କ ଖାତାକୁ ଦ୍ୱିତୀୟ କିସ୍ତି ଟଙ୍କା ଯିବ। ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଭଦ୍ରା ଦ୍ୱିତୀୟ କିସ୍ତିର ଶୁଭାରମ୍ଭ କରିବେ। ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ, ପ୍ରାଣୀ ସମ୍ପଦ ଉନ୍ନୟନ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଆସିକା ଏମ୍‌ପି ଅନୀତା ଶୁଭଦର୍ଶିନୀଙ୍କ ସହ ଜିଲାର ସମସ୍ତ ବିଧାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ମୋଟ୍‌ ସୁଭଦ୍ରା ଆବେଦନକାରୀଙ୍କ ସଂଖ୍ୟା ୧ କୋଟି ୮ଲକ୍ଷ ଥିବାବେଳେ ମାର୍ଚ୍ଚ ୩୧ ଯାଏ ଆବେଦନ କରିଥିବା ଅବଶିଷ୍ଟ ହିତାଧିକାରୀଙ୍କୁ ସର୍ଭେ କରି ସରକାର ସାମିଲ କରିବେ। ସେମାନଙ୍କୁ ରାକ୍ଷୀ ପୂର୍ଣ୍ଣିମାରେ ଏକାଥରେ ୩ଟି କିସ୍ତି ଅର୍ଥାତ୍‌ ୧୫ହଜାର ଟଙ୍କା ମିଳିବ ବୋଲି ସୂଚନା ଦିଆଯାଇଛି। ଅପରପକ୍ଷେ ଶୁକ୍ରବାର ସନ୍ଧ୍ୟାରେ ପ୍ରତି ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଅନୁରୋଧ କରିଥିଲେ। ଗୋଟିଏ ଘରେ ଯେତେ ଜଣ ସୁଭଦ୍ରା ହିତାଧିକାରୀ ଥିବେ ସମସ୍ତେ ଗୋଟିଏ ଗୋଟିଏ ଦୀପ ଜାଳିବାକୁ କହିଥିଲେ। ସେହି ଅନୁସାରେ ସୁଭଦ୍ରା ମହିଳାମାନେ ଦୀପ ଜାଳିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri