ଇରାନରେ ପୁଣି ଜଣେ ଆନ୍ଦୋଳନକାରୀଙ୍କୁ ଫାଶୀ

ଦୁବାଇ,୧୨।୧୨: ଇରାନରେ ଆଉ ଜଣେ ହିଜାବ ବିରୋଧୀ ଆନ୍ଦୋଳନକାରୀଙ୍କୁ ସୋମବାର ସରକାର ଫାଶୀ ଦେଇଛନ୍ତି । ସେ ହେଲେ ୨୪ ବର୍ଷୀୟ ଯୁବକ ମାଜିଦ୍ରେଜା ରହନାଭାର୍ଡ ‘ଇଶ୍ବରଙ୍କ ବିରୋଧରେ ଯୁଦ୍ଧ’ ଅପରାଧ ପାଇଁ ତାଙ୍କୁ ମାସାଦ ସହରର ଏକ ସର୍ବସାଧାରଣ ସ୍ଥାନରେ ଫାଶୀ ଦିଆଯାଇଛି। ତାଙ୍କ ବିରୋଧରେ ୨ଜଣ ସୁରକ୍ଷାକର୍ମୀଙ୍କୁ ହତ୍ୟା ଅଭିଯୋଗରେ ମାଜିଦ୍ରେଜାଙ୍କୁ ନଭେମ୍ବର ୨୯ରେ ମୃତ୍ୟୁଦଣ୍ଡ ଦିଆଯାଇଥିଲା। ସୋମବାର ତାଙ୍କୁ ଫାଶୀ ଦିଆଯିବା ପରେ ତାଙ୍କ ପରିବାର ଲୋକଙ୍କୁ ଏହି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଗତ ୮ରେ ପ୍ରଥମ ଥର ପାଇଁ କ୍ରାନ୍ତିକାରୀ ମୋହସେନ ଶେକରିଙ୍କୁ ଫାଶୀଖୁଣ୍ଟରେ ଝୁଲାଇ ଦିଆଯାଇଥିଲା। ଇରାନ ସରକାର ବର୍ତ୍ତମାନ ସୁଦ୍ଧା ୬ଜଣ ଆନ୍ଦୋଳନକାରୀଙ୍କୁ ମୃତ୍ୟୁଦଣ୍ଡ ଶୁଣାଇଛନ୍ତି । ଏଣୁ ଆଗାମୀ ଦିନରେ ଆହୁରି କିଛି ଲୋକଙ୍କୁ ଫାଶୀ ଦିଆଯାଇପାରେ। ଇରାନ ସରକାରଙ୍କ ଏଭଳି ପଦକ୍ଷେପକୁ ବିଶ୍ବରେ ନିନ୍ଦା କରାଯାଉଛି । କିନ୍ତୁ ଏହା ନିଜର ଅନ୍ତରୀଣ ମାମଲା ବୋଲି ତେହେରାନ ପକ୍ଷରୁ କୁହାଯାଇଛି।

ଇରାନରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେବ ସରକାର ବିରୋଧୀ ଆନ୍ଦୋଳନ ଜାରି ରହିଥିବା ବେଳେ ଏହା ଦ୍ୱିତୀୟ ମୃତ୍ୟୁଦଣ୍ଡ। ସେପ୍ଟେମ୍ବର ୧୬ରେ ୨୨ ବର୍ଷୀୟ କୁର୍ଦ୍ଦିଶ ମହିଳା ମହସା ଅମିନିଙ୍କ ହାଜତ ମୃତ୍ୟୁ ପରେ ଦେଶବ୍ୟାପୀ ଆନ୍ଦୋଳନ ମୁଣ୍ଡ ଟେକିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri