କଳିଙ୍ଗା ଘାଟିର ଗୋଟିଏ ସ୍ଥାନରେ ଦ୍ୱିତୀୟଥର ଭୂସ୍ଖଳନ: ଘଟଣାସ୍ଥଳରେ ଜିଲାପାଳ

ଜି.ଉଦୟଗିରି, ୨୩।୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଦେଇ ଯାଇଥିବା ବିଜୟୱାଡା-ରାଞ୍ଚି ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟି ଠାରେ ଗତ ୧୬ ତାରିଖରେ ଲଗାଣ ବର୍ଷା ଯୋଗୁଁ କଳିଙ୍ଗା ଘାଟି ରେ ଭୂସ୍ଖଳନ ଯୋଗୁଁ ରାସ୍ତା ଟି ଭାସିଯାଇ ଏକ ବିରାଟ ଖାଲ ହୋଇଥିଲା। ଜାତୀୟ ରାଜପଥ ବିଭାଗ ତରଫରୁ ଅସ୍ଥାୟୀ ରାସ୍ତା ତିଆରି କାମ ଚାଲିଥିବା ବେଳେ ୨୨ ତାରିଖ ମଧ୍ୟାହ୍ନ ସମୟରେ ପ୍ରବଳ ବର୍ଷା ଯୋଗୁଁ ପୁଣି ଥରେ ସେହି ସ୍ଥାନରେ ଭୂସ୍ଖଳନ ହୋଇଥିଲା। ଯାହା ଫଳରେ ପ୍ରଥମ ଭୂସ୍ଖଳନ ରେ ପାହାଡ଼ରେ ଅଟକି ରହିଥିବା ବିରାଟ ବିରାଟ ପଥର ଖସିବା ଫଳରେ କିଛି ମାତ୍ରାରେ ତିଆରି ହୋଇଥିବା ରାସ୍ତା ଧୋଇ ଯାଇଥିଲା। ଆଜି ସକାଳୁ ବିଭାଗ ପକ୍ଷରୁ କାମ ଆରମ୍ଭ କରାଯାଇଛି। ଗତକାଲି ଦିତୀୟ ଥର ଭୂସ୍ଖଳନ ଖବର ପାଇ କନ୍ଧମାଳ ଜିଲାପାଳ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ବର୍ତ୍ତମାନ ସୁଦ୍ଧା ବାଟ ଚଲା ରାସ୍ତା ହୋଇପାରିଛି। କିନ୍ତୁ ତାହା ବିପଦପୂର୍ଣ୍ଣ ରହିବ, ଆଗକୁ ଆହୁରି ଲଘୁଚାପଜନିତ ବର୍ଷା ଥିବାରୁ ରାସ୍ତା ତିଆରି ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ତା’ସହ କିଛି ବଡ଼ ବଡ଼ ପଥର ପାହାଡ଼ରେ ଅଟକି ରହିଛି। ସେଗୁଡ଼ିକୁ କିପରି ତଳକୁ ଖସା ଯାଇପାରିବ ସେଥିପାଇଁ ବାହାରୁ ଦୁଇଟି ଟିମ ଆସୁଛନ୍ତି। ସେମାନଙ୍କ ପରାମର୍ଶ ଅନୁଯାୟୀ, ପାହାଡ଼ରୁ ପଥର ଖସା ଯାଇ କାମ ତ୍ୱରାନ୍ବିତ କରାଯିବ। ଏବେ କଳିଙ୍ଗା ଘାଟି ଦେଇ ଯାତାୟତ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ ବୋଲି ଜିଲାପାଳ ପ୍ରତିକ୍ରିୟା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri