କଳିଙ୍ଗା ଘାଟିର ଗୋଟିଏ ସ୍ଥାନରେ ଦ୍ୱିତୀୟଥର ଭୂସ୍ଖଳନ: ଘଟଣାସ୍ଥଳରେ ଜିଲାପାଳ

ଜି.ଉଦୟଗିରି, ୨୩।୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଦେଇ ଯାଇଥିବା ବିଜୟୱାଡା-ରାଞ୍ଚି ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟି ଠାରେ ଗତ ୧୬ ତାରିଖରେ ଲଗାଣ ବର୍ଷା ଯୋଗୁଁ କଳିଙ୍ଗା ଘାଟି ରେ ଭୂସ୍ଖଳନ ଯୋଗୁଁ ରାସ୍ତା ଟି ଭାସିଯାଇ ଏକ ବିରାଟ ଖାଲ ହୋଇଥିଲା। ଜାତୀୟ ରାଜପଥ ବିଭାଗ ତରଫରୁ ଅସ୍ଥାୟୀ ରାସ୍ତା ତିଆରି କାମ ଚାଲିଥିବା ବେଳେ ୨୨ ତାରିଖ ମଧ୍ୟାହ୍ନ ସମୟରେ ପ୍ରବଳ ବର୍ଷା ଯୋଗୁଁ ପୁଣି ଥରେ ସେହି ସ୍ଥାନରେ ଭୂସ୍ଖଳନ ହୋଇଥିଲା। ଯାହା ଫଳରେ ପ୍ରଥମ ଭୂସ୍ଖଳନ ରେ ପାହାଡ଼ରେ ଅଟକି ରହିଥିବା ବିରାଟ ବିରାଟ ପଥର ଖସିବା ଫଳରେ କିଛି ମାତ୍ରାରେ ତିଆରି ହୋଇଥିବା ରାସ୍ତା ଧୋଇ ଯାଇଥିଲା। ଆଜି ସକାଳୁ ବିଭାଗ ପକ୍ଷରୁ କାମ ଆରମ୍ଭ କରାଯାଇଛି। ଗତକାଲି ଦିତୀୟ ଥର ଭୂସ୍ଖଳନ ଖବର ପାଇ କନ୍ଧମାଳ ଜିଲାପାଳ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ବର୍ତ୍ତମାନ ସୁଦ୍ଧା ବାଟ ଚଲା ରାସ୍ତା ହୋଇପାରିଛି। କିନ୍ତୁ ତାହା ବିପଦପୂର୍ଣ୍ଣ ରହିବ, ଆଗକୁ ଆହୁରି ଲଘୁଚାପଜନିତ ବର୍ଷା ଥିବାରୁ ରାସ୍ତା ତିଆରି ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ତା’ସହ କିଛି ବଡ଼ ବଡ଼ ପଥର ପାହାଡ଼ରେ ଅଟକି ରହିଛି। ସେଗୁଡ଼ିକୁ କିପରି ତଳକୁ ଖସା ଯାଇପାରିବ ସେଥିପାଇଁ ବାହାରୁ ଦୁଇଟି ଟିମ ଆସୁଛନ୍ତି। ସେମାନଙ୍କ ପରାମର୍ଶ ଅନୁଯାୟୀ, ପାହାଡ଼ରୁ ପଥର ଖସା ଯାଇ କାମ ତ୍ୱରାନ୍ବିତ କରାଯିବ। ଏବେ କଳିଙ୍ଗା ଘାଟି ଦେଇ ଯାତାୟତ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ ବୋଲି ଜିଲାପାଳ ପ୍ରତିକ୍ରିୟା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri