ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି ବ୍ଲକ ଅଧିନ ଏକ ଗାଁର ଶିବଶଙ୍କର ନାୟକ(୨୮) ତାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତା ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ  ମାମଲା ନଂ.୨୮୨/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା -୬୯/୩(୫) ଏବଂ ଆଇଟି ଆକ୍ଟ ର ଧାରା-୬୭(ଏ) ଅନୁଯାୟୀ ମକଦ୍ଦମା ରୁଜୁ କରି ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ପୀଡ଼ିତା ଓ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରାଇଥିଲେ। ଥାନାରେ ଜଣେ ମହିଳା ପୋଲିସ ଅଧିକାରୀ ପୀଡ଼ିତାଙ୍କ ବୟାନ ରେକର୍ଡ କରିବା ପରେ ଅଭିଯୁକ୍ତଙ୍କୁ ସୋମବାର ରାତି ପ୍ରାୟ ୮ ଟାରେ କୋର୍ଟ ଚାଲାଣ କରିଥିଲେ। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

ପ୍ରକାଶ ଯେ, ମହିଳାଙ୍କ ବାପ ଘର ଗୋଳନ୍ଥରା ଥାନା ଅଧିନ ଏକ ଗାଁରେ।ସେ ସେଠାରେ ରହୁଥିବା ବେଳେ ଶିବଶଙ୍କରଙ୍କ ସହ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା । ପରେ ଶିବଶଙ୍କର ତାଙ୍କୁ ଦ୍ଵିତୀୟ ବିବାହ କରି ସ୍ତ୍ରୀର ମର୍ଯ୍ୟାଦା ଦେବାର ପ୍ରତିଶ୍ରୁତି ଦେଇ  ବିଭିନ୍ନ ସମୟରେ ଶାରିରୀକ ସମ୍ପର୍କ ରଖିଥିଲେ। ମହିଳା ଜଣକ ତାଙ୍କୁ ବିବାହ କରିବାକୁ କହିବାରୁ ଶିବଶଙ୍କର ମହିଳାଙ୍କୁ ଦିଗପହଣ୍ଡି ବ୍ଲକ ଶ୍ରୀ ଉଜ୍ଜଳେଶ୍ଵର ଶୈବପୀଠକୁ ଡାକି ନେଇ ଗାନ୍ଧର୍ବ ରୀତିରେ ଫୁଲମାଳ ପିନ୍ଧାଇ  ବିବାହ କରିଥିଲେ। ଉଭୟେ ସ୍ବାମୀ ସ୍ତ୍ରୀ ଭାବେ ଏକତ୍ର ରହୁଥିଲେ। ଏହି ସମୟରେ ମହିଳାଙ୍କ ଅଜାଣତରେ ଶିବଶଙ୍କର ତାଙ୍କ ମୋବାଇଲ ଫୋନରେ ଉଭୟଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଭିଡ଼ିଓ ଉତ୍ତୋଳନ କରି ପାଖରେ ରଖିଥିଲେ। ଶିବଶଙ୍କରଙ୍କ ପ୍ରଥମ ସ୍ତ୍ରୀ ଅନ୍ୟଜଣେ ମହିଳାଙ୍କ ସହ ତାଙ୍କ ସ୍ବାମୀଙ୍କ ଆପତ୍ତିଜନକ ଫଟୋ ଭିଡିଓ ଦେଖିବା ପରେ ସେଗୁଡ଼ିକୁ ଶ୍ବଶୁର ଘର ଲୋକଙ୍କ ମୋବାଇଲ  ହୁୱାଟସ୍ ଅପ୍ ଗୁଡ଼ିକୁ ଭାଇରାଲ କରି ଦେଇଥିଲେ। ଶିବଶଙ୍କର ଏହା ଜାଣିବା ପରେ ବ୍ୟତିବ୍ୟସ୍ତ ହୋଇ ପୀଡ଼ିତାଙ୍କ ସହ ସମସ୍ତ ସମ୍ପର୍କ ଚ୍ଛିନ୍ନ କରିଦେଇଥିଲେ। ଫଳରେ ପୀଡ଼ିତା  ମାନସିକ ଧକ୍କା ପାଇ ସାମାଜିକ ସ୍ତରରେ ନିନ୍ଦିତ ହୋଇଥିଲେ। ପରେ ସେ ଉପାୟଶୂନ୍ୟ ହୋଇ ଶୁକ୍ରବାର ଦିଗପହଣ୍ଡି ଥାନାରେ ପହଞ୍ଚି ଶିବଶଙ୍କରଙ୍କ ବିରୋଧରେ ଏତଲା ଦେଇଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?