Posted inଜାତୀୟ

ଦେଶରେ ଦ୍ୱିତୀୟ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୯ା୯(ଅନୁରାଧା ମହାରଣା):ଦେଶରେ ଦ୍ବିତୀୟ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କେରଳର ମାଲାପୁରାମରେ ଚିକିତ୍ସିତ ହେଉଥିବା ଜଣେ ୩୮ବର୍ଷ ବୟସ୍କ ବ୍ୟକ୍ତି ଏଥିରେ ସଂକ୍ରମିତ ଥିବା ଜଣାପଡ଼ିଛି। ଏହି ରୋଗର ଲକ୍ଷଣ ଦେଖାଯିବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ନମୁନା ଟେଷ୍ଟ କରାଯିବା ପରେ ବୁଧବାର ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ସ୍ଥାନୀୟ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ କହିବାନୁସାରେ, ରୋଗୀ ଜଣକ ନିକଟରେ ଦୁବାଇରୁ କେରଳ ଫେରିଥିଲେ। ଅସୁସ୍ଥ ହେବା ପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ କୋଜିକୋଡ୍ଡ ହସ୍ପିଟାଲକୁ ଟେଷ୍ଟ ପାଇଁ ପଠାଯାଇଥିଲା।
ସୂଚନାଥାଉକି, ଏହା ପୂର୍ବରୁ ପ୍ରଥମ ମଙ୍କିପକ୍ସ ସଂକ୍ରମିତ ହରିୟାଣାର ହିସାରରୁ ଚିହ୍ନଟ ହୋଇଥିଲା। ଗତ ୯ ତାରିଖରେ ବ୍ୟକ୍ତିଜଣକ ମଙ୍କିପକ୍ସ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେ ପଶ୍ଚିମ ଆଫ୍ରିକାରୁ ଫେରିବା ପରେ ମଙ୍କିପକ୍ସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ତାଙ୍କଠାରେ ଲକ୍ଷଣ ଦେଖାଯିବା ପରେ ଚିକିତ୍ସା ଆରମ୍ଭ କରାଯାଇଥିଲା ଓ ପରେ ତାଙ୍କ ନମୁନା ପଜିଟିଭ ଆସିଥିଲା। ତାଙ୍କ ଅବସ୍ଥା ଏବେ ସ୍ଥିର ଅଛି। ଅନ୍ୟପଟେ ଦେଶରେ ଏବେ ମଙ୍କିପକ୍ସକୁ ନେଇ ବିଶେଷ ବିପଦ ନ ଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ସରକାର କହିଛନ୍ତି ଯେ, ଟେଷ୍ଟ ରିପୋର୍ଟରୁ ସ୍ପଷ୍ଟ ହୋଇଛି ଯେ ଦେଶରେ ମଙ୍କିପକ୍ସର ‘କ୍ଲେଡ୍‌ ୨’ ଭାରିଆଣ୍ଟ ରହିଛି। ୨୦୨୨ ଜୁଲାଇ ପରେ ଏହି ଭାରିଆଣ୍ଟ ଦ୍ୱାରା ଦେଶରେ ୩୦ ଜଣ ଆକ୍ରାନ୍ତ ହୋଇଛନ୍ତି। ତଥାପି ଗତ ସପ୍ତାହରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ମଙ୍କିପକ୍ସ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ। ସେହିପରି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମଙ୍କିପକ୍ସ ବା ଏମ୍‌ପକ୍ସର କ୍ଲେଡ୍‌-୧ ଭାରିଆଣ୍ଟକୁ ମାରାତ୍ମକ ବୋଲି କହିଛି। ଗତ ମାସ ୧୪ ତାରିଖରେ ସଙ୍ଗଠନ ପକ୍ଷରୁ ମଙ୍କିପକ୍ସକୁ ହେଲ୍‌ଥ ଏମର୍ଜେନ୍ସି ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri