Posted inଖେଳ

ଦ୍ୱିତୀୟ ଦିନିକିଆ: ଜମାନ ଦ୍ୱିଶତକରୁ ବଞ୍ଚିତ, ପାକିସ୍ତାନ ୧୭ ରନରେ ପରାସ୍ତ

ଜୋହାନ୍ସବର୍ଗ,୫।୪: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଓପନର ଫଖର ଜମାନଙ୍କ ଜବରଦସ୍ତ ଇନିଂସ ସତ୍ତ୍ୱେ ଭ୍ରମଣକାରୀ ପାକିସ୍ତାନ ୧୭ ରନରେ ପରାସ୍ତ ହୋଇଛି। ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏହି ହାଇ ସ୍କୋରିଂ ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୬ ଉଇକେଟ ହରାଇ ୩୪୧ ରନ ସଂଗ୍ରହ କରିଥିଲା। ଜବାବରେ ପାକିସ୍ତାନ ୯ ଉଇକେଟ ହରାଇ ୩୨୪ ରନରେ ସୀମିତ ରହି ପରାସ୍ତ ହୋଇଥିଲା। ଜମାନ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ଜମାନ ପାକିସ୍ତାନ ତରଫରୁ ଏକା ଲଢେଇ କରିଥିଲେ। ସେ ୧୫୫ଟି ବଲ୍‌ ଖେଳି ୧୮ ଚୌକା ଓ ୧୦ ଛକା ସହ ୧୯୩ ରନକରି ଦୁର୍ଭାଗ୍ୟଜନକ ଭାବେ ରନ୍‌ ଆଉଟ ହୋଇ ଦ୍ୱିଶତକରୁ ବଞ୍ଚିତ ହୋଇଥିଲେ। ଦ୍ୱିତୀୟ ରନ ନେବାକୁ ପ୍ରୟାସ କରୁଥିବା ବେଳେ ଲଙ୍ଗ୍‌ ଅଫ୍‌ରୁ ଏଡେନ ମାରାକ୍ରମ ଡାଇରେକ୍ଟ ଥ୍ରୋ କରି ଜମାନକୁ ରନ୍‌ ଆଉଟ କରିଥିଲେ ଓ ଏଥିସହିତ ତାଙ୍କ ସାହସିକ ଇନିଂସର ପରିସମାପ୍ତି ଘଟିଥିଲା। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ ବାବର ଆଜମ ୩୧, ଆସିଫ ଅଲୀ୧୯, ଶଦାବ ଖାଁ ୧୩, ଫହିମ ଆଶ୍ରଫ୍‌ ୧୧ ରନକରି ଆଉଟ ହୋଇଥିବାବେଳେ ମହମ୍ମଦକ ହାସନେନ ୧୨ ରନକରି ଅପରାଜିତ ରହିଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ଅନରିଜ ନୋର୍ଜ ୩, ଆଣ୍ଡିଲ ଫେଲୁକ୍ୱାଓ ୨, କାଗିସୋ ରାବାଡ଼ା, ଲୁନ୍‌ଗି ଏନ୍‌ଗିଡି ଓ ତାବ୍ରେଜ ସାମସି ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ତରଫରୁ ଅଧିନାୟକ ଟେମ୍ବା ବଭୁମା ସର୍ବାଧିକ ୯୨, ଓପନର ତଥା ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡିକକ୍‌ ୮୦, ରାସି ଭାନେ ଡେର ଡୁସେନ ୬୦, ଓପନର ଏଡେନ ମାରାକ୍ରାମ ୩୯ ରନ ସଂଗ୍ରହ କରି ଆଉଟ ହୋଇଥିବା ବେଳେ ଡେଭିଡ୍‌ ମିଲର ୫୦ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ହାରିସ ରୌଫ ସର୍ବାଧିକ ୩, ଶାହିନ ଶାହା ଆଫ୍ରିଦି, ମହମ୍ମଦ ହାସନେନ ଓ ଫହିମ ଆଶ୍ରଫ୍‌ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୩୪୧/୬
(ବଭୁମା- ୯୨, ଡିକକ୍‌- ୮୦, ଭାନେ ଡେର ଡୁସେନ- ୬୦, ମିଲର- ୫୦*, ମାରାକ୍ରାମ- ୩୯, ହାରିସ- ୩/୫୪)।
ପାକିସ୍ତାନ ୫୦ ଓଭରରେ ୩୨୪/୯
(ଫଖର ଜମାନ- ୧୯୩, ବାବର ଆଜମ- ୩୧, ଆସିଫ ଅଲୀ- ୧୯, ନୋର୍ଜ- ୩/୬୯, ଆଣ୍ଡିଲ ଫେଲୁକ୍ୱାଓ- ୨/ ୬୭)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri