ଭିମ୍‌ସାରରେ ଦ୍ୱିତୀୟ ଅକ୍ସିଜେନ୍‌ ପ୍ଲାଣ୍ଟ

ସମ୍ବଲପୁର,୧୦ା୭(ବ୍ୟୁରୋ): ସମ୍ବଲପୁର ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡିକାଲ ଆଣ୍ଡ ରିସର୍ଚ ସେଣ୍ଟର (ଭିମ୍‌ସାର)ରେ ଆଉ ଏକ ଅକ୍ସିଜେନ୍‌ ପ୍ଲାଣ୍ଟ ନିର୍ମାଣ ହେବ। ଏହା ସ୍ବତନ୍ତ୍ର ଭାବେ ଯଷ୍ମା ଓ ଛାତି ବିଭାଗ ମେଡିସିନ ୱାର୍ଡ ପାଇଁ କାର୍ଯ୍ୟ କରିବ। ପ୍ରାରମ୍ଭିକ ଭାବେ ଭିତ୍ତିଭୂମି କାମ ଆରମ୍ଭ ହୋଇଛି। ପ୍ଲାଣ୍ଟ ପାଇଁ ଆବଶ୍ୟକ ଯନ୍ତ୍ରାଂଶ କିଣିବା ପ୍ରକ୍ରିୟା ଚାଲିଛି। ଅଗଷ୍ଟ ଶେଷ ସୁଦ୍ଧା ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେବ ବୋଲି କର୍ତ୍ତୃପକ୍ଷ କହିଛନ୍ତି।
ଷ୍ଟୋର ମେଡିକାଲ ଅଧିକାରୀ ଡାକ୍ତର ଅଶୋକ ପାଣିଗ୍ରାହୀ କହିଛନ୍ତି, ଭିମ୍‌ସାରର ଏହି ବିଭାଗ ୯୦ ଶଯ୍ୟା ବିଶିଷ୍ଟ ରହିଛି। ପ୍ରାୟ ସମୟରେ ରୋଗୀମାନେ ଚିକିତ୍ସିତ ହେଉଛନ୍ତି। ପ୍ରତିଦିନି ପ୍ରାୟ ୧୦୦ ମେଗା ସିଲିଣ୍ଡର ଆବଶ୍ୟକ ହୋଇଥାଏ। ଏବେ ଅକ୍ସିଜେନ୍‌ ଘରୋଇ କମ୍ପାନୀରୁ କିଣିବାକୁ ପଡୁଛି। ଝାରସୁଗୁଡା ଜିଲାରେ ଥିବା ରିଫିଲିଂ ପ୍ଲାଣ୍ଟ ଓ ସମ୍ବଲପୁରର ଜଣେ ଡିଲର ଯୋଗାଇ ଦେଉଛନ୍ତି। ୨ ହଜାର ଲିଟର କ୍ଷମତା ବିଶିଷ୍ଟ ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେଲେ ଅକ୍ସିଜେନ୍‌ ଅଭାବ ପୂରଣ ହେବ। ବିଭାଗ ନିକଟରେ ଏହି ପ୍ଲାଣ୍ଟ ନିର୍ମାଣ ହେବ। ଜାଗା ଚିହ୍ନଟ ହୋଇ ନିର୍ମାଣ କାମ ଆରମ୍ଭ ହୋଇଛି। ପ୍ଲାଣ୍ଟରୁ ସିଧାସଳଖ ପାଇପ୍‌ ଯୋଗେ ଅକ୍ସିଜେନ୍‌ ବିଭାଗକୁ ଯିବ। ଏବେ ବ୍ୟବାହର ହେଉଥିବା ଜମ୍ବୋ ସିଲିଣ୍ଡର ଆଉ ସମସ୍ୟା ହେବ ନାହିଁ। ସେହିପରି ଭିମ୍‌ସାର ନିର୍ଦ୍ଦେଶକ ପ୍ରଫେସର ଲଳିତ ମେହେର କହିଛନ୍ତି, ଅକ୍ସିଜେନ୍‌ ପ୍ଲାଣ୍ଟ କାମ ଆରମ୍ଭ ହୋଇଯାଇଛି। ଶୀଘ୍ର ସମ୍ପୂର୍ଣ୍ଣ ହୋଇଯିବ। ଏହା ବିଶେଷ ଭାବେ ଆଜ୍‌ମା ଭଳି ଶ୍ୱାସଜନିତ ରୋଗୀମାନଙ୍କୁ ଲାଭଦାୟକ ହେବ। ପୂର୍ବରୁ ଭିମ୍‌ସାରରେ କୋଭିଡ୍‌ ମେଡିକାଲ ପାଇଁ ସ୍ବତନ୍ତ୍ର ଭାବେ ୬୦୦ ଲିଟର ବିଶିଷ୍ଟ ଅକ୍ସିଜେନ୍‌ ପ୍ଲାଣ୍ଟ ନିର୍ମାଣ ହୋଇଛି। ଏହା ଦ୍ୱିତୀୟ ଅକ୍ସିଜେନ୍‌ ପ୍ଲାଣ୍ଟ ହେବ। ସୂଚନାଯୋଗ୍ୟ ଭିମ୍‌ସାରରେ ସମ୍ବଲପୁର ସମେତ ପଶ୍ଚିମ ଓଡିଶା ଓ ପଡୋଶୀ ରାଜ୍ୟ ଛତିଶଗଡ, ଝାଡଖଣ୍ଡର ରୋଗୀମାନେ ନିର୍ଭର କରନ୍ତି। ଏବେ କୋଭିଡ୍‌ ଓ ଅନ୍ୟାନ୍ୟ କାରଣରୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri