Posted inଜାତୀୟ

ବଜେଟ୍‌ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ …

ନୂଆଦିଲ୍ଲୀ, ୧୩।୩ : ପାର୍ଲାମେଣ୍ଟର ବଜେଟ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ ଆରମ୍ଭ ହେବାକୁ ଯାଉଛି। ଦ୍ୱିତୀୟ ପାଳିରେ ସାଧାରଣ ବଜେଟ ଏବଂ ଫାଇନାନ୍ସ ବିଲ ପାରିତ ହେବା ସରକାରଙ୍କର ସବୁଠାରୁ ବଡ ପ୍ରାଥମିକତା। ଅଧିବେଶନର ପ୍ରଥମ ପାଳିରେ, ଉଭୟ ଗୃହର ପ୍ରକ୍ରିୟା କରୋନା ମହାମାରୀ ଯୋଗୁ ଭିନ୍ନ ଭିନ୍ନ ସମୟରେ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ସଭାର କାର୍ଯ୍ୟ ପୂର୍ବାହ୍ନ ୧୦ ଟାରୁ ଆରମ୍ଭ ହୋଇଥିବାବେଳେ ଲୋକ ସଭାର କାର୍ଯ୍ୟ ଅପରାହ୍ନ ୪ ଟାରୁ ଆରମ୍ଭ ହୋଇଥିଲା।

କରୋନା ମାମଲା ବର୍ତ୍ତମାନ ନିୟନ୍ତ୍ରଣରେ ରହିଛି ଏବଂ ପରିସ୍ଥିତି ସ୍ବାଭାବିକ ଅବସ୍ଥାକୁ ଫେରି ଆସୁଥିବାରୁ ପାର୍ଲାମେଣ୍ଟର ଉଭୟ ଗୃହର କାର୍ଯ୍ୟ ପୂର୍ବପରି କରିବାକୁ ନିଷ୍ପତ୍ତି ନିଆଯାଇଛି। ଉଭୟ ଗୃହର କାର୍ଯ୍ୟ ପାରମ୍ପାରିକ ସମୟରେ ପୂର୍ବାହ୍ନ ୧୧ ଟାରୁ ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଛି। ଉଭୟ ଗୃହର କାର୍ଯ୍ୟର ସମୟ ପୂର୍ବାହ୍ନ ୧୧ ଟାରୁ ୧ ଟା ଏବଂ ତା’ପରେ ଅପରାହ୍ନ ୨ ଟାରୁ ୬ ଟା ପର୍ଯ୍ୟନ୍ତ ସ୍ଥିର କରାଯାଇଛି।

ଏହାଦ୍ୱାରା, ଏଥର ଉଭୟ ଗୃହରେ ପ୍ରକ୍ରିୟା ଅତି କମରେ ଏକ ଘଣ୍ଟା ଅଧିକ ପର୍ଯ୍ୟନ୍ତ ଚାଲିବାକୁ ସକ୍ଷମ ହେବ । ବଜେଟ ଅଧିବେଶନର ଦ୍ୱିତୀୟ ଭାଗ ମାର୍ଚ୍ଚ ୧୪ ରୁ ଆରମ୍ଭ ହୋଇ ଏପ୍ରିଲ ୮ ପର୍ଯ୍ୟନ୍ତ ଜାରି ରହିବ। ଏହି ସମୟରେ ଉଭୟ ଗୃହର ୧୯ ଟି ସିଟିଂ ହେବ। ଏହାର ଅର୍ଥ ହେଉଛି ଅଧିବେଶନର ପ୍ରଥମ ଭାଗ ତୁଳନାରେ ଉଭୟ ଗୃହରେ ୧୯ ଘଣ୍ଟା ଅଧିକ କାର୍ଯ୍ୟ ହେବ। ରାଜ୍ୟ ସଭା ସୂତ୍ର ଅନୁଯାୟୀ, ସରକାରୀ କାର୍ଯ୍ୟ ଲାଗି ଗୃହରେ ୬୪ ଘଣ୍ଟାରୁ ଅଧିକ ସମୟ ଉପଲବ୍ଧ ହେବ। ପ୍ରତିଦିନ ପୂର୍ବ ପରି ୨ ଘଣ୍ଟା ସମୟ ପ୍ରଶ୍ନ କାଳ ଏବଂ ଶୂନ୍ୟକାଳ ପାଇଁ ଆବଣ୍ଟିତ କରାଯାଇଛି।

ସମ୍ପ୍ରତି ବିଧାନସଭା ନିର୍ବାଚନରେ ପୁନର୍ବାର ବିଜୟ ହାସଲ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପାଇଁ କୌଣସି ଆହ୍ବାନ ନାହିଁ। ତେବେ ବିରୋଧୀ ଦଳ ସରକାରଙ୍କୁ ମୁଦ୍ରାସ୍ଫୀତି, ବେକାରୀ ଏବଂ ୟୁକ୍ରେନ ସଙ୍କଟରୁ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ନେଇ ଘେରି ରହିବାକୁ ଚେଷ୍ଟା କରିବେ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri