ଜାନୁୟାରୀ ୬ରୁ ଯୁକ୍ତ ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା: ମାର୍ଗଦର୍ଶିକା ଜାରି କଲା ଉଚ୍ଚ ଶିକ୍ଷା ବିଭାଗ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ଯୁକ୍ତ୩ ପ୍ରଥମ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଜାନୁୟାରୀ ୬ରୁ ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ସମସ୍ତ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିବା ସହ ମାର୍ଗଦର୍ଶିକା ଜାରି କରିଛି। ଉକ୍ତ ମାର୍ଗଦର୍ଶିକା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ଯେଉଁମାନେ କମନ୍‌ ଆପ୍ଲିକେଶନ୍‌ ଫର୍ମ (ସିଏଏଫ୍‌) ଦାଖଲ କରିନାହାନ୍ତି, ସେମାନେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପୁଣି ଥରେ ଆବେଦନ କରିପାରିବେ। ଏଥିପାଇଁ ଅନ୍‌ଲାଇନ୍‌ରେ ସିଏଏଫ୍‌ ଫି’ ଦାଖଲ କରିବାକୁ ପଡ଼ିବ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖିଥିବା କିମ୍ବା ଲେଖି ନ ଥିବା ଛାତ୍ରୀଛାତ୍ର ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଆବେଦନ କରିପାରିବେ। ସେମାନଙ୍କୁ ଆଉ ଫି’ ଦାଖଲ କରିବାକୁ ପଡ଼ିବ ନାହିଁ। ବିଭିନ୍ନ କଲେଜରେ ଖାଲି ରହୁଥିବା ସିଟ୍‌ଗୁଡ଼ିକୁ ଏସ୍‌ସି, ଏସ୍‌ଟି, ଇଏସ୍‌ଏମ୍‌/ଏସ୍‌ଡିପି/ସିଓଏମ୍‌ ବର୍ଗଙ୍କ ପାଇଁ ସଂରକ୍ଷଣ କରାଯିବ। ସାଧାରଣ ପ୍ରସ୍ପେକ୍ଟସ୍‌ ଅନୁସାରେ, ଏନ୍‌ସିସି, ଏନ୍‌ଏସ୍‌ଏସ୍‌, ରୋଭର୍‌ ଆଣ୍ଡ୍‌ ରେଞ୍ଜର୍‌, ସ୍ପୋର୍ଟସ୍‌ ଆଣ୍ଡ୍‌ ଗେମ୍ସ ବର୍ଗରେ ଛାତ୍ରୀଛାତ୍ରଙ୍କୁ ପ୍ରାଧାନ୍ୟ ଦିଆଯିବ। କେବଳ ନମ୍ବରକୁ ଆଧାର କରି ଛାତ୍ରୀଛାତ୍ରଙ୍କୁ ମନୋନୀତ କରାଯିବ। କିନ୍ତୁ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ସମସ୍ତ ବର୍ଗରେ, ନମ୍ବର ନିର୍ବିଶେଷରେ ସର୍ବାଧିକ ପ୍ରାଧାନ୍ୟ ଦିଆଯିବ। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ୨୩ ତାରିଖ ପୂର୍ବାହ୍ନ ୧୧ଟାରେ www. samsodisha. gov. in ଓ୍ବେବ୍‌ସାଇଟ୍‌ରେ ସିଏଏଫ୍‌ ଉପଲବ୍ଧ ହେବ। ୨୮ ତାରିଖ ରାତି ୧୧ଟା ୪୫ ସିଏଏଫ୍‌ ଦାଖଲର ଶେଷ ସମୟ। ଜାନୁୟାରୀ ୨ ଅପରାହ୍ନ ୨ଟାରେ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ୬ ତାରିଖ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଅନ୍‌ଲାଇନ୍‌ ନାମଲେଖା ଫି’ ଦାଖଲ କରିବାକୁ ପଡ଼ିବ। ୬ରୁ ୧୦ ତାରିଖ ଅପରାହ୍ନ ୫ଟାରେ ଦ୍ୱିତୀୟ ପର୍ଯ୍ୟାୟ ମନୋନୀତ ଛାତ୍ରୀଛାତ୍ରଙ୍କର ଅନ୍‌ଲାଇନ ନାମଲେଖା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri