ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ: ଆସିବ ବ୍ୟୟମଞ୍ଜୁରୀ ବିଲ୍‌

ଭୁବନେଶ୍ୱର,୯।୩ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ଷଷ୍ଠ ତଥା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବ। ଏହି ସମୟରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଲ୍‌ ଆସିବ। ଏପ୍ରିଲ ୮ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଅଧିବେଶନ କାଳରେ ମାର୍ଚ୍ଚ ୩୧ରେ ୨୦୨୬-୨୭ ଆର୍ଥିକବର୍ଷ ଲାଗି ବ୍ୟୟ ମଞ୍ଜୁରୀ ବିଲ୍‌ ଆସିବ ବୋଲି ବିଧାନସଭା ପକ୍ଷରୁ ଜଣାଯାଇଛି।
ତଥ୍ୟ ଅନୁଯାୟୀ, ସୋମବାର ବିଭିନ୍ନ ବିଭାଗର ବିଧାନସଭା ସ୍ଥାୟୀ କମିଟିର ରିପୋର୍ଟ ଗୃହରେ ଉପସ୍ଥାପିତ ହେବ। ୧୦ରୁ ଗୃହ ସରଗରମ ରହିବ। ୧୦ରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖର୍ଚ୍ଚଦାବି ଆଲୋଚନା ହେବାକୁ ରହିଛି। ରାଜ୍ୟରେ ଚାଷୀଙ୍କ ଧାନ ମଣ୍ଡିରୁ ଉଠୁ ନ ଥିବାକୁ ନେଇ ବିରୋଧୀ ସରକାରଙ୍କୁ ଅକଳରେ ପକାଇବାକୁ ଅଣ୍ଟା ଭିଡ଼ିଛନ୍ତି। ଏହାପରେ ୧୧ରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତିର ଆଲୋଚନା ହେବ। ସେହିପରି ୧୨ରେ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବାକୁ ରହିଥିବାବେଳେ ୧୩ରେ ଶିଳ୍ପ ଏବଂ ଏମ୍‌ଏସ୍‌ଏମ୍‌ଇ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବ।
ମାର୍ଚ୍ଚ ୧୪ ଏବଂ ୧୫ ତାରିଖ ସରକାରୀ ଛୁଟି ରହିଥିବାବେଳେ ୧୬ରେ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବାକୁ ରହିଛି। ତେବେ ରାଜ୍ୟରେ ଏବେ ୪ଟି ରାଜ୍ୟ ସଭା ଆସନ ଲାଗି ଶାସକ-ବିରୋଧୀ ବିଧାୟକଙ୍କ ମଧ୍ୟରେ ଛକାପଞ୍ଝା ଲାଗି ରହିଛି।

ଉକ୍ତଦିନ ଏହି ଦୁଇ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଥିବାବେଳେ ରାଜ୍ୟ ସଭା ନିର୍ବାଚନ ରହିଛି। ସେହିପରି ୧୭ରେ ଇସ୍ପାତ ଓ ଖଣି ଏବଂ ପରିବହନ, ୧୮ରେ ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବାକୁ ରହିଥିବାବେଳେ ୧୯ରେ ଜଳସମ୍ପଦ, ୨୦ରେ ନିର୍ମାଣ, ୨୩ରେ କୃଷି ଓ କୃଷକ ସଶକ୍ତୀକରଣ ଏବଂ ସମବାୟ, ୨୪ରେ ରାଜସ୍ବ ଓ ଶ୍ରମ, ୨୫ରେ ଗୃହ ଓ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ, ୨୬ରେ ଗୃହ ନିର୍ମାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବ। ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ସରକାରୀ ଛୁଟି ରହିଥିବାବେଳେ ୩୦ରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ଏବଂ ୩୧ରେ ଆସନ୍ତା ଆର୍ଥିକବର୍ଷ ଲାଗି ବ୍ୟୟ ମଞ୍ଜୁରୀ ବିଲ୍‌ ଗୃହରେ ଆସିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଜ୍ଞ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା; ସିଜେପି (CJP)କହିଲା, ’ଆମେ ସେମାନଙ୍କଠାରୁ ଏଭଳି ନାଟକର…’

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆୟୋଜିତ ‘୧୦୮-କୁଣ୍ଡୀୟ ଯଜ୍ଞ’ରେ ଅଂଶଗ୍ରହଣ କରିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ…

ବ୍ରେକଅପ୍‌ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୭।୯: ଟିମ୍‌ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।…

ମୋଦିଙ୍କ ଜନ୍ମଦିନକୁ ନେଇ କଡ଼ା ସମାଲୋଚନା କଲେ ଭାଇ ବୀରେନ୍ଦ୍ର, କହିଲେ ମୋଦି କୌଣସି ମହାପୁରୁଷ ନୁହେଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାଜପା ଦ୍ୱାରା ଆୟୋଜିତ ‘ଆଶୀର୍ବାଦ କା ଦିୟା’ (ଆଶୀର୍ବାଦର ଦୀପ) କାର୍ଯ୍ୟକ୍ରମକୁ ନେଇ ଆରଜେଡି (RJD) ବିଧାୟକ ଭାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?