Posted inଜାତୀୟ

ଆଜିଠୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ: ଏହିସବୁ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ

ନୂଆଦିଲ୍ଲୀ ,୧୦।୩:ପାର୍ଲାମେଣ୍ଟର ବଜେଟ ଅଧିବେଶନ ଦ୍ୱିତୀୟ ପର୍ଯ୍ୟାୟ ସୋମବାରଠାରୁ ଆରମ୍ଭ ହେଉଛି। ବିରୋଧୀ ଦଳ ଭୋଟର ତାଲିକାରେ ଜାଲିଆତି, ଡୁପ୍ଲିକେଟ୍‌ ଭୋଟର ଫଟୋ ପରିଚୟ ପତ୍ର (ଇପିଆଇସି) ନମ୍ବର, ମଣିପୁରରେ ସାନି ହିଂସା ଏବଂ ଟ୍ରମ୍ପ୍‌ ପ୍ରଶାସନର ପାରସ୍ପରିକ ଟିକସର ମୁକାବିଲା ଦିଗରେ ଭାରତର ବିଫଳତା ଆଦି ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବା ଯୋଜନା ରଖିଛି। ତେଣୁ ଆରମ୍ଭ ଦିନରୁ ସଂସଦର ଉଭୟ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇପାରେ ବୋଲି କୁହାଯାଉଛି। ଅନ୍ୟପକ୍ଷରେ ଅନୁଦାନ ଦାବିକୁ ମଞ୍ଜୁର କରାଇବା, ବଜେଟ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ କରାଇବା, ମଣିପୁର ବଜେଟ ପାଇଁ ଅନୁମୋଦନ ଏବଂ ଓ୍ବକ୍‌ଫ ସଂଶୋଧନ ବିଲ୍‌ ଗୃହୀତ କରାଇବା ଉପରେ ସରକାର ଗୁରୁତ୍ୱ ଦେବେ। ମଣିପୁରରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିବାବେଳେ ଏହାକୁ ସଂସଦର ଅନୁମୋଦନ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଏକ ବୈଧାନିକ ପ୍ରସ୍ତାବ ଆଣିବା ଆଶା କରାଯାଉଛି। ସୋମବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ମଣିପୁର ପାଇଁ ବଜେଟ ଉପସ୍ଥାପନ କରିବେ। ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂଙ୍କ ଇସ୍ତଫା ପରେ ଫେବୃଆରୀ ୧୩ରୁ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। ପଶ୍ଚିମବଙ୍ଗରେ ଅନ୍ୟ ରାଜ୍ୟର ଭୋଟରମାନଙ୍କୁ ମତଦାନ ଅନୁମତିି ଦେବା ଲାଗି ସମାନ ନମ୍ବରରେ ଭୋଟ ପରିଚୟପତ୍ର ଜାରି କରାଯାଇଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ ଆଣିଥିବାବେଳେ ନିର୍ବାଚନ କମିଶନ ଏହାକୁ ଖଣ୍ଡନ କରିଥିଲେ। ଭୋଟର ପରିଚୟ ପତ୍ରରେ ସମାନ ନମ୍ବର ଥିଲେ ମଧ୍ୟ ନିର୍ବାଚନ ମଣ୍ଡଳୀ ଏବଂ ବୁଥ୍‌ ଠିକଣା ଅଲଗା ଥିବାରୁ ଜଣେ ବ୍ୟକ୍ତି ଏକାଧିକ ସ୍ଥାନରେ ଭୋଟ ଦେବା ସମ୍ଭବ ନୁହେଁ ବୋଲି କମିଶନ କହିଥିଲେ। ତୃଣମୂଳ କଂଗ୍ରେସ ସହ କଂଗ୍ରେସ, ଡିଏମ୍‌କେ, ଶିବସେନା-ୟୁବିଟି ଏହି ପ୍ରସଙ୍ଗ ପାର୍ଲାମେଣ୍ଟର ଉଭୟ ସଦନରେ ଉଠାଇବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri