Posted inଜାତୀୟ

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଭାଜପାରୁ ଓମ୍‌ ବିର୍ଲା ଏବଂ ହେମା ମାଳିନୀଙ୍କ ସମେତ ୧,୨୦୨ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।

ସକାଳ ୭ଟାରୁ ମତଦାନ ଆରମ୍ଭ ହେବ। ୧.୬୭ ଲକ୍ଷ ଭୋଟକେନ୍ଦ୍ରରେ ୧୬ ଲକ୍ଷରୁ ଅଧିକ ପୋଲିଂ ଅଫିସରଙ୍କୁ ନିଯୁକ୍ତ କରାଯାଇଛି। ୧୫.୮୮ କୋଟିରୁ ଊର୍ଦ୍ଧ୍ୱ ଭୋଟର ଏହି ପର୍ଯ୍ୟାୟରେ ମତାଧିକାର ସାବ୍ୟସ୍ତ କରିବେ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି।

ଭୋଟରଙ୍କ ମଧ୍ୟରୁ ୮.୦୮ କୋଟି ପୁରୁଷ ଏବଂ ୭.୮ କୋଟି ମହିଳା ହୋଇଥିବା ବେଳେ ୫,୯୨୯ ତୃତୀୟ ଲିଙ୍ଗ ରହିଛନ୍ତି। ୩୪.୮ ଲକ୍ଷ ନୂଆ ଭୋଟର ଏଥର ପ୍ରଥମ ଥର ଭୋଟ ଦେବେ।

ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ବିହାରର ୪ଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେତେକ ବୁଥରେ ମତଦାନ ସମୟ ବଢ଼ାଇଛନ୍ତି। ମଧ୍ୟପ୍ରଦେଶର ବେଟୁଲ ଆସନର ବିଏସ୍‌ପି ପ୍ରାର୍ଥୀଙ୍କ ପରଲୋକ ଯୋଗୁ ସେଠାର ନିର୍ବାଚନକୁ ତୃତୀୟ ପର୍ଯ୍ୟାୟକୁ ପରିବର୍ତ୍ତନ କରାଯାଇଛି। ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ୧,୨୦୨ ପ୍ରାର୍ଥୀଙ୍କ ମଧ୍ୟରୁ ୧,୦୯୮ ଜଣ ପୁରୁଷ ହୋଇଥିବାବେଳେ ୧୦୨ ଜଣ ମହିଳା ଏବଂ ୨ଜଣ ତୃତୀୟ ଲିଙ୍ଗ ପ୍ରାର୍ଥୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା 

ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri