Posted inଜାତୀୟ

ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ପାଟନା,୨ା୧୧(ଆଇଏଏନ୍‌ଏସ୍‌): ବିହାର ବିଧାନସଭା ଲାଗି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ୩ ତାରିଖରେ ହେବାକୁ ଥିବାବେଳେ ରବିବାର ସନ୍ଧ୍ୟାରେ ସେଠାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ସବୁ ଦଳ ପକ୍ଷରୁ ପ୍ରଚାରକୁ ଜୋର୍‌ଦାର କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶେଷ ଦିନରେ ୪ଟି ନିର୍ବାଚନୀ ରାଲିରେ ଯୋଗଦେଇ ଏନ୍‌ଡିଏ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଦେବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର, ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଅଭିନେତାରୁ ରାଜନେତା ହୋଇଥିବା ମନୋଜ ତିଓ୍ବାରୀ ପ୍ରମୁଖ ଏନ୍‌ଡିଏ ପ୍ରାର୍ଥୀଙ୍କ ପାଇଁ ପ୍ରଚାରରେ ସାମିଲ ହୋଇଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଆରଜେଡି ନେତା ତେଜସ୍ବୀ ଯାଦବ ବିଭିନ୍ନ ସଭା ଓ ରାଲିରେ ଯୋଗଦେଇ ମହାମେଣ୍ଟ ପାଇଁ ପ୍ରଚାର କରିଥିଲେ। ମଙ୍ଗଳବାର ୯୪ ଆସନ ପାଇଁ ଭୋଟ ଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ଲଢ଼ୁଥିବା ହେଭିଓ୍ବେଟ ନେତାମାନଙ୍କ ମଧ୍ୟରେ ଅଛନ୍ତି ନନ୍ଦକିଶୋର ଯାଦବ (ପାଟନା ସାହିବ), ରଣଧୀର ସିଂ (ମଧୁବନ), ଶ୍ରବଣ କୁମାର (ନାଳନ୍ଦା), ତେଜସ୍ବୀ ଯାଦବ (ରାଘୋପୁର), ତେଜପ୍ରତାପ ଯାଦବ (ହସନପୁର) ଏବଂ ଲୁଭ୍‌ ସିହ୍ନା (ବାଙ୍କିପୁର)। ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୧୪୬୩ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଦ୍ଧାରଣ ହେବାକୁ ଯାଉଛି। ମାଓବାଦୀ ପ୍ରବଣ ଅଞ୍ଚଳଗୁଡ଼ିକରେ ମତଦାନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ବିହାରରେ ମୁଖ୍ୟତଃ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ଏବଂ ମହାମେଣ୍ଟ ମଧ୍ୟରେ ଲଢ଼େଇ ହେଉଛି। ଏନ୍‌ଡିଏରେ ଜେଡିୟୁ, ହିନ୍ଦୁସ୍ତାନୀ ଆଓ୍ବାମୀ ମୋର୍ଚ୍ଚା ଏବଂ ବିକାଶଶୀଳ ଇନସାନ ପାର୍ଟି ରହିଥିବାବେଳେ ଲୋକ ଜନଶକ୍ତି ପାର୍ଟି ଏକାକୀ ନିର୍ବାଚନ ଲଢ଼ୁଛି। ଅନ୍ୟପକ୍ଷରେ ମହାମେଣ୍ଟରେ ଆର୍‌ଜେଡି, କଂଗ୍ରେସ ଓ ବାମଦଳଗୁଡ଼ିକ ରହିଛନ୍ତି। ୭ ତାରିଖରେ ତୃତୀୟ ପର୍ଯ୍ୟାୟ ଭୋଟ ପରେ ୧୦ରେ ମତଗଣନା କରାଯିବ।
୧୧ଟି ରାଜ୍ୟର ୫୪ଟି ବିଧାନସଭା ଆସନ ଲାଗି ମଙ୍ଗଳବାର ଉପନିର୍ବାଚନ ହେବାକୁ ଥିବାବେଳେ ସେଠାରେ ରବିବାର ପ୍ରଚାର ଶେଷ ହୋଇଛି। ସେଥିରୁ ମଧ୍ୟପ୍ରଦେଶରେ ସର୍ବାଧିକ ୨୮ ଆସନ, ଗୁଜରାଟରେ ୮, ଉତ୍ତରପ୍ରଦେଶରେ ୭, ଓଡ଼ିଶା, ନାଗାଲାଣ୍ଡ, କର୍ନାଟକ ଓ ଝାଡ଼ଖଣ୍ଡରେ ୨ଟି ଲେଖାଏ ଏବଂ ଛତିଶଗଡ଼, ତେଲଙ୍ଗାନା ଓ ହରିୟାଣାରେ ଗୋଟିଏ ଲେଖାଏ ଆସନ ଲାଗି ଭୋଟଗ୍ରହଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri