ଆଜି କଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ: ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୫ ଲକ୍ଷ ଭୋଟର

ଶ୍ରୀନଗର,୨୫ା୯ (ପି.ଟି.):ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ବୁଧବାର ଅନୁଷ୍ଠିତ ହେବାକୁ ଯାଉଛି। ୫ ଜିଲାର ୨୬ ଆସନରେ ୨୫ ଲକ୍ଷ ମତଦାତା ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ମତଦାନକୁ ଅବାଧ ଓ ଶୃଙ୍ଖଳିତ କରିବା ପାଇଁ ବ୍ୟାପକ ସୁରକ୍ଷା ବଳ ନିୟୋଜିତ କରାଯାଇଛି। ନିର୍ବାଚନ କମିଶନ ୩,୫୦୨ଟି ମତଦାନ କେନ୍ଦ୍ର ସ୍ଥାପନ କରିଛନ୍ତି। ସେଥିରୁ ୧,୦୫୬ଟି ସହରାଞ୍ଚଳରେ ହୋଇଥିବାବେଳେ ୨,୪୪୬ଟି ଗ୍ରାମାଞ୍ଚଳରେ ରହିଛି। ନିର୍ବାଚନ ପରିଚାଳନାରେ ସ୍ବଚ୍ଛତା ପାଇଁ ସବୁ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ ବ୍ୟବସ୍ଥା କରାଯାଇଛି। ଅଧିକ ସଂଖ୍ୟାରେ ଭୋଟର ଯେପରି ବୁଥ୍‌କୁ ଆସି ମତଦାନ କରିବେ, ସେଥିପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ୧୫୭ଟି ସ୍ବତନ୍ତ୍ର ମତଦାନ କେନ୍ଦ୍ର କରାଯାଇଛି। ୨୬ଟି ପିଙ୍କ୍‌ ବୁଥ୍‌କୁ ମହିଳାମାନେ ପରିଚାଳନା କରୁଥିବାବେଳେ ଭିନ୍ନକ୍ଷମଙ୍କ ଦ୍ୱାରା ଅନ୍ୟ ୨୬ଟି ବୁଥ୍‌ ପରିଚାଳିତ ହେବ। ୩୧ଟି ସୀମାନ୍ତ ପୋଲିଂ ଷ୍ଟେଶନ ହୋଇଥିବାବେଳେ ୨୬ଟି ଗ୍ରୀନ୍‌ ଏବଂ ୨୨ଟି ଅନନ୍ୟ ପୋଲିଂ ଷ୍ଟେଶନ ଖୋଲାଯାଇଛି। ମତଦାନ ସକାଳ ୭ରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ।

ପର୍ଯ୍ୟାୟର ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା, ଜେକେପିସିସି ସଭାପତି ତାରିକ୍‌ ହମିଦ କାରା ଏବଂ ଭାଜପା ଜମ୍ମୁ-କଶ୍ମୀର ସଭାପତି ରବୀନ୍ଦ୍ର ରାଇନା। ଓମାର ଗଣ୍ଡେରବାଲ ଏବଂ ବଡ୍‌ଗାମ ଆସନରୁ ଲଢ଼ୁଥିବାବେଳେ କାରା କେନ୍ଦ୍ରୀୟ ଶାଲତେଙ୍ଗରୁ ଏବଂ ରାଇନା ରାଜୌରୀ ଜିଲାର ନାଓଶେରା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଜେଲରେ ଥିବା ବିଚ୍ଛିନ୍ନତାବାଦୀ ନେତା ସର୍ଜନ ଅହମଦ ଓ୍ବାଗି ଓରଫ ବର୍‌କତି ଦୁଇଟି ଆସନ ବୀରଓ୍ବା ଏବଂ ଗଣ୍ଡେରବାଲରୁ ଲଢ଼ୁଛନ୍ତି। ରଶିଦ ଇଞ୍ଜିନିୟର ଭାବେ ଜଣାଶୁଣା ଶେଖ୍‌ ଅବଦୁଲ ରଶିଦ ତିହାର ଜେଲରେ ଥାଇ ଲୋକ ସଭା ନିର୍ବାଚନରେ ବାରମୁଲ୍ଲା ଆସନରୁ ଲଢ଼ିଥିଲେ। ସେ ଓମାରଙ୍କୁ ୨ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟ ବ୍ୟବଧାନରେ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri