ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: ୧ଟା ସୁଦ୍ଧା ୬୫% ମତଦାନ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି। ଶୁକ୍ରବାର ସକାଳ ୭ଟାରୁ ୬୮ ବ୍ଲକର ୨୦୪୩୬ ବୁଥ୍‌ରେ ଭୋଟିଂ ଆରମ୍ଭ ହୋଇ ଅପରାହ୍ନ ୧ଟା ଯାଏ ଚାଲିଥିଲା। ତେବେ ଅପରାହ୍ନ ୧ଟା ସୁଦ୍ଧା ଆସିଥିବା ରିପୋର୍ଟ ଅନୁଯାୟୀ ରାଜ୍ୟରେ ୬୫% ମତଦାନ ହୋଇଛି। ଏବେ ବି କିଛି ସ୍ଥାନରେ ନିର୍ବାଚନ ଚାଲିଥିବା ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବିନ୍ଦ୍ର ସାହୁ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ଅପରାହ୍ନ ୧ଟାରେ ବୁଥ୍‌ ଗେଟ ବନ୍ଦ କରିଦିଆଯାଇଛି। ଏଣୁ ଯେଉଁମାନେ ସମୟ ପୂର୍ବରୁ ବୁଥ୍‌ ପରିସରରେ ପହଞ୍ଚିଥିଲେ ସେମାନେ ଭୋଟ ଦେଉଛନ୍ତି। ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ, ରକ୍ତପାତ, ଗୋଷ୍ଠୀ ସଂଘର୍ଷ ଘଟିଥିଲା। ଏହାପରେ ରାଜ୍ୟ ନିର୍ବାଚନ କମିଶନର ଯେପରି ପୁନର୍ବାର ଏଭଳି ନ ଘଟେ ତା’ ଉପରେ ନଜର ରଖିବାକୁ ତାଗିଦ କରିଥିଲେ। ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳେ କାଁ ଭାଁ ହିଂସାକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri