ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ନିର୍ଦ୍ଧାରଣ ହେବ ୩ ହଜାର ପ୍ରାର୍ଥୀଙ୍କ ଭାଗ୍ୟ

ବାରିପଦା ଅଫିସ,୧୭।୨: ୧୮ ତାରିଖ ଶୁକ୍ରବାର ଅନୁଷ୍ଠିତ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମୟୂରଭଞ୍ଜ ଜିଲାର ୫ଟି ବ୍ଲକରେ ଭୋଟ ଗ୍ରହଣ ହେବ। ଏନେଇ ୩ ହଜାର ୩ ପ୍ରାର୍ଥୀଙ୍କ ଭାଗ୍ୟ ୪ ଲକ୍ଷ ୧୬ ହଜାର ୩୧୪ ଭୋଟରଙ୍କ ହାତରେ ରହିଛି।

ଜିଲାର ୨୬ଟି ବ୍ଳକ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୭ଟି ବ୍ଳକରେ ନିର୍ବାଚନ ଶେଷ ହୋଇଛି। କପ୍ତିପଦା, ବାରିପଦା, ବେତନଟୀ, ଶୁଳିଆପଦା ଓ ସାରସକଣା ବ୍ଳକରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ୫ଟି ବ୍ଲକରେ ନିର୍ବାଚନୀ ପ୍ରଚାର ବୁଧବାର ସନ୍ଧ୍ୟାରେ ଶେଷ ହୋଇଛି। ୧୨ଟି ଜିଲା ପରିଷଦ ସମେତ ୯୪ ସରପଞ୍ଚ ଓ ସମିତିସଭ୍ୟ ଏବଂ ୧୨୭୯ ୱାର୍ଡ଼ସଭ୍ୟ ଆସନ ପାଇଁ ଭୋଟ ଗ୍ରହଣ ହେବ। ଏହି ଆସନଗୁଡ଼ିକରେ ଯଥାକ୍ରମେ ୫୧, ୪୨୮, ୩୮୫ ଓ ୨୧୩୯ ପ୍ରାର୍ଥୀଙ୍କୁ ମିଶାଇ ମୋଟ ୩୦୦୩ ପ୍ରାର୍ଥୀଙ୍କ ମଧ୍ୟରୁ ଯୋଗ୍ୟ ପ୍ରାର୍ଥୀଙ୍କୁ ଭୋଟର ନେତା ବାଛିବେ। ଏନେଇ ୧୨୭୯ଟି ମତଦାନ କେନ୍ଦ୍ର ପ୍ରସ୍ତୁତି ସରିଥିବା ବେଳେ ନିୟୋଜିତ ପୋଲିଂ ଅଧିକାରୀ ଓ କର୍ମଚାରୀଗଣ ଆବଶ୍ୟକ ସରଞ୍ଜାମ ସହିତ ବୁଥରେ ପହଞ୍ଚିଛନ୍ତି । ଶାନ୍ତିଶୃଙ୍ଖଳାର ସହିତ ନିର୍ବାଚନ ସମ୍ପନ୍ନ ପାଇଁ ବ୍ୟାପକ ପୋଲିସ ମୃତୟନ କରାଯାଇ ପେଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶୁକ୍ରବାର ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ କରାଯିବ। ପରେ ଭୋଟବାକ୍ସ ବ୍ଲକ ମୁଖ୍ୟାଳୟ ଷ୍ଟ୍ରଙ୍ଗରୁମରେ ରଖାଯିବ  । ଚଳିତ ମାସ ୨୬, ୨୭ ଓ ୨୮ ତାରିଖରେ ବ୍ଲକ କାର୍ଯ୍ୟାଳୟରେ ଭୋଟଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri