Posted inଖେଳ

ଦ୍ୱିତୀୟ ଟି୨୦: ଇଂଲଣ୍ଡ ବିଜୟୀ

ମାଞ୍ଚେଷ୍ଟର,୩୧।୮(ପି.ଟି.): ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ରବିବାର ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଘରୋଇ ଇଂଲଣ୍ଡ ୫ ଉଇକେଟରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଦଳ ୧-୦ରେ ଅଗ୍ରଣୀ ହାସଲ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ପାକିସ୍ତାନ ୪ ଉଇକେଟ ହରାଇ ୧୯୫ ରନ ସଂଗ୍ରହ କରିଥିଲା। ଜବାବରେ ଇଂଲଣ୍ଡ ୧୯.୧ ଓଭରରେ ୫ ଉଇକେଟ ବିନିମୟରେ ୧୯୯ ରନ କରି ବିଜୟ ହାସଲ କରିଛି। ଇଂଲଣ୍ଡ ତରଫରୁ ଅଧିନାୟକ ଇଅନ ମୋର୍ଗାନ ସର୍ବାଧିକ ୬୬ (୩୩ବଲ, ୬ ଚୌକା, ୪ ଛକା), ଜନୀ ବେୟାରଷ୍ଟୋ ୪୪, ଟମ୍‌ ବାଣ୍ଟନ ୨୦, ସାମ ବିଲିଙ୍ଗ୍ସ ୧୦ ରନ କରି ଆଉଟ ହୋଇଥିବା ବେଳେ ଡଓ୍ବେିଡ୍‌ ମଲାନ ୫୪ ରନ (୩୬ ବଲ, ୬ ଚୌକା, ୧ ଛକା) ରନ କରି ଅପରାଜିତ ରହିଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ସଦାବ ଖାନ ୩ ଓ ହାରିସ ରୌଫ ୨ ଉଇକେଟ ଅକ୍ତିଆର କରିଥିଲେ।
ପୂର୍ବରୁ ପାକିସ୍ତାନ ତରଫରୁ ବାବର ଓ ଅନ୍ୟତମ ଓପନର ଫଖର ଜମାନ ଧୂଆଁଧାର ଆରମ୍ଭ କରିଥିଲେ। ଜମାନ ୨୨ ବଲରୁ ୫ ଚୌକା ଓ ୧ ଛକା ସହ ୩୬ ରନ କରି ପ୍ରଥମେ ଆଉଟ ହୋଇଥିଲେ। ପ୍ରଥମ ଉଇକେଟରେ ଏହି ଦୁଇ ବ୍ୟାଟ୍ସମ୍ୟାନ ୫୨ ବଲରୁ ୭୨ ରନ ସଂଗ୍ରହ କରିଥିଲେ। ଏହାପରେ ବାବର ୪୪ ବଲରରୁ ୭ ଚୌକା ସହ ୫୬ ରନର ଅର୍ଦ୍ଧଶତକୀୟ ପାଳି ଖେଳି ପ୍ୟାଭିଲିୟନ ଫେରିଥିଲେ। ଅଭିଜ୍ଞ ସୋଏବ ମଲିକ ୧୪ ରନ କରି ଆଉଟ ହୋଇଥିଲେ। ଇଫ୍‌ତିକାର ଅହମ୍ମଦ ୮ ରନକରି ଅପରାଜିତ ରହିଥିଲେ। ହାଫିଜ୍‌ ଦ୍ରୁତଗତିରେ ରନ ସଂଗ୍ରହ କରିଥିଲେ। ସେ ମାତ୍ର ୩୬ଟି ବଲର ସମ୍ମୁଖୀନ ହୋଇ ୫ ଚୌକା ଓ ୪ ଛକା ସହ ୬୯ ରନ କରିଥିବା ବେଳେ ଟମ୍‌ କୁରାନଙ୍କ ବଲରେ ଇଅନ ମୋର୍ଗାନଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଲେଗ୍‌ ସ୍ପିନର ଆଦିଲ ରସିଦ୍‌ ୨, କିସ୍‌ ଜୋର୍ଡାନ ଓ ଟମ୍‌ କୁରାନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri