Posted inଜାତୀୟ

୧୨ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଆତଙ୍କବାଦୀ ଆକ୍ରମଣ, ସିଆର୍‌ପିଏଫ ଦଳ ଉପରେ ଗୁଳିମାଡ଼…

ଶ୍ରୀନଗର, ୧୩।୮ : ଜମ୍ମୁ-କଶ୍ମୀରରେ ଗତ ୧୨ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଆତଙ୍କବାଦୀ ଆକ୍ରମଣ ଘଟିଛି। ଉତ୍ତର କଶ୍ମୀରର ବନ୍ଦିପୋରା ଜିଲାରେ ଆତଙ୍କବାଦୀଙ୍କ ଦ୍ୱାରା ବାହାର ରାଜ୍ୟର ଶ୍ରମିକଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ପୁଣି ଥରେ ପୋଲିସ ଉପରକୁ ଗୁଳି ଚାଳନା କରାଯାଇଛି। ଅନନ୍ତନାଗର ବିଜବେହାରା ଅଞ୍ଚଳରେ ପୋଲିସ ଏବଂ ସିଆର୍‌ପିଏଫ୍‌ ର ମିଳିତ ଦଳ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ଘଟଣା ପରେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଛି।

ଏହାପୂର୍ବରୁ ଗୁରୁବାର ଜମ୍ମୁ-କଶ୍ମୀରର ରାଜୌରୀ ଜିଲାର ଦାରହଲ ଅଞ୍ଚଳର ପାରଗାଲ ଠାରେ ଏକ ସେନା କ୍ୟାମ୍ପରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବେଳେ ଦୁଇ ଆତଙ୍କବାଦୀଙ୍କ ଆକ୍ରମଣରେ ତିନିଜଣ ସେନା କର୍ମଚାରୀ ଶହୀଦ୍‌ ହୋଇଥିଲେ। ସନ୍ଦିଗ୍ଧ ଆତ୍ମଘାତୀ ଗୋଷ୍ଠୀର ଉଭୟ ଆତଙ୍କବାଦୀ ସୁରକ୍ଷା ବାହିନୀଙ୍କ ଗୁଳିରେ ମୃତ୍ୟୁ ଘଟିଥିଲା।

ପୋଲିସ ଏବଂ ସିଆରପିଏଫ ଉପରେ ଗୁଳି ଚଳାଇବା ପରେ ସୁରକ୍ଷା ଅଧିକାରୀମାନେ ଏହି ଅଞ୍ଚଳକୁ ଘେରି ରହିଛନ୍ତି ଏବଂ ଘଟଣାସ୍ଥଳକୁ ଅତିରିକ୍ତ ଟିମ ପଠାଯାଇଛି। ୭୫ ତମ ସ୍ବାଧୀନତା ଦିବସ ପାଳନ କରିବାର କିଛି ଘଣ୍ଟା ପୂର୍ବରୁ ଏହି ଆକ୍ରମଣ ହୋଇଛି। ଗୋଟିଏ ଦିନ ପୂର୍ବରୁ ବଡ଼ଗାମରେ ସୁରକ୍ଷା ବାହିନୀ ଦ୍ୱାରା ତିନି ଜଣ ଲ୍‌s୍କର ଆତଙ୍କବାଦୀଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ନିହତ ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ସାଧାରଣ ନାଗରିକ ରାହୁଲ ଭଟ୍ଟ ଏବଂ ଅମ୍ରିନକ ଭଟ୍ଟଙ୍କ ହତ୍ୟାରେ ସମ୍ପୃକ୍ତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri