Posted inଜାତୀୟ

୧୨ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଆତଙ୍କବାଦୀ ଆକ୍ରମଣ, ସିଆର୍‌ପିଏଫ ଦଳ ଉପରେ ଗୁଳିମାଡ଼…

ଶ୍ରୀନଗର, ୧୩।୮ : ଜମ୍ମୁ-କଶ୍ମୀରରେ ଗତ ୧୨ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଆତଙ୍କବାଦୀ ଆକ୍ରମଣ ଘଟିଛି। ଉତ୍ତର କଶ୍ମୀରର ବନ୍ଦିପୋରା ଜିଲାରେ ଆତଙ୍କବାଦୀଙ୍କ ଦ୍ୱାରା ବାହାର ରାଜ୍ୟର ଶ୍ରମିକଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ପୁଣି ଥରେ ପୋଲିସ ଉପରକୁ ଗୁଳି ଚାଳନା କରାଯାଇଛି। ଅନନ୍ତନାଗର ବିଜବେହାରା ଅଞ୍ଚଳରେ ପୋଲିସ ଏବଂ ସିଆର୍‌ପିଏଫ୍‌ ର ମିଳିତ ଦଳ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ଘଟଣା ପରେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଛି।

ଏହାପୂର୍ବରୁ ଗୁରୁବାର ଜମ୍ମୁ-କଶ୍ମୀରର ରାଜୌରୀ ଜିଲାର ଦାରହଲ ଅଞ୍ଚଳର ପାରଗାଲ ଠାରେ ଏକ ସେନା କ୍ୟାମ୍ପରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବେଳେ ଦୁଇ ଆତଙ୍କବାଦୀଙ୍କ ଆକ୍ରମଣରେ ତିନିଜଣ ସେନା କର୍ମଚାରୀ ଶହୀଦ୍‌ ହୋଇଥିଲେ। ସନ୍ଦିଗ୍ଧ ଆତ୍ମଘାତୀ ଗୋଷ୍ଠୀର ଉଭୟ ଆତଙ୍କବାଦୀ ସୁରକ୍ଷା ବାହିନୀଙ୍କ ଗୁଳିରେ ମୃତ୍ୟୁ ଘଟିଥିଲା।

ପୋଲିସ ଏବଂ ସିଆରପିଏଫ ଉପରେ ଗୁଳି ଚଳାଇବା ପରେ ସୁରକ୍ଷା ଅଧିକାରୀମାନେ ଏହି ଅଞ୍ଚଳକୁ ଘେରି ରହିଛନ୍ତି ଏବଂ ଘଟଣାସ୍ଥଳକୁ ଅତିରିକ୍ତ ଟିମ ପଠାଯାଇଛି। ୭୫ ତମ ସ୍ବାଧୀନତା ଦିବସ ପାଳନ କରିବାର କିଛି ଘଣ୍ଟା ପୂର୍ବରୁ ଏହି ଆକ୍ରମଣ ହୋଇଛି। ଗୋଟିଏ ଦିନ ପୂର୍ବରୁ ବଡ଼ଗାମରେ ସୁରକ୍ଷା ବାହିନୀ ଦ୍ୱାରା ତିନି ଜଣ ଲ୍‌s୍କର ଆତଙ୍କବାଦୀଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ନିହତ ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ସାଧାରଣ ନାଗରିକ ରାହୁଲ ଭଟ୍ଟ ଏବଂ ଅମ୍ରିନକ ଭଟ୍ଟଙ୍କ ହତ୍ୟାରେ ସମ୍ପୃକ୍ତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri