Posted inଖେଳ

ଦ୍ୱିତୀୟ ଟେଷ୍ଟ: ଆବିଦଙ୍କ ଦ୍ୱିଶତକ, ପାକିସ୍ତାନ ସ୍ଥିତି ଦୃଢ଼

ହରାରେ,୯।୫: ଜିମ୍ବାଓ୍ବେ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ପାକିସ୍ତାନ ଓପନର ଆବିଦ ଅଲିଙ୍କ ଅପରାଜିତ ୨୧୫ ରନର ଦ୍ୱିଶତକୀୟ ଇନିଂସ ଓ ଆଝାର ଅଲିଙ୍କ ୧୨୬ ରନର ଶତକ ବଳରେ ସ୍ଥିତି ଦୃଢ କରିଛି। ଟସ୍‌ ଜିତି ପାକିସ୍ତାନ ପ୍ରଥମ ଇନିଂସରେ ୧୪୭.୧ ଓଭରରେ ୮ ଉଇକେଟ ହରାଇ ୫୧୦ ରନକରି ଇନିଂସ ଘୋଷଣା କରିଥିଲା। ଜବାବରେ ଜିମ୍ବାଓ୍ବେ ପ୍ରଥମ ଇନିଂସ ଆରମ୍ଭ କରି ଶନିବାର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୩୦ ଓଭରରେ ୪ ଉଇକେଟ ହରାଇ ୫୨ ରନ ସଂଗ୍ରହ କରିଛି। ଫଳରେ ଜିମ୍ବାଓ୍ବେ ୬ ଉଇକେଟ ହାତରେ ରଖି ୪୫୮ ରନ ପଛରେ ପଡିଛି। ବୃହତ୍‌ ଅଗ୍ରଣୀ ହାସଲ କରିବା ସମ୍ଭାବନା ସୃଷ୍ଟି କରି ପାକିସ୍ତାନ ସ୍ଥିତି ଦୃଢ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଟେଣ୍ଡାଇ ଚିସୋରୋ ୧ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ରେଗିସ ଚକଭା ୨୮ ରନକରି ଅପରାଜିତ ରହିଛନ୍ତି। ଚକଭାଙ୍କୁ ବାଦ୍‌ ଦେଲେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରିନାହାନ୍ତି। ବୋଲିଂରେ ପାକିସ୍ତାନ ତରଫରୁ ଶାହିନ ଶାହା ଆଫ୍ରିଦି, ତାବିସ ଖାଁ, ହାସନ ଅଲି ଓ ସାଜିଦ ଖାଁ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୬୮/୪ରୁ ପାକିସ୍ତାନ ଶନିବାର ଖେଳ ଆରମ୍ଭ କରିଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ଆବିଦ ଅଲି ୧୧୮ରୁ ଖେଳ ଆରମ୍ଭ କରି ଦ୍ୱିଶତକ ହାସଲ କରି ଆଉଟ ହୋଇଥିଲେ। ସେହିପରି ୧ ରନରୁ ଖେଳ ଆରମ୍ଭ କରି ସାଜିଦ ଖାଁ ୨୦ ରନ କରି ଆଉଟ ହୋଇଥିଲେ। ଉଇକେଟକିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ୨୧ ରନକରି ଆଉଟ ହୋଇଥିବା ବେଳେ ନୌମାନ ଅଲି ୯୭ ରନକରି ଆଉଟ ହେବା ସହ ୩ ରନ ପାଇଁ ଶତକରୁ ବଞ୍ଚିତ ହୋଇଥିଲେ। ଜିମ୍ବାଓ୍ବେ ତରଫରୁ ବୋଲିଂରେ ବ୍ଲେସିଂ ମୁଜାରବାନୀ ସର୍ବାଧିକ ୩, ଟେଣ୍ଡାଇ ଚିସୋରୋ ୨, ରିଚାର୍ଡ ଏନ୍‌ଗାରାଭା, ଲୁକ୍‌ ଜୋଙ୍ଗ୍‌ଓ୍ବେ ଓ ଡୋନାଲ୍ଡ ତିରିପାନୋ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ପ୍ରଥମ ଇନିଂସ: ୧୪୭.୧ ଓଭରରେ ୫୧୦/୮ ଇନିଂସ ଘୋଷଣା
(ଆବିଦ ଅଲି- ୨୧୫*, ଆଝାର ଅଲି- ୧୨୬, ନୌମାନ ଅଲି- ୯୭, ବ୍ଲେସିଂ ମୁଜାରବାନୀ- ୩/୮୨, ଟେଣ୍ଡାଇ ଚିସୋରୋ- ୨/୧୩୧)।
ଜିମ୍ବାଓ୍ବେ ପ୍ରଥମ ଇନିଂସ:
୩୦ ଓଭରରେ ୫୨/୪
(ରେଗିସ ଚକଭା- ୨୮*, ହାସନ ଅଲି- ୧/୭, ସାଜିଦ ଖାଁ- ୧/୦, ଶାହିନ ଶାହା ଆଫ୍ରିଦି- ୧/୧୬, ତାବିସ ଖାଁ- ୧/୨୨)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?