Posted inଖେଳ

ଦ୍ୱିତୀୟ ଟେଷ୍ଟ: ଆଫଗାନିସ୍ତାନ ୬ ଉଇକେଟରେ ବିଜୟୀ

ଆବୁଧାବି,୧୫।୩: ସ୍ଥାନୀୟ ଶେଖ ଜାଏଦ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଜିମ୍ବାଓ୍ବେ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଆଫଗାନିସ୍ତାନ ୬ ଉଇକେଟରେ ବିଜୟୀ ହୋଇଛି। ଟସ୍‌ ଜିତି ଆଫଗାନିସ୍ତାନ ପ୍ରଥମ ଇନିଂସରେ ହାଶମାତୁଲ୍ଲା ଶାହିଦିଙ୍କ ୨୦୦ ରନର ଅପରାଜିତ ଦ୍ୱିଶତକୀୟ ପାଳି ବଳରେ ୧୬୦.୪ ଓଭରରେ ୪ ଉଇକେଟ ହରାଇ ୫୪୫ ରନ କରି ଇନିଂସ ଘୋଷଣା କରିଥିଲା। ଜବାବରେ ଜିମ୍ବାଓ୍ବେ ପ୍ରଥମ ଇନିଂସ ଆରମ୍ଭ କରି ୯୧.୩ ଓଭରରେ ୨୮୭ ରନକରି ଅଲଆଉଟ ହୋଇଥିଲା। ଜିମ୍ବାଓ୍ବେ ପ୍ରଥମ ଇନିଂସ ଭିତ୍ତିରେ ୨୫୮ ରନ ପଛରେ ପଡି ଫଲୋଅନ ହୋଇଥିଲା। ଫଲୋଅନ ହେବା ପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଜିମ୍ବାଓ୍ବେ ରବିବାର ପଞ୍ଚମ ତଥା ଅନ୍ତିମ ଦିବସରେ ୧୪୮.୫ ଓଭରରେ ୩୬୫ ରନକରି ଅଲଆଉଟ ହୋଇଥିଲା। ଫଳରେ ଆଫଗାନିସ୍ତାନ ସମ୍ମୁଖରେ ୧୦୮ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଆଫଗାନିସ୍ତାନ ୨୬.୧ ଓଭରରେ ୪ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିଥିଲା। ଫଳରେ ୨ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ୧-୧ରେ ଅମୀମାଂସିତ ରହିଛି। ହାଶମାତୁଲ୍ଲା ଶାହିଦି ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଓ ଜିମ୍ବାଓ୍ବେ ଅଧିନାୟକ ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି।
ଦ୍ୱିତୀୟ ଇନିଂସରେ ଆଫଗାନିସ୍ତାନ ତରଫରୁ ରହମଦ ଶାହ ୫୮ ଓ ଇବ୍ରାହିମ ଜଡ୍ରାନ ୨୯ ରନ ସଂଗ୍ରହ କରିଥିଲେ। ବୋଲିଂରେ ଜିମ୍ବାଓ୍ବେର ବ୍ଲେସିଂ ମୁଜାରବାନୀ ଓ ରିଆନ ବର୍ଲ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୨୬୬/୭ରୁ ଜିମ୍ବାଓ୍ବେ ଖେଳ ଆରମ୍ଭ କରି ଅଲଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ସିନ ଓ୍ବିଲିୟମ୍ସ ୧୦୬ ରନରୁ ଖେଳ ଆରମ୍ଭ କରି ୧୫୧ରନ କରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ସେହିପରି ୬୩ ରନରୁ ଖେଳ ଆରମ୍ଭ କରି ଡୋନାଲ୍ଡ ଟିରିପାନୋ ୯୫ ରନକରି ଆଉଟ ହେବା ସହ ଶତକରୁ ବଞ୍ଚିତ ହୋଇଥିଲେ। ବୋଲିଂରେ ଆଫଗାନିସ୍ତାନ ତାରକା ସ୍ପିନର ରସିଦ ଖାଁ ସର୍ବାଧିକ ୭ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ପ୍ରଥମ ଇନିଂସ:
୧୬୦.୪ ଓଭରରେ ୫୪୫/୪ (ଇନିଂସ ଘୋଷଣା)।
ଜିମ୍ବାଓ୍ବେ ପ୍ରଥମ ଇନିଂସ: ୯୧.୩ ଓଭରରେ ୨୮୭
ଜିମ୍ବାଓ୍ବେ ଦ୍ୱିତୀୟ ଇନିଂସ(ଫଲୋଅନ): ୧୪୮.୫ ଓଭରରେ ୩୬୫ ଅଲଆଉଟ
(ସିନ୍‌ ଓ୍ବିଲିୟମ୍ସ- ୧୫୧*, ଡୋନାଲ୍ଡ ଟିରିପାନୋ- ୯୫*, ରସିଦ- ୭/୧୩୭)।
ଆଫଗାନିସ୍ତାନ ଦ୍ୱିତୀୟ ଇନିଂସ: ୨୬.୧ ଓଭରରେ ୧୦୮/୪
(ରହମଦ- ୫୮, ଇବ୍ରାହିମ- ୨୯, ମୁଜାରବାନି- ୨/୨୫)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri