Posted inଖେଳ

ଦ୍ୱିତୀୟ ଟେଷ୍ଟ:ଦକ୍ଷିଣ ଆଫ୍ରିକା ଟପ୍‌ ଅର୍ଡରର ବିପର୍ଯ୍ୟୟ

ରାଓ୍ବଲପିଣ୍ଡି,୬।୨(ଏପି): ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନମାନେ ପୁଣି ଫେଲ ମାରିଛନ୍ତି। ଫଳରେ ଘରୋଇ ଦଳ ସୁବିଧାଜନକ ସ୍ଥିତିରେ ରହିଛି। ସ୍ଥାନୀୟ ରାଓ୍ବଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଅନ୍ତିମ ମ୍ୟାଚ୍‌ରେ ଟସ୍‌ ଜିତି ପାକିସ୍ତାନ ପ୍ରଥମେ ଇନିଂସରେ ୧୧୪.୩ ଓଭରରେ ୨୭୨ ରନକରି ଅଲଆଉଟ ହୋଇଛି। ଜବାବରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ ଆରମ୍ଭ କରି ଶୁକ୍ରବାର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୨୮ ଓଭରରେ ୪ ଉଇକେଟ ହରାଇ ୧୦୬ ରନ ସଂଗ୍ରହ କରିଛି। ଏଥିସହ ୬ ଉଇକେଟ ହାତରେ ରଖି ଦକ୍ଷିଣ ଆଫ୍ରିକା ୧୬୬ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ଟେମ୍ବା ବଭୁମା ୧୫ ଓ ଅଧିନାୟକ ତଥା ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡି କକ୍‌ ୨୪ ରନକରି ଅପରଜିତ ରହିଛନ୍ତି। ଦୁଇ ଓପନର ଡିନ୍‌ ଏଲଗାର ଓ ଏଡେନ ମାରକ୍ରମ ଯଥାକ୍ରମେ ୧୫ ଓ ୩୨ ରନକରି ଆଉଟ ହୋଇଛନ୍ତି। ରାସି ଭାନ ଡେର ଡୁସେନ ଖାତା ଖେଳିପାରି ନ ଥିବା ବେଳେ ଅଭିଜ୍ଞ ଫାଫା ଡୁପ୍ଲେସି ୧୭ ରନକରି ପ୍ୟାଭିଲିୟନ ଫେରିଛନ୍ତି। ପାକିସ୍ତାନ ତରଫରୁ ହାସନ ଅଲି ୨, ଫହିମ ଆଶ୍ରଫ ଓ ନୌମାନ ଅଲି ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୧୦୬/୪ରୁ ଖେଳ ଆରମ୍ଭ କରି ପାକିସ୍ତାନ ଶୁକ୍ରବାର ଅଲଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ବାବର ଆଜମ ୭୭ ରନରୁ ଖେଳ ଆରମ୍ଭ କରି ଅଧିକ ରନ ସଂଗ୍ରହ କରି ନ ପାରି ସମାନ ସ୍କୋରରେ ଆଉଟ ହୋଇଥିଲେ। ସେହିପରି ୪୨ ରନରୁ ଖେଳ ଆରମ୍ଭ କରି ଫଓ୍ବାଦ ଆଲମ ୪୫ ରନକରି ରନ୍‌ ଆଉଟ୍‌ ହୋଇଥିଲେ। ଉଇକେଟକିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ୧୮ ରନ କରି ଆଉଟ ହୋଇଥିବା ବେଳେ ଫହିମ ଆଶ୍ରଫ୍‌ ୭୮ ରନକରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ଅନ୍ତିମ ୪ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ଏହି କ୍ରମରେ ହାସନ ଅଲି, ୟାସିର ଶାହା ଓ ନୌମାନ ଅଲି ୮ ଲେଖାଏ ରନ ସଂଗ୍ରହ କରିଥିଲେ। ଶାହିନ ଶାହା ଆଫ୍ରିଦି ଖାତା ଖୋଲିପାରି ନ ଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ଅନରିଚ ନୋର୍ଜ ସର୍ବାଧିକ ୫, କେଶବ ମହାରାଜ ୩, ଓ୍ବିଆନ ମୁଲ୍ଡର ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଦୁଇ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ପ୍ରଥମ ମ୍ୟାଚ୍‌ ଜିତି ପାକିସ୍ତାନ ୧-୦ରେ ଅଗ୍ରଣୀ ହାସଲ କରିଛି।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ପ୍ରଥମ ଇନିଂସ- ୧୧୪.୩ ଓଭରରେ ୨୭୨ ଆଲଆଉଟ
(ବାବାର ଆଜମ- ୭୭, ଆଶ୍ରଫ୍‌- ୭୮*,ଫଓ୍ବାଦ- ୪୫, ନୋର୍ଜ- ୫/୫୬, ମହାରାଜ- ୩/୯୦, ମୁଲ୍ଡର- ୧/୪୦)।


Enter your email to get our daily news in your inbox.

All Right Reserved By Dharitri.Com

ହାରୁଥିବା ମ୍ୟାଚକୁ ଜିତାଇବା ପରେ ତିଳକ ବର୍ମାଙ୍କ ବଡ଼ ବୟାନ, ଖୁଲାସା କରି କହିଲେ- NZ ବିପକ୍ଷରେ ଆମର ଏମିତି ଥିଲା ପ୍ଲାନ୍‌

ନୂଆଦିଲ୍ଲୀ, ୨୫।୧୦: ଚେଜ କରିବା ସମୟରେ ୨୬ଟି ବଲରେ ୬ଟି ଚୌକା ଓ ୧ଟି ଛକା ସହ ଅପରାଜିତ ୫୧ ରନର ମ୍ୟାଚ ବିଜୟୀ ପାଳି ଖେଳିଥିଲେ…

IPL ୨୦୨୭ରେ ଖେଳିବେ କି ନାହିଁ ଧୋନୀ? ଶେଷରେ ଦେଲେ ବଡ଼ ବୟାନ, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ, ୨୫।୧୦: IPL ୨୦୨୭ରେ ଖେଳିବେ କି ନାହିଁ ଏମଏସ ଧୋନୀ? ନିଜେ ନେଇପାରୁନାହାନ୍ତି ନିଷ୍ପତ୍ତି। ଧୋନୀ କହିଛନ୍ତି ଯେ ଡିସେମ୍ବର ମାସ ପୂର୍ବରୁ ସେ ନିଜ…

ନମନ ଧୀର ଆସିବା ପରେ ଟିମ ଇଣ୍ଡିଆରୁ ବାଦ ପଡ଼ିପାରନ୍ତି ଏହି ୩ ଷ୍ଟାର୍‌ ଖେଳାଳି, ନାଁ ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୨୫।୧୦: ଟିମ ଇଣ୍ଡିଆକୁ ଏମିତି ଜଣେ ଫିନିଶର ମିଳିଯାଇଛନ୍ତି, ଯିଏ ଶେଷ ଓଭରଗୁଡ଼ିକରେ ନିଜ ଦମରେ ମ୍ୟାଚର ମୋଡ଼ ବଦଳାଇ ପାରିବେ। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ…

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?