Posted inଖେଳ

ଦ୍ୱିତୀୟ ଟେଷ୍ଟ:ଦକ୍ଷିଣ ଆଫ୍ରିକା ଟପ୍‌ ଅର୍ଡରର ବିପର୍ଯ୍ୟୟ

ରାଓ୍ବଲପିଣ୍ଡି,୬।୨(ଏପି): ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନମାନେ ପୁଣି ଫେଲ ମାରିଛନ୍ତି। ଫଳରେ ଘରୋଇ ଦଳ ସୁବିଧାଜନକ ସ୍ଥିତିରେ ରହିଛି। ସ୍ଥାନୀୟ ରାଓ୍ବଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଅନ୍ତିମ ମ୍ୟାଚ୍‌ରେ ଟସ୍‌ ଜିତି ପାକିସ୍ତାନ ପ୍ରଥମେ ଇନିଂସରେ ୧୧୪.୩ ଓଭରରେ ୨୭୨ ରନକରି ଅଲଆଉଟ ହୋଇଛି। ଜବାବରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ ଆରମ୍ଭ କରି ଶୁକ୍ରବାର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୨୮ ଓଭରରେ ୪ ଉଇକେଟ ହରାଇ ୧୦୬ ରନ ସଂଗ୍ରହ କରିଛି। ଏଥିସହ ୬ ଉଇକେଟ ହାତରେ ରଖି ଦକ୍ଷିଣ ଆଫ୍ରିକା ୧୬୬ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ଟେମ୍ବା ବଭୁମା ୧୫ ଓ ଅଧିନାୟକ ତଥା ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡି କକ୍‌ ୨୪ ରନକରି ଅପରଜିତ ରହିଛନ୍ତି। ଦୁଇ ଓପନର ଡିନ୍‌ ଏଲଗାର ଓ ଏଡେନ ମାରକ୍ରମ ଯଥାକ୍ରମେ ୧୫ ଓ ୩୨ ରନକରି ଆଉଟ ହୋଇଛନ୍ତି। ରାସି ଭାନ ଡେର ଡୁସେନ ଖାତା ଖେଳିପାରି ନ ଥିବା ବେଳେ ଅଭିଜ୍ଞ ଫାଫା ଡୁପ୍ଲେସି ୧୭ ରନକରି ପ୍ୟାଭିଲିୟନ ଫେରିଛନ୍ତି। ପାକିସ୍ତାନ ତରଫରୁ ହାସନ ଅଲି ୨, ଫହିମ ଆଶ୍ରଫ ଓ ନୌମାନ ଅଲି ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୧୦୬/୪ରୁ ଖେଳ ଆରମ୍ଭ କରି ପାକିସ୍ତାନ ଶୁକ୍ରବାର ଅଲଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ବାବର ଆଜମ ୭୭ ରନରୁ ଖେଳ ଆରମ୍ଭ କରି ଅଧିକ ରନ ସଂଗ୍ରହ କରି ନ ପାରି ସମାନ ସ୍କୋରରେ ଆଉଟ ହୋଇଥିଲେ। ସେହିପରି ୪୨ ରନରୁ ଖେଳ ଆରମ୍ଭ କରି ଫଓ୍ବାଦ ଆଲମ ୪୫ ରନକରି ରନ୍‌ ଆଉଟ୍‌ ହୋଇଥିଲେ। ଉଇକେଟକିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ୧୮ ରନ କରି ଆଉଟ ହୋଇଥିବା ବେଳେ ଫହିମ ଆଶ୍ରଫ୍‌ ୭୮ ରନକରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ଅନ୍ତିମ ୪ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ଏହି କ୍ରମରେ ହାସନ ଅଲି, ୟାସିର ଶାହା ଓ ନୌମାନ ଅଲି ୮ ଲେଖାଏ ରନ ସଂଗ୍ରହ କରିଥିଲେ। ଶାହିନ ଶାହା ଆଫ୍ରିଦି ଖାତା ଖୋଲିପାରି ନ ଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ଅନରିଚ ନୋର୍ଜ ସର୍ବାଧିକ ୫, କେଶବ ମହାରାଜ ୩, ଓ୍ବିଆନ ମୁଲ୍ଡର ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଦୁଇ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ପ୍ରଥମ ମ୍ୟାଚ୍‌ ଜିତି ପାକିସ୍ତାନ ୧-୦ରେ ଅଗ୍ରଣୀ ହାସଲ କରିଛି।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ପ୍ରଥମ ଇନିଂସ- ୧୧୪.୩ ଓଭରରେ ୨୭୨ ଆଲଆଉଟ
(ବାବାର ଆଜମ- ୭୭, ଆଶ୍ରଫ୍‌- ୭୮*,ଫଓ୍ବାଦ- ୪୫, ନୋର୍ଜ- ୫/୫୬, ମହାରାଜ- ୩/୯୦, ମୁଲ୍ଡର- ୧/୪୦)।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri