Posted inଖେଳ

ଦ୍ୱିତୀୟ ଟେଷ୍ଟ: ନ୍ୟୁଜିଲାଣ୍ଡ ବିଜୟର ନିକଟତର

ବର୍ମିଂହାମ,୧୩।୬: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ସ୍ଥିତି ଆହୁରି ଦୃଢ଼ କରି ବିଜୟର ନିକଟତର ହୋଇଛି। ପ୍ରଥମ ଇନିଂସରେ ଇଂଲଣ୍ଡକୁ ୩୦୩ ରନ୍‌ରେ ଅଲ୍‌ଆଉଟ କରିବା ପରେ ନ୍ୟୁଜିଲାଣ୍ଡ ୧୧୯.୧ ଓଭରରେ ୩୮୮ ରନ୍‌କରି ଅଲ୍‌ଆଉଟ ହେବା ସହ ପ୍ରଥମ ଇନିଂସରେ ୮୫ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଥିଲା। ଏହାପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଇଂଲଣ୍ଡ ଶନିବାର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୪୧ ଓଭରରେ ୯ ଉଇକେଟ ହରାଇ ୧୨୨ ରନ ସଂଗ୍ରହ କରିଛି। ଗୋଟିଏ ଉଇକେଟ ହାତରେ ଥାଇ ଇଂଲଣ୍ଡ ମାତ୍ର ୩୭ ରନର ଅଗ୍ରଣୀ ହାସଲ କରି ପରାଜୟ ଦ୍ୱାରରେ ଛିଡା ହୋଇଛି। ମାର୍କ ଉଡ୍‌ ସର୍ବାଧିକ ୨୯ ରନ ସଂଗ୍ରହ କରିଥିବା ବେଳେ ନ୍ୟୁଜିଲାଣ୍ଡର ମ୍ୟାଟ୍‌ ହେନେରୀ ଓ ନିଲ ଓ୍ବାଗନର ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଛନ୍ତି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୨୯/୩ରୁ ନ୍ୟୁଜିଲାଣ୍ଡ ଖେଳ ଆରମ୍ଭ କରିଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ରସ୍‌ ଟେଲର ୪୬ ରନରୁ ଖେଳ ଆରମ୍ଭ କରି ୮୦ ରନକରି ଆଉଟ ହୋଇଥିଲେ। ଏହାପରେ ଟମ୍‌ ବ୍ଲଣ୍ଡେଲ ୩୪, ଏଜାଜ୍‌ ପଟେଲ ୨୦ ରନକରି ଆଉଟ ହୋଇଥିଲେ ଓ ଅନ୍ୟମାନେ ଭଲ ପ୍ରଦର୍ଶନ କରି ନ ଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଷ୍ଟୁଆର୍ଟ ବ୍ରଡ୍‌ ୪, ମାର୍କ ଉଡ୍‌ ଓ ଓଲି ଷ୍ଟୋନ ୨ଟି ଲେଖାଏ, ଜେମ୍ସ ଆଣ୍ଡରସନ ଓ ଡାନ ଲରେନ୍ସ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଇଂଲଣ୍ଡ ପ୍ରଥମ ଇନିଂସ: ୧୦୧ ଓଭରରେ ୩୦୩ ।
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ: ୧୧୯.୧ ଓଭରରେ ୩୮୮।
ଇଂଲଣ୍ଡ ଦ୍ୱିତୀୟ ଇନିଂସ: ୪୧ ଓଭରରେ ୧୨୨/୯


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri