Posted inଖେଳ

ଦ୍ୱିତୀୟ ଟେଷ୍ଟ: ଜିମ୍ବାଓ୍ବେ ଫଲୋଅନ୍‌

ଆବୁଧାବି,୧୩।୩: ସ୍ଥାନୀୟ ଶେଖ ଜାଏଦ ଷ୍ଟାଡିୟମରେ ଚାଲିଥିବା ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଜିମ୍ବାଓ୍ବେ ଫଲୋଅନ ହୋଇଛି। ଟସ୍‌ ଜିତି ଆଫଗାନିସ୍ତାନ ପ୍ରଥମ ଇନିଂସରେ ହାଶମାତୁଲ୍ଲା ଶାହିଦିଙ୍କ ୨୦୦ ରନର ଅପରାଜିତ ଦ୍ୱିଶତକୀୟ ପାଳି ବଳରେ ୧୬୦.୪ ଓଭରରେ ୪ ଉଇକେଟ ହରାଇ ୫୪୫ ରନ କରି ଇନିଂସ ଘୋଷଣା କରିଥିଲା। ଜବାବରେ ଜିମ୍ବାଓ୍ବ ପ୍ରଥମେ ଇନିଂସ ଆରମ୍ଭ କରି ୯୧.୩ ଓଭରରେ ୨୮୭ ରନକରି ଅଲଆଉଟ ହୋଇଥିଲା। ଫଳରେ ଜିମ୍ବାଓ୍ବେ ପ୍ରଥମ ଇନିଂସ ଭିତ୍ତିରେ ୨୫୮ ରନ ପଛରେ ପଡି ଫଲୋଅନ ହୋଇଛି। ଫଲୋଅନ ହେବା ପରେ ଦ୍ୱିତୀୟ ଇିନିଂସ ଆରମ୍ଭ କରି ଜିମ୍ବାଓ୍ବେ ଶୁକ୍ରବାର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୧୩ ଓଭରରେ କୌଣସି ଉଇକେଟ ନ ହରାଇ ୨୪ ରନ ସଂଗ୍ରହ କରିଛି। ଏବେ ୧୦ ଉଇକେଟ ହାତରେ ରଖି ଜିମ୍ବାଓ୍ବେ ୨୩୪ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ପ୍ରିନ୍ସ ମାସଭାଉର ୩ ଓ କେଭିନ କାସୁଜା ୨୦ ରନ କରି ଅପରାଜିତ ରହିଛନ୍ତି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୫୦/୦ରୁ ଖେଳ ଆରମ୍ଭ କରି ଜମ୍ବାଓ୍ବେ ଶୁକ୍ରବାର ଅଲଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ମାସଭାଉର ୨୯ରୁ ଖେଳ ଆରମ୍ଭ କରି ୬୫ ରନକରି ଆଉଟ ହୋଇଥିଲେ। ସେହିପରି କାସୁଜା ୧୪ ରନରୁ ଖେଳ ଆରମ୍ଭ କରି ୪୧ ରନ କରି ପ୍ୟାଭିଲିୟନ ଫେରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତାରିସାହି ମୁସାକାଣ୍ଡା ୪୧, ସିକନ୍ଦର ରାଜା ସର୍ବାଧିକ ୮୫, ଉଇକେଟକିପର ବ୍ୟାଟ୍ସମ୍ୟାନ ରେଗିସ ଚକଭା ୩୩ ରନକରି ଆଉଟ ହୋଇଥିବାବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଆଫଗାନିସ୍ତାନ ତରଫରୁ ରସିଦ୍‌ ଖାଁ ସର୍ବାଧିକ ୪, ଅମୀର ହାମଜା ୩ ଓ ସୟେଦ ଶିର୍ଜାଦ ୨ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ପ୍ରଥମ ଇନିଂସ: ୧୬୦.୪ ଓଭରରେ ୫୪୫/୪ (ଇନିଂସ ଘୋଷଣା)।
ଜିମ୍ବାଓ୍ବେ ପ୍ରଥମ ଇନିଂସ: ୯୧.୩ ଓଭରରେ ୨୮୭
(ରାଜା- ୮୫, ମାସଭାଉର- ୬୫, କାସୁଜା- ୪୧, ମୁସାକାଣ୍ଡା- ୪୧, ଚକଭା- ୩୩, ରସିଦ- ୪/୧୩୮, ହମଜା- ୩/ ୭୩, ଶିରଜାଦ- ୨/୪୮)।
ଜିମ୍ବାଓ୍ବେ ଦ୍ୱିତୀୟ ଇନିଂସ: ୧୩ ଓଭରରେ ୨୪/୦


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

ମୁମ୍ବାଇ ଇଣ୍ଡିଆନ୍ସ ସହ ଗୁଜରାଟ ଟାଇଟାନ୍ସକୁ ବି ଡୁବେଇଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପୂର୍ବତନ କ୍ରିକେଟର୍‌ ଆଣିଲେ ଅଭିଯୋଗ

ନୂଆଦିଲ୍ଲୀ,୧୮।୪: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଗୁଜରାଟ ଟାଇଟାନ୍ସ ଆଇପିଏଲ ୨୦୨୨ ଜିତିଥିଲା। ଏହା ପରେ, ଗୁଜରାଟ ଆଇପିଏଲ ୨୦୨୩ରେ ରନର୍‌ ଅପ୍‌ ହୋଇଥିଲା। କିନ୍ତୁ ଏହି...

କୋହଲିଙ୍କଠାରୁ ପ୍ରେରଣା ପାଇ ୟୁପିଏସ୍‌ସିରେ ତୃତୀୟ ସ୍ଥାନ ହାସଲ କଲେ ଅନନ୍ୟା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୪: ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଦୁନିଆର ଅନ୍ୟତମ ଲୋକପ୍ରିୟ ଆଥଲେଟ ଅଟନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ତାଙ୍କର ୮୦୦ ମିଲିୟନରୁ ଅଧିକ ଫଲୋଅର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri