Posted inଖେଳ

ଦ୍ୱିତୀୟ ଟେଷ୍ଟ: ଜିମ୍ବାଓ୍ବେ ଫଲୋଅନ୍‌

ଆବୁଧାବି,୧୩।୩: ସ୍ଥାନୀୟ ଶେଖ ଜାଏଦ ଷ୍ଟାଡିୟମରେ ଚାଲିଥିବା ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଜିମ୍ବାଓ୍ବେ ଫଲୋଅନ ହୋଇଛି। ଟସ୍‌ ଜିତି ଆଫଗାନିସ୍ତାନ ପ୍ରଥମ ଇନିଂସରେ ହାଶମାତୁଲ୍ଲା ଶାହିଦିଙ୍କ ୨୦୦ ରନର ଅପରାଜିତ ଦ୍ୱିଶତକୀୟ ପାଳି ବଳରେ ୧୬୦.୪ ଓଭରରେ ୪ ଉଇକେଟ ହରାଇ ୫୪୫ ରନ କରି ଇନିଂସ ଘୋଷଣା କରିଥିଲା। ଜବାବରେ ଜିମ୍ବାଓ୍ବ ପ୍ରଥମେ ଇନିଂସ ଆରମ୍ଭ କରି ୯୧.୩ ଓଭରରେ ୨୮୭ ରନକରି ଅଲଆଉଟ ହୋଇଥିଲା। ଫଳରେ ଜିମ୍ବାଓ୍ବେ ପ୍ରଥମ ଇନିଂସ ଭିତ୍ତିରେ ୨୫୮ ରନ ପଛରେ ପଡି ଫଲୋଅନ ହୋଇଛି। ଫଲୋଅନ ହେବା ପରେ ଦ୍ୱିତୀୟ ଇିନିଂସ ଆରମ୍ଭ କରି ଜିମ୍ବାଓ୍ବେ ଶୁକ୍ରବାର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୧୩ ଓଭରରେ କୌଣସି ଉଇକେଟ ନ ହରାଇ ୨୪ ରନ ସଂଗ୍ରହ କରିଛି। ଏବେ ୧୦ ଉଇକେଟ ହାତରେ ରଖି ଜିମ୍ବାଓ୍ବେ ୨୩୪ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ପ୍ରିନ୍ସ ମାସଭାଉର ୩ ଓ କେଭିନ କାସୁଜା ୨୦ ରନ କରି ଅପରାଜିତ ରହିଛନ୍ତି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୫୦/୦ରୁ ଖେଳ ଆରମ୍ଭ କରି ଜମ୍ବାଓ୍ବେ ଶୁକ୍ରବାର ଅଲଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ମାସଭାଉର ୨୯ରୁ ଖେଳ ଆରମ୍ଭ କରି ୬୫ ରନକରି ଆଉଟ ହୋଇଥିଲେ। ସେହିପରି କାସୁଜା ୧୪ ରନରୁ ଖେଳ ଆରମ୍ଭ କରି ୪୧ ରନ କରି ପ୍ୟାଭିଲିୟନ ଫେରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତାରିସାହି ମୁସାକାଣ୍ଡା ୪୧, ସିକନ୍ଦର ରାଜା ସର୍ବାଧିକ ୮୫, ଉଇକେଟକିପର ବ୍ୟାଟ୍ସମ୍ୟାନ ରେଗିସ ଚକଭା ୩୩ ରନକରି ଆଉଟ ହୋଇଥିବାବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଆଫଗାନିସ୍ତାନ ତରଫରୁ ରସିଦ୍‌ ଖାଁ ସର୍ବାଧିକ ୪, ଅମୀର ହାମଜା ୩ ଓ ସୟେଦ ଶିର୍ଜାଦ ୨ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ପ୍ରଥମ ଇନିଂସ: ୧୬୦.୪ ଓଭରରେ ୫୪୫/୪ (ଇନିଂସ ଘୋଷଣା)।
ଜିମ୍ବାଓ୍ବେ ପ୍ରଥମ ଇନିଂସ: ୯୧.୩ ଓଭରରେ ୨୮୭
(ରାଜା- ୮୫, ମାସଭାଉର- ୬୫, କାସୁଜା- ୪୧, ମୁସାକାଣ୍ଡା- ୪୧, ଚକଭା- ୩୩, ରସିଦ- ୪/୧୩୮, ହମଜା- ୩/ ୭୩, ଶିରଜାଦ- ୨/୪୮)।
ଜିମ୍ବାଓ୍ବେ ଦ୍ୱିତୀୟ ଇନିଂସ: ୧୩ ଓଭରରେ ୨୪/୦


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?