ଜୁଲାଇରେ ଶେଷ ହେବ ଦ୍ୱିତୀୟ ଲହର

ନୂଆଦିଲ୍ଲୀ, ୨୦।୫: କରୋନାର ଦ୍ୱିତୀୟ ଲହର ଚଳିତ ବର୍ଷ ଜୁଲାଇ ସୁଦ୍ଧା ଶେଷ ହୋଇଯିବ। ଏହାର ୬ରୁ ୮ ମାସ ପରେ ମହାମାରୀର ତୃତୀୟ ଲହର ଆସିବା ଆକଳନ କରାଯାଉଛି ବୋଲି କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ୩ ଜଣିଆ ବୈଜ୍ଞାନିକ କମିଟି କହିଛି। ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ଦ୍ୱାରା ନିଯୁକ୍ତ କମିଟି ଏସ୍‌ୟୁଟିଆର୍‌ଏ ପଦ୍ଧତି ଆପଣାଇ ମେ’ ଶେଷ ବେଳକୁ ଦୈନିକ ସଂକ୍ରମଣ ୧.୫ ଲକ୍ଷ ଏବଂ ଜୁନ୍‌ ଶେଷ ବେଳକୁ ୨୦,୦୦୦ରେ ପହଞ୍ଚତ୍ବ ବୋଲି ପୂର୍ବାନୁମାନ କରିଛି। ମହାରାଷ୍ଟ୍ର, ଉତ୍ତରପ୍ରଦେଶ, କର୍ନାଟକ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ରାଜସ୍ଥାନ, କେରଳ, ସିକ୍କିମ, ଉତ୍ତରାଖଣ୍ଡ, ଗୁଜରାଟ, ହରିୟାଣା, ଦିଲ୍ଲୀ ଏବଂ ଗୋଆ ସଂକ୍ରମଣର ଶୀର୍ଷରେ ପହଞ୍ଚତ୍ ସାରିଥିବା କମିଟି ସଦସ୍ୟ ତଥା ଆଇଆଇଟି କାନପୁରର ପ୍ରଫେସର ମନିନ୍ଦ୍ର ଅଗ୍ରଓ୍ବାଲ କହିଛନ୍ତି। ତାମିଲନାଡୁ ମେ’ ୨୯ରୁ ୩୧ ମଧ୍ୟରେ ଏବଂ ପଣ୍ଡିଚେରୀ ମେ‘ ୧୯ରୁ ୨୦ ମଧ୍ୟରେ ଶୀର୍ଷ ଛୁଇଁବ ବୋଲି କୁହାଯାଇଛି। ଭାରତର ପୂର୍ବ ଏବଂ ଉତ୍ତରପୂର୍ବ ରାଜ୍ୟଗୁଡ଼ିକରେ ସଂକ୍ରମଣ ଏପର୍ଯ୍ୟନ୍ତ ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ ନାହିଁ। ଆସାମରେ ୨୦ରୁ ୨୧ ମଧ୍ୟରେ ଏବଂ ମେଘାଳୟରେ ମେ’ ୩୦ ବେଳକୁ ଶୀର୍ଷ ଛୁଇଁବାକୁ ଥିବାବେଳେ ତ୍ରିପୁରାରେ ମେ’ ୨୬-୨୭ରେ ସଂକ୍ରମଣ ଶିଖର ଛୁଇଁପାରେ ବୋଲି କୁହାଯାଇଛି। ସେହିପରି ହିମାଚଳପ୍ରଦେଶ ଓ ପଞ୍ଜାବରେ ଯଥାକ୍ରମେ ମେ’ ୨୪ ଓ ୨୨ରେ ସଂକ୍ରମଣ ସର୍ବାଧିକ ସ୍ତରରେ ପହଞ୍ଚତ୍ବା ଆକଳନ କରାଯାଇଛି। ବୈଜ୍ଞାନିକମାନଙ୍କ କହିବା ଅନୁଯାୟୀ ତୃତୀୟ ଲହର ନିର୍ଦ୍ଦିଷ୍ଟ ସ୍ଥାନରେ ହେବ। ସେତେବେଳକୁ ଅଧିକାଂଶ ଟିକା ନେଇସାରିଥିବାରୁ ବିଶେଷ ପ୍ରଭାବିତ ହେବେନାହିଁ। ତୃତୀୟ ଲହର ୨୦୨୨ ଅକ୍ଟୋବର ବେଳକୁ ଶେଷ ହୋଇଯାଇଥିବ ବୋଲି ପ୍ରଫେସର ଅଗ୍ରଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri