ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି ପେନସନ’ ପାଇବା ପାଇଁ ହକଦାର୍‌ ନୁହଁନ୍ତି ବୋଲି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି। ପ୍ରଥମ ସ୍ତ୍ରୀ ଜୀବିତ ଥିବା ସମୟରେ ଜଣେ ବ୍ୟକ୍ତି ଦ୍ୱିତୀୟ ବିବାହ କରନ୍ତି, ତେବେ ସେହି ବିବାହ ଗ୍ରହଣୀୟ ନୁହେଁ। ଏପରି ସ୍ଥିତିରେ ଦ୍ବିତୀୟ ସ୍ତ୍ରୀ ପେନସନ ଦାବି କରିପାରିବେ ନାହିଁ ବୋଲି ହାଇକୋର୍ଟ ରାୟ ଦେଇଛନ୍ତି। ହିନ୍ଦୁ ବିବାହ ଆଇନ-୧୯୫୫ ଅନୁସାରେ ଜଣେ ବ୍ୟକ୍ତି ପ୍ରଥମ ସ୍ତ୍ରୀଙ୍କ ସହ ସମ୍ପର୍କ ଥାଇ ଦ୍ୱିତୀୟ ବିବାହ କରିବା ଏକ ଅପରାଧ। । ଯାହା ଆରମ୍ଭରୁ ବେଆଇନ ତାହା ପରେ ଆଇନଗତ ବା ବୈଧ ବୋଲି ଗ୍ରହଣ କରାଯାଇ ପାରିବନାହିଁ। ଓଡ଼ିଶା ସିଭିଲ ସର୍ଭିସେସ (ପେନସନ) ନିୟମାବଳୀ-୧୯୯୨ ଅନୁସାରେ, ପେନସନ ପାଇଁ ଜଣେ ‘ବୈଧ ପତ୍ନୀ’ ହେବା ଅପରିହାର୍ଯ୍ୟ । ଯେଉଁ ବିବାହ ଆରମ୍ଭରୁ ହିଁ ଅସିଦ୍ଧ ତାହା ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ପରେ ମଧ୍ୟ ବୈଧ ହୋଇପାରିବ ନାହିଁ । ଦ୍ୱିତୀୟ ପତ୍ନୀଙ୍କୁ ପେନସନ ଦେବା ପାଇଁ ଅନୁମତି ଦେବା ଅର୍ଥ ବେଆଇନ କାର୍ଯ୍ୟକୁ ପ୍ରୋତ୍ସାହନ ଦେବା ସହ ସମାନ ବୋଲି ହାଇକୋର୍ଟ କହିଛନ୍ତି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଯୁଦ୍ଧ ଯୋଗୁ ହେବନାହିଁ ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ! ଆସିଲା ବଡ଼ ଅପଡେଟ୍‌, କ୍ରିକେଟ୍‌ ପ୍ରେମୀଙ୍କୁ ଝଟକା

ନୂଆଦିଲ୍ଲୀ,୪।୩: ICC ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲକୁ ନେଇ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ତଥାପି, ମ୍ୟାଚ ପୂର୍ବରୁ, ସୋସିଆଲ ମିଡିଆରେ ଏକ…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ…

୪ର୍ଥ ଆସନ ପ୍ରଶ୍ନବାଚୀରେ…

ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri