ଆହୁରି ବିଗିଡ଼ିବ ସ୍କୁଲ ପଢ଼ା, ୨୫ରୁ ଆନ୍ଦୋଳନକୁ ଓହ୍ଲାଇବେ ମାଧ୍ୟମିକ ଶିକ୍ଷକ

ଭୁବନେଶ୍ୱର, ୨୪।୯ (ଅସମାପିକା ସାହୁ): ରାଜ୍ୟର ଶିକ୍ଷା କ୍ଷେତ୍ରରେ ଶିକ୍ଷକ ସଙ୍କଟ ଲାଗି ରହିଥିବାବେଳେ ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ପିଲାଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହୋଇଛି। ପ୍ରାଥମିକ ଶିକ୍ଷକମାନେ କାର୍ଯ୍ୟ ବନ୍ଦ କରି ବିଇଓଙ୍କ ଅଫିସ୍‌ ଆଗରେ ଧାରଣାରେ ବସିଥିବାରୁ ୧୬ଦିନ ହେବ ଅଧିକାଂଶ ପ୍ରାଥମିକ ବିଦ୍ୟାଳୟରେ ତାଲା ଝୁଲୁଛି। ଏପରି ସ୍ଥିତିରେ ମାଧ୍ୟମିକ ଶିକ୍ଷକମାନେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଥିବାରୁ ସ୍ଥିତି ଆହୁରି ବିଗିଡ଼ିଯିବା ଆଶଙ୍କା ସୃଷ୍ଟି ହୋଇଛି। ୨୧ ଦଫା ଦାବି ନେଇ ରାଜ୍ୟର ପ୍ରାୟ ସାଢ଼େ ୩ ହଜାର ମାଧ୍ୟମିକ ସ୍କୁଲର ୩୦ହଜାରରୁ ଊର୍ଦ୍ଧ୍ୱ ଶିକ୍ଷକ ଆସନ୍ତା ୨୫ ତାରିଖରୁ ଅହୋରାତ୍ର ଆନ୍ଦୋଳନ କରିବେ ବୋଲି ଶନିବାର ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ସୂଚନା ଦେଇଛି। ଆୟୋଜିତ ଖବରଦାତା ସମ୍ମିଳନୀରେ ଓଷ୍ଟାର ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ କହିଛନ୍ତି, ବିଭିନ୍ନ ସମସ୍ୟା ନେଇ ହଜାର ହଜାର ଶିକ୍ଷକ, ଅଭିଭାବକ, ପୁରାତନ ଛାତ୍ର ଓ ପରିଚାଳନା କମିଟି ସଦସ୍ୟଙ୍କୁ ନେଇ ଭୁବନେଶ୍ୱରଠାରେ ଏକ ମହାସମାବେଶ କରାଯିବ ଓ ଶିକ୍ଷକମାନେ ଅହୋରାତ୍ର ଧାରଣାରେ ବସିବେ। ଗତ ଅଗଷ୍ଟ ୧୬ ଶିକ୍ଷକ ଦାବି ଦିବସରେ ୩ ଦିନ ଧରି ଓ ସେପ୍ଟେମ୍ବର ୫ ପବିତ୍ର ଗୁରୁଦିବସରେ ଦୁଇଟି ପର୍ଯ୍ୟାୟରେ ଭୁବନେଶ୍ୱର ରାଜରାସ୍ତାରେ ଓଷ୍ଟାର ଆହ୍ବାନରେ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନେ ଅହୋରାତ୍ର ଧାରଣାରେ ବସି ରହିଥିଲେ। ଶିକ୍ଷକଙ୍କ ସମସ୍ୟା ସମାଧାନ ପାଇଁ ସନ୍ଧ୍ୟାେରେ ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକ ବସିଥିଲା। ବୈଠକ ଶେଷ ହେବା ପରେ ଅର୍ଥମନ୍ତ୍ରୀ ଗଣମାଧ୍ୟମ ସମ୍ମୁଖରେ କହିଥିଲେ, ଶିକ୍ଷକଙ୍କ ସମସ୍ତ ଦାବିର ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ବିଭିନ୍ନ ସଙ୍ଗଠନର ନେତୃବୃନ୍ଦଙ୍କୁ ଡାକି ନିଜ ନିଜର ବିଭାଗର ସଚିବ ଓ ମନ୍ତ୍ରୀଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ କରାଯିବ ବୋଲି କହିଥିଲେ। ହେଲେ ଦୁଃଖ ଓ ପରିତାପର ବିଷୟ ଯେ, ଅଦ୍ୟାବଧି ଏଯାଏ କୌଣସି ଆଲୋଚନା କରାଗଲା ନାହିଁ। ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ଏହାକୁ ପାଳନ କରୁନାହାନ୍ତି। ନୂତନ ଅନୁଦାନପ୍ରାପ୍ତ ଓ ଅନ୍ୟାନ୍ୟ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ନିଯୁକ୍ତି ନ କରିବା, ଚାକିରି ସର୍ତ୍ତାବଳୀ ଓ ପେନ୍‌ସନ ନ ଦେଇ ଶିକ୍ଷକଙ୍କୁ ବାରମ୍ବାର ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ କରୁଛନ୍ତି। ଅବସର ପରେ ପେନ୍‌ସନ ପାଉ ନ ଥିବା ଶିକ୍ଷକଙ୍କୁ ପେନ୍‌ସନ ପ୍ରଦାନ, ଚୁକ୍ତିଭିିତ୍ତିକ ଶିକ୍ଷକଙ୍କୁ ନୋସନାଲ ଇନ୍‌କ୍ରିମେଣ୍ଟ ଦେଇ ବରିଷ୍ଠତା ପ୍ରଦାନ, ଗ୍ରେଡ୍‌ ପେ’ରେ ଥିବା ଅସଙ୍ଗତି ଦୂରୀକରଣ ଭଳି ୨୧ ଦଫା ଦାବି ନେଇ ଆମେ ଆନ୍ଦୋଳନରେ ରହିବୁ। ତେବେ ଆନ୍ଦୋଳନ ସମୟରେ ସ୍କୁଲ ଖୋଲା ରହିବ। ଜଣେ ଲେଖାଏ ଶିକ୍ଷକ ସ୍କୁଲରେ ରହିବେ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ଓଷ୍ଟା ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri