୩ନେତାଙ୍କ ଗୁପ୍ତ ମନ୍ତ୍ରଣା: କାହିଁକି ନରସିଂହଙ୍କ ଘରେ ପହଞ୍ଚିଲେ…

ବଲାଙ୍ଗୀର,୧୧୧ (ବୀରେନ୍ଦ୍ର କୁମାର ଝାଙ୍କର): ବିଭିନ୍ନ ପ୍ରସଙ୍ଗକୁ ନେଇ ସମ୍ପ୍ରତି ରାଜ୍ୟ ରାଜନୀତି ଜୋର ଧରିଛି। ଏତିକି ବେଳେ ରାଜ୍ୟ କଂଗ୍ରେସର ୩ ବରିଷ୍ଠ ନେତାଙ୍କ ମିଳିତ ଆଲୋଚନା ବା ଗୁପ୍ତ ମନ୍ତ୍ରଣା ଚର୍ଚ୍ଚାର ବିଷୟ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ରଙ୍କ ବଲାଙ୍ଗୀରସ୍ଥିତ ଘରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ପହଞ୍ଚତ୍ଥିଲେ। ତିନିଜଣଙ୍କ ମଧ୍ୟରେ ବେଶ୍‌ କିଛି ସମୟ ଧରି ଆଲୋଚନା ହୋଇଥିଲା। କେଉଁ ନିର୍ଦ୍ଦିଷ୍ଟ ପ୍ରସଙ୍ଗରେ ଏହି ବରିଷ୍ଠ ନେତାମାନେ ଆଲୋଚନା କରିଥିଲେ ତାହା ସ୍ପଷ୍ଟ ଜଣାପଡି ନ ଥିଲେ ମଧ୍ୟ କଂଗ୍ରେସ ଦଳର ଅନ୍ତର୍ଦ୍ୱନ୍ଦ୍ୱ ଏବଂ ରାଜ୍ୟ ରାଜନୀତିର ସାମ୍ପ୍ରତିକ ସ୍ଥିତିିକୁ ନେଇ ସେମାନେ ଆଲୋଚନା କରିଥିବା ଚର୍ଚ୍ଚାର ବିଷୟ ହେଉଛି। ଉଲ୍ଲେଖଯୋଗ୍ୟ ଯେ, ପ୍ରଦେଶ କଂଗ୍ରେସ କମିଟିରେ ନେତୃତ୍ୱ ପରିବର୍ତ୍ତନ ପରେ ବରିଷ୍ଠ ନେତାମାନଙ୍କୁ ଅଣଦେଖା କରାଯାଉଥିବା ଓ ଦଳ ଭିତରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିଥିବା ଚର୍ଚ୍ଚାର ବିଷୟ ହୋଇଆସିଛି। ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ରଙ୍କୁ ମଧ୍ୟ ଅଣଦେଖା କରାଯାଉଥିବା ବିଭିନ୍ନ ସମୟରେ ଗଣମାଧ୍ୟମରେ ଚର୍ଚ୍ଚା ହୋଇଛି। ମିଶ୍ରଙ୍କୁ ରାଜ୍ୟ କଂଗ୍ରେସ ଦଳର କୌଣସି ଗୁରୁତ୍ୱପୂର୍ଣ୍ଣ କମିଟିରେ ନିଆଯାଇନାହିଁ କି ତାଙ୍କୁ କୌଣସି ଗୁରୁଦାୟିତ୍ୱ ଦିଆଯାଇନାହିଁ। ଦଳର ପାର୍ଲାମେଣ୍ଟାରୀ ଏଫାୟାର୍ସ କମିଟିରେ ମଧ୍ୟ ନରସିଂହଙ୍କୁ ନିଆଯାଇନାହିଁ। ଏହି କମିଟିରେ ନରସିଂହଙ୍କୁ ରଖିବା ପାଇଁ ରାଜ୍ୟର ବରିଷ୍ଠ କଂଗ୍ରେସ ନେତା ପ୍ରସ୍ତାବ ରଖିବା ସତ୍ତ୍ୱେ ଏହା କାର୍ଯ୍ୟକାରୀ ହୋଇନାହିଁ। ରାଜ୍ୟ କଂଗ୍ରେସରେ ଏବେ ଦଳୀୟ କନ୍ଦଳ ବଢ଼ିବାରେ ଲାଗିଥିବା ଚର୍ଚ୍ଚାର ବିଷୟ ହୋଇଛି। ସମ୍ପ୍ରତି ନୂଆପଡା ଉପନିର୍ବାଚନ ବି ଚାଲିଛି। ଏଭଳି ସମୟରେ ଦୁଇ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ଓ ଜୟଦେବ ପୂର୍ବତନ ମନ୍ତ୍ରୀ ନରସିଂହଙ୍କ ଘରେ ସାକ୍ଷାତ ଆଲୋଚନା କରିବା ଚର୍ଚ୍ଚାର ବିଷୟ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?