ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା ଜଣାପଡିନଥିବା ବେଳେ ଏ ବାବଦରେ ତିର୍ତ୍ତୋଲ ଥାନାରେ ଏତଲା ଦିଆଯାଇଛି ।

ଏତାଲା ପାଇ ପୋଲିସ କ୍ୟାମେରାଟିକୁ ଜବତ କରି ଯାଞ୍ଚ କରିବା ସହ ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ଏହି ଘଟଣାକୁ ଜିଲାପରିଷଦ ସଭାପତି ମନୋଜ ଭୋଇ ତୀବ୍ର ନିନ୍ଦା କରିବା ସହ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି  । ତିର୍ତ୍ତୋଲ ଥାନା ପକ୍ଷରୁ ତଦନ୍ତ କରାଯାଇ ଉକ୍ତ ସିକ୍ରେଟ କ୍ୟାମେରା ଜବତ କରାଯିବା ସହିତ ଡିଜିଟାଲ ଟିମ ଗଠନ କରାଯାଇ ତଦନ୍ତ କରାଯାଉଛି ଓ ଖୁବ ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି କହିଛନ୍ତି ତିର୍ତ୍ତୋଲ ଏସଡିପିଓ ଅଜୟ କୁମାର ଦାସ।

 

Dharitri – Odisha’s No.1 Odia Daily

Share