ସଚିବ, ସିଏମ୍‌ସି କମିଶନରଙ୍କୁ ଜବାବ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ):କଟକର ସିଡିଏ ସେକ୍ଟର-୧୦ ଅଞ୍ଚଳରେ ସ୍ବେରେଜ ଟାଙ୍କି ସଫା କରୁଥିବାବେଳେ ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଖୋଳତାଡ଼ ଆରମ୍ଭ କରିଛନ୍ତି। ଏହି ଘଟଣାର ୨୦ ମାସ ପରେ ଗୁରୁବାର କମିଶନ ତିନିଜଣ ଉଚ୍ଚସ୍ତରୀୟ ଅଧିକାରୀଙ୍କଠାରୁ ରିପୋର୍ଟ ତଲବ କରିଛନ୍ତି। ଏ ନେଇ ସବିଶେଷ ରିପୋର୍ଟ ଆଗାମୀ ୩ ସପ୍ତାହ ଭିତରେ ଦାଖଲ କରିବା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ, କଟକ ମହାନଗର ନିଗମ କମିଶନର ଏବଂ ଦ୍ୱୈତନଗରୀ ପୋଲିସ କମିଶନରଙ୍କୁ ଏନ୍‌ଏଚ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି। ରିପୋର୍ଟ ମିଳିବା ପରେ ଆସନ୍ତା ଜାନୁୟାରୀ ୯ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଏନ୍‌ଏଚ୍‌ଆର୍‌ସି କହିଛନ୍ତି।
ସୂଚନାନୁଯାୟୀ, ୨୦୨୧ ଏପ୍ରିଲ ୧୫ ତାରିଖରେ ସିଡିଏ ସେକ୍ଟର-୧୦ ଅଞ୍ଚଳର ଗଡ଼ା ଛକ ରାସ୍ତା ପାର୍ଶ୍ୱରେ ସ୍ବେରେଜ ଟାଙ୍କି ସଫା ପାଇଁ ପି.ଶଙ୍କର, ଡି.ଶିିବା ଏବଂ ବିଷ୍ଣୁ ନାୟକଙ୍କୁ ନିୟୋଜିତ କରାଯାଇଥିଲା। ଏମାନେ ଟାଙ୍କି ଭିତରେ ପଶିଥିବା ସମୟରେ ଶ୍ୱାସରୁଦ୍ଧ ହୋଇ ପାଟପୁରର ପି.ଶଙ୍କର ଓ ବଡ଼ମ୍ବାର ବିଷ୍ଣୁ ନାୟକଙ୍କର ମୃତ୍ୟୁ ଘଟିଥିଲା। ସେହିପରି ଡି.ଶିବା ଗୁରୁତର ଆହତ ହୋଇଥିଲେ। କଟକ ମହାନଗର ନିଗମ (ସିଏମ୍‌ସି)ର ଚରମ ଅବହେଳା ଯୋଗୁ ବାରମ୍ବାର ଏପରି ଘଟଣା ଘଟୁଛି ବୋଲି ଦର୍ଶାଇ କାର୍ଯ୍ୟାନୁଷ୍ଠାନ ନିମନ୍ତେ ମାନବିକ ଅଧିକାର କର୍ମୀ ଅଖଣ୍ଡ ଜାତୀୟ ମାନବିକ ଅଧିକାର କମିଶନଙ୍କ ନିକଟରେ ପିଟିଶନ୍‌ ଦାଏର କରିଥିଲେ। ଏଥିସହ ସେ ଆହୁରି ଅଭିଯୋଗ କରିଛନ୍ତି ଯେ, ସାରା ଦେଶରେ ମାନୁଆଲ୍‌ ସ୍କାଭେଜିଂ (ମଣିଷଙ୍କ ଦ୍ୱାରା ମଇଳା ସଫେଇ କାର୍ଯ୍ୟ)କୁ ନିଷେଦ୍ଧ କରାଯାଇଥିବାବେଳେ ଏବେ ବି ଓଡ଼ିଶାର ବିଭିନ୍ନ ସ୍ଥାନରେ ଏଭଳି କାର୍ଯ୍ୟ ହେଉଛି। ଏପରିକି କୌଣସି ନିରାପତ୍ତା ସାମଗ୍ରୀ ବ୍ୟବହାର କରାଯାଉନାହିଁ। ଫଳରେ ଅନେକ ଶ୍ରମିକଙ୍କ ଜୀବନ ଯାଉଛି ବୋଲି ଅଖଣ୍ଡ ଅଭିଯୋଗ କରିଛନ୍ତି। ତେଣୁ ଏଭଳି ବେନିୟମ କାମ କରାଉଥିବା ଠିକାଦାର ଏବଂ ଅଫିସରଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସେ ଦାବି କରିଛନ୍ତି। ଅଭିଯୋଗ ପରେ କମିଶନ ଏହାକୁ ଗୁରୁତ୍ୱର ସହ ବିଚାର କରି ଗୃହ ଓ ନଗର ଉନ୍ନୟନ ବିଭାଗର ସଚିବ, ସିଏମ୍‌ସି କମିଶନର୍‌ ଏବଂ ପୋଲିସ୍‌ କମିଶନରଙ୍କୁ ଜବାବ ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri