ଅନୁସଚିବ ପୂର୍ଣ୍ଣଚନ୍ଦ୍ର ସାହୁ ଗିରଫ

ଭୁବନେଶ୍ୱର,୪।୬(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଆଉଜଣେ ବଡ଼ ବାବୁ। ସେ ହେଲେ ରାଜ୍ୟ ସରକାରଙ୍କ ଯୋଜନା ଓ ସମନ୍ବୟ ବିଭାଗର ଅନୁସଚିବ ପୂର୍ଣ୍ଣଚନ୍ଦ୍ର ସାହୁ। ଶୁକ୍ରବାର ଜଣେ କମ୍ପ୍ୟୁଟର ଫାର୍ମ ମାଲିକଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ଭିଜିଲାନ୍ସ ଟିମ୍‌ ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିଛି। ଏନେଇ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ତାଙ୍କ ନାମରେ ଏକ ମାମଲା (ନଂ.୧୩/୨୦୨୨) ରୁଜୁ କରାଯାଇ ପୂର୍ଣ୍ଣଚନ୍ଦ୍ରଙ୍କୁ ଗିରଫ କରାଯାଇଛି। ଏହାପରେ ଭିଜିଲାନ୍ସ ପକ୍ଷରୁ ଭୁବନେଶ୍ୱର ୟୁନିଟ-୧ସ୍ଥିତ ତାଙ୍କ ସରକାରୀ ବାସଭବନ, ଭରତପୁର ଥାନା ଦୁର୍ଗାମାଧବ ନଗରସ୍ଥିତ ଘର, ନୟାଗଡ଼ ଜିଲା ଓଡ଼ଗାଁ ଥାନା ଅଞ୍ଚଳରେ ପୈତୃକ ଘର ଓ ଲୋକସେବା ଭବନରେ ଥିବା ତାଙ୍କ କାର୍ଯ୍ୟାଳୟ ସମେତ ୪ ସ୍ଥାନରେ ଚଢ଼ାଉ କରାଯାଇଛି। ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ରଙ୍କୁ ଶନିବାର କୋର୍ଟ ଚାଲାଣ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଏକ ସରକାରୀ କାର୍ଯ୍ୟରେ ୧୦ଟି କମ୍ପ୍ୟୁଟର ଯୋଗାଇବାକୁ ଲୁଇସ୍‌ ରୋଡ୍‌ର ଜଣେ ଫାର୍ମ ମାଲିକ ଟେଣ୍ଡର ପାଇଥିଲେ। ଏହାର ବିଲ୍‌ ସହ ଅନ୍ୟ ଏକ ଟେଣ୍ଡର ଅର୍ଡର ଦେବାକୁ ଅନୁସଚିବ ୬୫ହଜାର ୫୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ। ପ୍ରତି କମ୍ପ୍ୟୁଟର ପାଇଁ ୩ ହଜାର ଟଙ୍କା ଲେଖାଏ ମୋଟ ୩୦ ହଜାର ଟଙ୍କା ନେବାକୁ କହିଥିଲେ। ଏଥିସହ ୫୫ଟି ୟୁପିଏସ୍‌ ଟେଣ୍ଡରର ଅର୍ଡର ପାଇଁ ୨୬ ହଜାର ୫୦୦ ଟଙ୍କା ମାଗିଥିଲେ। ଟଙ୍କା ନ ମିଳିଲେ ୫୫ଟି ୟୁପିଏସ୍‌ର ଟେଣ୍ଡର ଅର୍ଡରକୁ ରୋକିଦେବାକୁ ପୂର୍ଣ୍ଣଚନ୍ଦ୍ର ଧମକ ଦେଇଥିଲେ। ଏନେଇ କମ୍ପ୍ୟୁଟର ଫାର୍ମ ମାଲିକ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ଲାଞ୍ଚ କାରବାର ଧରିବାକୁ ଭିଜିଲାନ୍ସ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଥିଲା। ଶୁକ୍ରବାର ପୂର୍ଣ୍ଣଚନ୍ଦ୍ର ତାଙ୍କ ସରକାରୀ ବାସଭବନରେ ଉକ୍ତ ଫାର୍ମ ମାଲିକଙ୍କଠାରୁ ୩୦ ହଜାର ଲାଞ୍ଚ ନେଉଥିବାବେଳେ ପୂର୍ବପ୍ରସ୍ତୁତି ଅନୁଯାୟୀ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri