ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ସଚିବ ବିଶାଲ ଦେବ

ବାରିପଦା ଅଫିସ,୨ା୧୧: ରାଜ୍ୟ ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଲ ଦେବଙ୍କୁ ସ୍ବତନ୍ତ୍ର ଭାବେ ମୟୂରଭଞ୍ଜ ଜିଲା ଦାୟିତ୍ୱ ନ୍ୟସ୍ତ ପରେ ସେ ବୁଧବାର ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସିଛନ୍ତି। ପ୍ରଥମ ଦିନରେ ସେ ଜିଲାପରିଷଦ ସମ୍ମଳିନୀ କକ୍ଷରେ ଜିଲାର ସମସ୍ତ ଉନ୍ନୟନ କାର୍ଯ୍ୟର ବିଭାଗ ଅନୁସାରେ ସମୀକ୍ଷା କରିଥିଲେ। ଏହା ପରେ ସେ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଅନ୍‌ଲାଇନ ଶିକ୍ଷାଦାନ ପାଇଁ ଆରମ୍ଭ ହେବାକୁ ଥିବା ଡିଜିଟାଲ ଷ୍ଟୁଡିଓ ବୁଲି ଦେଖିଥିଲେ। ତା’ପରେ ରଙ୍ଗମାଟିଆସ୍ଥିତ ପିଆରଏମ୍‌ ମେଡିକାଲ କଲେଜ ଓ ହସ୍ପିଟାଲ ନୂତନ କ୍ୟାମ୍ପସରେ ନିର୍ମାଣାଧୀନ କୋଠାଗୃହର ଅଗ୍ରଗତି ସମ୍ବନ୍ଧରେ ଅନୁଧ୍ୟାନ କରିଥିଲେ। ଏହାପରେ ପାଲବଣୀରେ ମିଶନଶକ୍ତି ପରିଚାଳିତ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ଆଚାର ତିଆରି ଉଦ୍ୟୋଗ ବୁଲିବା ସହିତ ସଦସ୍ୟାଙ୍କ ସହିତ ଭାବ ବିନିମୟ କରିଥିଲେ। ସେଠାରୁ କୃଷ୍ଣଚନ୍ଦ୍ରପୁର ସିଏଚ୍‌ସି ଗସ୍ତ କରି ସ୍ବାସ୍ଥ୍ୟସେବା ସମ୍ବନ୍ଧରେ ଅନୁଧ୍ୟାନ କରିଥିଲେ। ତା’ପରେ ନିକଟସ୍ଥ ୫-ଟି ହାଇସ୍କୁଲ ପରିଦର୍ଶନ କରିଥିଲେ। ସେଠାରୁ ଫେରି ସେ ତକତପୁରସ୍ଥିତ ଗ୍ରାମ୍ୟ ସ୍ବରାଜ କୌଶଳ ଯୋଜନା ଅଧୀନ ତାଲିମ କେନ୍ଦ୍ର ପରିଦର୍ଶନ କରିବା ପରେ ସର୍କିଟ ହାଉସରେ ରାତି ରହଣି କରିଛନ୍ତି । ଗୁରୁବାର ସେ ବ୍ଲକର ବୀରେଶ୍ୱରପୁର ପଞ୍ଚାୟତର ଏମ୍‌ଜିଏନ୍‌ଆର୍‌ଇଜିଏଏସ୍‌ ଅନୁଦାନରେ ନିର୍ମିତ ଫାର୍ମପଣ୍ଡ ପରିଦର୍ଶନ କରିବେ। ସେହିପରି ଖୁଣ୍ଟା ବ୍ଲକର ଲକ୍ଷଣସାହିରେ ଥିବା ରବର ପ୍ରସେସିଂ ୟୁନିଟ୍‌, ଗୋପବନ୍ଧୁନଗର ବ୍ଲକରେ ନିର୍ମାଣାଧୀନ ମେଗା ପାଇପ ପାନୀୟ ଜଳଯୋଗାଣ ପ୍ରକଳ୍ପ, ଗୋଟିଏ ଡକ୍‌ରାଶିଳ୍ପ ଓ ୨ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କରିବେ। ଶେଷରେ ଉଦଳା ବ୍ଲକର ଭୀମତାଳି ବନ୍ଧର ସୌନ୍ଦର୍ଯ୍ୟକରଣ ଓ ଉଦ୍ୟାନକୃଷି ବିଭାଗର କ୍ଷେତ୍ର ପରିଦର୍ଶନ କରିବେ ବୋଲି ଗସ୍ତ ସୂଚୀରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri