ଓଳାଶୁଣୀ ମେଳାରେ ୧୪୪ ଧାରା

ବାଲିଚନ୍ଦ୍ରପୁର,୯।୨(ସ୍ବ.ପ୍ର.): ପ୍ରସିଦ୍ଧ ଓଳାଶୁଣୀ ଗୁମ୍ପାମେଳା ରବିବାରଠାରୁ ଆରମ୍ଭ ହୋଇଛି। ଚଳିତ ବର୍ଷ କୋଭିଡ଼ କଟକଣା ଯୋଗୁ ଭକ୍ତମାନଙ୍କୁ ମେଳାକୁ ଆସିବାକୁ ବାରଣ କରାଯାଇଥିଲା। କେବଳ ମହାପୁରୁଷଙ୍କ ପୂଜାବିଧି ଓ ନୀତିକାନ୍ତି ପାଳନ ହେବ ବୋଲି ନିଷ୍ପତ୍ତି ପ୍ରସ୍ତୁତି ବୈଠକରେ ନିଆଯାଇଥିଲା ା ମାତ୍ର ରବିବାର ମହାପୁରୁଷଙ୍କ ମହାପ୍ରୟାଣ ଦିବସରେ ନୀତିକାନ୍ତି ହେବା ସହ ବହୁ ଭକ୍ତଙ୍କୁ ଦର୍ଶନ ଓ ଭୋଗ କରିବାର ସୁଯୋଗ ମିଳିଥିଲା। ସୋମବାର ଦିନ ୯ଟା ପର୍ଯ୍ୟନ୍ତ ସେହି ଧାରା ବଜାୟ ରହିଥିଲା। ଏହାପରେ ମେଳା ପଡ଼ିଆର ପ୍ରବେଶ ପଥରେ ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍‌ କରାଯାଇ ପୋଲିସ ଜଗି ବସିଥିଲା। ଜଣେ ହେଲେ ଭକ୍ତଙ୍କୁ ପୋଲିସ ଦର୍ଶନ ପାଇଁ ଛାଡି ନ ଥିଲା ା ଏଥିପାଇଁ ମାନସିକ ପୋଡ଼ପିଠା ଧରି ଆସିଥିବା ଶ୍ରଦ୍ଧାଳୁମାନେ ନିରାଶ ହୋଇଥିଲେ ା ସେମାନେ ଆଣିଥିବା ପୋଡ଼ପିଠାକୁ ରାସ୍ତା ଉପରେ ଥୋଇ ମହାପୁରୁଷଙ୍କ ନାମରେ ପାଣି ବୁଲାଇ ଦୁଇ ହାତ ଟେକିଦେଇ ଫେରିଯାଉଥିବା ଦେଖିବାକୁ ମିଳିଥିଲା ା ପ୍ରଥମ ଦିନ ୧୪୪ ଧାରା ସମ୍ପୂର୍ଣ୍ଣ କୋହଳ କରାଯାଇଥିବା ବେଳେ ସୋମବାର ଦ୍ୱିତୀୟ ଦିନ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯାଇଛି। ପ୍ରଶାସନର ଏପରି ନିଷ୍ପତ୍ତିକୁ ସାଧାରଣରେ ନାପସନ୍ଦ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri