ଜୁନ୍‌ ୧ ଭୋଟଗ୍ରହଣ ପାଇଁ ୩୦ ତାରିଖ ସନ୍ଧ୍ୟାରୁ ୧୪୪ ଧାରା ଜାରି,୧୦୦ ମିଟର ମଧ୍ୟରେ ଫୋନ୍‌ ବ୍ୟବହାର ନିଷେଧ

କଟକ,୨୯ା୫ (କାର୍ତ୍ତିକ ସାହୁ): ଅନ୍ତିମ ପର୍ଯ୍ୟାୟ ଜୁନ୍‌ ୧ ତାରିଖ ଭୋଟ ପାଇଁ କଟକ ଜିଲାର ନିଆଳି, ସାଲେପୁର ଏବଂ ମାହାଙ୍ଗା ବିଧାନସଭା ନିର୍ବାଚନ ମଣ୍ଡଳୀର ଅଞ୍ଚଳରେ ୧୪୪ ଧାରା ଜାରି ହେବ । ଜିଲାପାଳ ଅରିନ୍ଦମ ଡାକୁଆ ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ମତେ ଫୌଜଦାରୀ ଆଇନ୍‌, ୧୮୭୩ ଆଧାରରେ ୧୪୪ ଧାରା ଜାରି କରିଛନ୍ତି। ଆଗାମୀ ୩୦ ତାରିଖ ସନ୍ଧ୍ୟା ୬ଟାରୁ ଜୁନ୍‌ ୨  ସକାଳ ୬ଟା ପର୍ଯ୍ୟନ୍ତ ୧୪୪ ଧାରା ବଳବତ୍ତର ରହିବ।

ଏହି ଧାରା ଅନୁଯାୟୀ. ଭୋଟଗ୍ରହଣ କେନ୍ଦ୍ର ପରିସରର ୨୦୦ ମିଟର ଅଞ୍ଚଳ ମଧ୍ୟରେ ୫ ଜଣ କିମ୍ବା ତଦୁର୍ଦ୍ଧ୍ୱ ବ୍ୟକ୍ତି ଏକତ୍ରିତ ହେବା ନିଷିଦ୍ଧ। କେବଳ ଜନସେବାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ବ୍ୟତୀତ ଅନ୍ୟ ସମସ୍ତଙ୍କ ପାଇଁ ସମଗ୍ର ଜିଲାରେ ଲାଉଡସ୍ପିକର, ଆମ୍ପ୍ଲିଫାୟର ଏବଂ ଉଚ୍ଚ ସ୍ବର କରୁଥିବା ଅନ୍ୟ ଯେକୌଣସି ଉପକରଣ ବ୍ୟବହାର ଉପରେ ନିଷେଧାଦେଶ ଜାରି କରାଯାଇଛି। ଭୋଟ ଗ୍ରହଣ କେନ୍ଦ୍ରର ୨୦୦ ମିଟର ପରିସୀମା ମଧ୍ୟରେ ସରକାରୀ ଦାୟିତ୍ୱ ନିର୍ବାହ କରୁଥିବା ପ୍ରାଧିକୃତ ବ୍ୟକ୍ତିଙ୍କ ବ୍ୟତୀତ ଅନ୍ୟ କାହାର ଯାନବାହନ ପାର୍କିଂ କରାଯାଇ ପାରିବ ନାହିଁ ଏବଂ କୌଣସି ନିର୍ବାଚନ ପୋଷ୍ଟର କିମ୍ବା ଅନ୍ୟ ସାମଗ୍ରୀ ଲଗାଯାଇ ପାରିବ ନାହିଁ। ନିର୍ବାଚନ ଶେଷ ପର୍ଯ୍ୟାୟର ସମାପ୍ତି ପର୍ଯ୍ୟନ୍ତ ଏକ୍‌ଜିଟ ପୋଲର ଫଳାଫଳ ଘୋଷଣା ନିଷେଧ କରାଯାଇଛି। ପ୍ରାଧିକୃତ ଅଧିକାରୀଙ୍କ ବ୍ୟତୀତ ମତଦାନ କେନ୍ଦ୍ରର ୧୦୦ ମିଟର ପରିସୀମା ମଧ୍ୟରେ ସେଲୁଲାର ଫୋନ୍‌, କର୍ଡଲେସ ଫୋନ୍‌, ସ୍ମାର୍ଟ ୱାଚ୍‌ ଆଦି ବ୍ୟବହାର ମଧ୍ୟ ନିଷେଧ ହୋଇଛି। ସେହିପରି ସମଗ୍ର କଟକ ଜିଲା ପରିସୀମାରେ କୌଣସି ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଆଦି ପ୍ରଦର୍ଶନ କରାଯାଇପାରିବ ନାହିଁ। ପ୍ରାଧିକୃତ ଅଧିକାରୀଙ୍କ ବ୍ୟତୀତ ଅନ୍ୟ କେହି ମତଦାନ କେନ୍ଦ୍ର ପରିସରରେ ଅସ୍ତ୍ର ଧାରଣ କରି ରହିବା ମଧ୍ୟ ନିଷେଧ। କୌଣସି ବ୍ୟକ୍ତି ଏହି ନିର୍ଦ୍ଦେଶନାମା ଅମାନ୍ୟ କଲେ ଭାରତୀୟ ପିଙ୍ଗଳ କୋଡ ଧାରା ୧୮୮ ଏବଂ ଅନ୍ୟ ସମ୍ପୃକ୍ତ ପ୍ରାବଧାନ ଅନୁଯାୟୀ ଦଣ୍ଡିତ ହେବେ।
ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ, ଲୋକପ୍ରତିନିଧି ଅଧିନିୟମ ୧୯୫୧ର ଧାରା ୧୨୬ ଅଧାରରେ ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ ସମସ୍ତ ନିର୍ବାଚନ ପ୍ରଚାର ଶେଷ ହେବ। ପ୍ରଚାର ସମୟସୀମା ଶେଷ ହେବା ପରେ କୌଣସି ବ୍ୟକ୍ତି ନିର୍ବାଚନ ସମ୍ବନ୍ଧିତ କୌଣସି ସାଧାରଣ ସଭା କିମ୍ବା ଶୋଭାଯାତ୍ରା ଆୟୋଜନ, ଏଥିରେ ଯୋଗଦାନ କିମ୍ବା ଉଦ୍‌ବୋଧନ ଦେଇପାରିବେ ନାହିଁ। କୌଣସି ବ୍ୟକ୍ତି ଜନସାଧାରଣଙ୍କୁ ନିର୍ବାଚନ ସମ୍ବନ୍ଧିତ କୌଣସି ଫଟୋଚିତ୍ର ପ୍ରଦର୍ଶନ କିମ୍ବା ଟେଲିଭିଜନ ବା ରେଡିଓ ମାଧ୍ୟମରେ ପ୍ରଚାର ପ୍ରସାର କରିପାରିବେ ନାହିଁ। କୌଣସି ବ୍ୟକ୍ତି ସଙ୍ଗୀତ କାର୍ଯ୍ୟକ୍ରମ, ନାଟକ ପ୍ରଦର୍ଶନ କିମ୍ବା ଅନ୍ୟ କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମ ଆୟୋଜନ କରି ନିର୍ବାଚନ ସଂକ୍ରାନ୍ତରେ ପ୍ରଚାର କରିପାରିବେ ନାହିଁ। ପ୍ରଚାର ପାଇଁ ନିର୍ବାଚନ ମଣ୍ଡଳୀ ବାହାରୁ ଅଣାଯାଇଥିବା ବ୍ୟକ୍ତିମାନେ ଯଦି ସମ୍ପୃକ୍ତ ନିର୍ବାଚନମଣ୍ଡଳୀର ଭୋଟର ନୁହନ୍ତି ପ୍ରଚାର ସମୟ ଶେଷ ପରେ ସେମାନେ ନିର୍ବାଚନମଣ୍ଡଳୀରେ ଉପସ୍ଥିତ ରହିପାରିବେ ନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ ପ୍ରଦତ୍ତ ପ୍ରେସ୍‌ ଇସ୍ତାହାରରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri