ଜୁନ୍‌ ୧ ଭୋଟଗ୍ରହଣ ପାଇଁ ୩୦ ତାରିଖ ସନ୍ଧ୍ୟାରୁ ୧୪୪ ଧାରା ଜାରି,୧୦୦ ମିଟର ମଧ୍ୟରେ ଫୋନ୍‌ ବ୍ୟବହାର ନିଷେଧ

କଟକ,୨୯ା୫ (କାର୍ତ୍ତିକ ସାହୁ): ଅନ୍ତିମ ପର୍ଯ୍ୟାୟ ଜୁନ୍‌ ୧ ତାରିଖ ଭୋଟ ପାଇଁ କଟକ ଜିଲାର ନିଆଳି, ସାଲେପୁର ଏବଂ ମାହାଙ୍ଗା ବିଧାନସଭା ନିର୍ବାଚନ ମଣ୍ଡଳୀର ଅଞ୍ଚଳରେ ୧୪୪ ଧାରା ଜାରି ହେବ । ଜିଲାପାଳ ଅରିନ୍ଦମ ଡାକୁଆ ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ମତେ ଫୌଜଦାରୀ ଆଇନ୍‌, ୧୮୭୩ ଆଧାରରେ ୧୪୪ ଧାରା ଜାରି କରିଛନ୍ତି। ଆଗାମୀ ୩୦ ତାରିଖ ସନ୍ଧ୍ୟା ୬ଟାରୁ ଜୁନ୍‌ ୨  ସକାଳ ୬ଟା ପର୍ଯ୍ୟନ୍ତ ୧୪୪ ଧାରା ବଳବତ୍ତର ରହିବ।

ଏହି ଧାରା ଅନୁଯାୟୀ. ଭୋଟଗ୍ରହଣ କେନ୍ଦ୍ର ପରିସରର ୨୦୦ ମିଟର ଅଞ୍ଚଳ ମଧ୍ୟରେ ୫ ଜଣ କିମ୍ବା ତଦୁର୍ଦ୍ଧ୍ୱ ବ୍ୟକ୍ତି ଏକତ୍ରିତ ହେବା ନିଷିଦ୍ଧ। କେବଳ ଜନସେବାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ବ୍ୟତୀତ ଅନ୍ୟ ସମସ୍ତଙ୍କ ପାଇଁ ସମଗ୍ର ଜିଲାରେ ଲାଉଡସ୍ପିକର, ଆମ୍ପ୍ଲିଫାୟର ଏବଂ ଉଚ୍ଚ ସ୍ବର କରୁଥିବା ଅନ୍ୟ ଯେକୌଣସି ଉପକରଣ ବ୍ୟବହାର ଉପରେ ନିଷେଧାଦେଶ ଜାରି କରାଯାଇଛି। ଭୋଟ ଗ୍ରହଣ କେନ୍ଦ୍ରର ୨୦୦ ମିଟର ପରିସୀମା ମଧ୍ୟରେ ସରକାରୀ ଦାୟିତ୍ୱ ନିର୍ବାହ କରୁଥିବା ପ୍ରାଧିକୃତ ବ୍ୟକ୍ତିଙ୍କ ବ୍ୟତୀତ ଅନ୍ୟ କାହାର ଯାନବାହନ ପାର୍କିଂ କରାଯାଇ ପାରିବ ନାହିଁ ଏବଂ କୌଣସି ନିର୍ବାଚନ ପୋଷ୍ଟର କିମ୍ବା ଅନ୍ୟ ସାମଗ୍ରୀ ଲଗାଯାଇ ପାରିବ ନାହିଁ। ନିର୍ବାଚନ ଶେଷ ପର୍ଯ୍ୟାୟର ସମାପ୍ତି ପର୍ଯ୍ୟନ୍ତ ଏକ୍‌ଜିଟ ପୋଲର ଫଳାଫଳ ଘୋଷଣା ନିଷେଧ କରାଯାଇଛି। ପ୍ରାଧିକୃତ ଅଧିକାରୀଙ୍କ ବ୍ୟତୀତ ମତଦାନ କେନ୍ଦ୍ରର ୧୦୦ ମିଟର ପରିସୀମା ମଧ୍ୟରେ ସେଲୁଲାର ଫୋନ୍‌, କର୍ଡଲେସ ଫୋନ୍‌, ସ୍ମାର୍ଟ ୱାଚ୍‌ ଆଦି ବ୍ୟବହାର ମଧ୍ୟ ନିଷେଧ ହୋଇଛି। ସେହିପରି ସମଗ୍ର କଟକ ଜିଲା ପରିସୀମାରେ କୌଣସି ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଆଦି ପ୍ରଦର୍ଶନ କରାଯାଇପାରିବ ନାହିଁ। ପ୍ରାଧିକୃତ ଅଧିକାରୀଙ୍କ ବ୍ୟତୀତ ଅନ୍ୟ କେହି ମତଦାନ କେନ୍ଦ୍ର ପରିସରରେ ଅସ୍ତ୍ର ଧାରଣ କରି ରହିବା ମଧ୍ୟ ନିଷେଧ। କୌଣସି ବ୍ୟକ୍ତି ଏହି ନିର୍ଦ୍ଦେଶନାମା ଅମାନ୍ୟ କଲେ ଭାରତୀୟ ପିଙ୍ଗଳ କୋଡ ଧାରା ୧୮୮ ଏବଂ ଅନ୍ୟ ସମ୍ପୃକ୍ତ ପ୍ରାବଧାନ ଅନୁଯାୟୀ ଦଣ୍ଡିତ ହେବେ।
ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ, ଲୋକପ୍ରତିନିଧି ଅଧିନିୟମ ୧୯୫୧ର ଧାରା ୧୨୬ ଅଧାରରେ ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ ସମସ୍ତ ନିର୍ବାଚନ ପ୍ରଚାର ଶେଷ ହେବ। ପ୍ରଚାର ସମୟସୀମା ଶେଷ ହେବା ପରେ କୌଣସି ବ୍ୟକ୍ତି ନିର୍ବାଚନ ସମ୍ବନ୍ଧିତ କୌଣସି ସାଧାରଣ ସଭା କିମ୍ବା ଶୋଭାଯାତ୍ରା ଆୟୋଜନ, ଏଥିରେ ଯୋଗଦାନ କିମ୍ବା ଉଦ୍‌ବୋଧନ ଦେଇପାରିବେ ନାହିଁ। କୌଣସି ବ୍ୟକ୍ତି ଜନସାଧାରଣଙ୍କୁ ନିର୍ବାଚନ ସମ୍ବନ୍ଧିତ କୌଣସି ଫଟୋଚିତ୍ର ପ୍ରଦର୍ଶନ କିମ୍ବା ଟେଲିଭିଜନ ବା ରେଡିଓ ମାଧ୍ୟମରେ ପ୍ରଚାର ପ୍ରସାର କରିପାରିବେ ନାହିଁ। କୌଣସି ବ୍ୟକ୍ତି ସଙ୍ଗୀତ କାର୍ଯ୍ୟକ୍ରମ, ନାଟକ ପ୍ରଦର୍ଶନ କିମ୍ବା ଅନ୍ୟ କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମ ଆୟୋଜନ କରି ନିର୍ବାଚନ ସଂକ୍ରାନ୍ତରେ ପ୍ରଚାର କରିପାରିବେ ନାହିଁ। ପ୍ରଚାର ପାଇଁ ନିର୍ବାଚନ ମଣ୍ଡଳୀ ବାହାରୁ ଅଣାଯାଇଥିବା ବ୍ୟକ୍ତିମାନେ ଯଦି ସମ୍ପୃକ୍ତ ନିର୍ବାଚନମଣ୍ଡଳୀର ଭୋଟର ନୁହନ୍ତି ପ୍ରଚାର ସମୟ ଶେଷ ପରେ ସେମାନେ ନିର୍ବାଚନମଣ୍ଡଳୀରେ ଉପସ୍ଥିତ ରହିପାରିବେ ନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ ପ୍ରଦତ୍ତ ପ୍ରେସ୍‌ ଇସ୍ତାହାରରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri