ଆସନ୍ତାକାଲିଠାରୁ କଟକରେ ୧୪୪ ଧାରା ଜାରି

କଟକ,୨୨ା୫(କାର୍ତ୍ତିକ ସାହୁ): ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମେ’ ୨୫ରେ ହେବାକୁ ଥିବା ମତଦାନ ପାଇଁ କଟକ ଜିଲାର ୬ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ୧୪୪ ଧାରା ଜାରି କରିଛନ୍ତି। ଏହି ୧୪୪ ଧାରା ୨୩ ତାରିଖ ସନ୍ଧ୍ୟା ୫ଟାରୁ ଲାଗୁ ହୋଇ ୨୬ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ମତେ କଟକ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆ ଜିଲାର ୮୭-ବଡ଼ମ୍ବା, ୮୮- ବାଙ୍କୀ, ୮୯-ଆଠଗଡ଼, ୯୦- ବାରବାଟୀ କଟକ, ୯୧- ଚୌଦ୍ୱାର କଟକ ଓ ୯୩- କଟକ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀର ସମଗ୍ର ଅଞ୍ଚଳରେ ଫୌଜଦାରୀ ଆଇନ୍‌, ୧୮୭୩ ୧୪୪ ଧାରା ଜାରି କରିଛନ୍ତି।
ଏହି ଧାରା ଅନୁଯାୟୀ, ଭୋଟଗ୍ରହଣ କେନ୍ଦ୍ର ପରିସରର ୨୦୦ ମିଟର ଅଞ୍ଚଳ ମଧ୍ୟରେ ୫ ଜଣ କିମ୍ବା ତଦୁର୍ଦ୍ଧ୍ୱ ବ୍ୟକ୍ତି ଏକତ୍ରିତ ହେବା ନିଷିଦ୍ଧ। କେବଳ ଜନସେବାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ବ୍ୟତୀତ ଅନ୍ୟ ସମସ୍ତଙ୍କ ନିମନ୍ତେ ସମଗ୍ର କଟକ ଜିଲାରେ ଲାଉଡସ୍ପିକର, ଆମ୍ପ୍ଲିଫାୟର ଏବଂ ଉଚ୍ଚ ସ୍ବର କରୁଥିବା ଅନ୍ୟ ଯେ କୌଣସି ଉପକରଣ ବ୍ୟବହାର ଉପରେ ନିଷେଧାଦେଶ ଜାରି କରାଯାଇଛି। ମତଦାନ କେନ୍ଦ୍ରର ୨୦୦ ମିଟର ପରିସୀମା ମଧ୍ୟରେ ସରକାରୀ ଦାୟିତ୍ୱ ନିର୍ବାହ କରୁଥିବା ପ୍ରାଧିକୃତ ବ୍ୟକ୍ତିଙ୍କ ବ୍ୟତୀତ ଅନ୍ୟ କାହାର ଯାନବାହନ ପାର୍କିଂ କରାଯାଇ ପାରିବ ନାହିଁ। ଉକ୍ତ ପରିସୀମାରେ କୌଣସି ନିର୍ବାଚନ ପୋଷ୍ଟର କିମ୍ବା ଅନ୍ୟ ସାମଗ୍ରୀ ଲଗାଯାଇ ପାରିବ ନାହିଁ। ନିର୍ବାଚନ ଶେଷ ପର୍ଯ୍ୟାୟର ସମାପ୍ତି ପର୍ଯ୍ୟନ୍ତ ଏକଜିଟ ପୋଲ୍‌ର ଫଳାଫଳ ଘୋଷଣା ମଧ୍ୟ ନିଷେଧ କରାଯାଇଛି। ପ୍ରାଧିକୃତ ଅଧିକାରୀଙ୍କ ବ୍ୟତୀତ ମତଦାନ କେନ୍ଦ୍ରର ୧୦୦ ମିଟର ପରିସୀମା ମଧ୍ୟରେ ସେଲୁଲାର ଫୋନ୍‌, କର୍ଡଲେସ ଫୋନ୍‌ ଇତ୍ୟାଦି ବ୍ୟବହାର ମଧ୍ୟ ନିଷେଧ। ସେହିପରି କଟକ ଜିଲା ପରିସରରେ କୌଣସି ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଆଦି ପ୍ରଦର୍ଶନ କରାଯାଇପାରିବ ନାହିଁ। ପ୍ରାଧିକୃତ ଅଧିକାରୀଙ୍କ ବ୍ୟତୀତ ଅନ୍ୟ କେହି ମତଦାନ କେନ୍ଦ୍ର ପରିସରରେ ଅସ୍ତ୍ର ଧାରଣ କରି ରହିବା ମଧ୍ୟ ନିଷେଧ। କୌଣସି ବ୍ୟକ୍ତି ଏହି ନିର୍ଦ୍ଦେଶନାମା ଅମାନ୍ୟ କଲେ ଭାରତୀୟ ପିଙ୍ଗଳ କୋଡ୍‌ ଧାରା ୧୮୮ ଏବଂ ଅନ୍ୟ ସମ୍ପୃକ୍ତ ପ୍ରାବଧାନ ଅନୁଯାୟୀ ଦଣ୍ଡିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri