ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି ଧାରା ୧୮ ତାରିଖ ଶନିବାରଠାରୁ ନିର୍ବାଚନ ଶେଷ ହେବାର ଗୋଟିଏ ଦିନ ପରେ ଅର୍ଥାତ୍‌ ୨୧ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ଜିଲାପାଳଙ୍କ ଏକ ନିର୍ଦ୍ଦେଶ ଚିଠିରେ ଉଲ୍ଲେଖ କରାଯାଇଛି।

ସାଧାରଣ ନିର୍ବାଚନ ସମୟରେ ଜିଲାରେ ବିଶେଷ କରି ଜିଲାର ସୀମା ମଧ୍ୟରେ କୌଣସି ଉତ୍ତେଜନା କିମ୍ବା ଅପ୍ରିତିକାର ପରିସ୍ଥିତି ,ସୃଷ୍ଟି ହେବା ଆଶଙ୍କା ରହିଛି। ତେବେ ନିର୍ବାଚନକୁ ଅବାଧ ଓ ଶାନ୍ତି ଶୃଙ୍ଖଳାର ସହ ପାଳନ କରାଯିବାକୁ ଜିଲାପାଳ ଏହି ପଦକ୍ଷେପ ନେଇଛନ୍ତି। ସେହିପରି ଏହି ସମୟ ମଧ୍ୟରେ କେହି ଲାଇସେନ୍ସ ପ୍ରାପ୍ତ ବନ୍ଧୁକ କିମ୍ବା ବିଭିନ୍ନ ମରଣାସ୍ତ୍ର ଧରିବା ସମ୍ଭାବନା ରହିଥିବା ଆଶଙ୍କାରେ ଏହି ଧାରାକୁ କାର୍ଯ୍ୟକାରୀ କରାଯାଉଛି। ଏହି ଧାରା ଉଚ୍ଛେଦ ପର୍ଯ୍ୟନ୍ତ କୌଣସି ସ୍ଥାନରେ ୫ ଜଣରୁ ଅଧିକ ଲୋକ ଏକାଠି ହୋଇପାରିବେନି। ସେହିପରି ଭୋଟ୍‌ ଦିନ ଓ ଗଣତି ଦିନ ମଧ୍ୟ ମତଦାନ ଓ ଗଣତି କେନ୍ଦ୍ର ଠାରୁ ୨ ଶହ ମିଟର ଦୂରତାରେ ରହିବାକୁ ନିର୍ଦ୍ଦେଶ ରହିଛି । କେବଳ ମତଦାନ ଦଳ, ପୋଲିସ ଓ ଦାୟିତ୍ୱରେ ଥିବା କର୍ମଚାରୀ କିମ୍ବା ଧାଡ଼ିରେ ଥିବା ଭୋଟରମାନଙ୍କ ପାଇଁ ଏହି ନିୟମ ପ୍ରଯ୍ୟୁଜ୍ୟ ହେବ ନାହିଁ ବୋଲି କୁହାଯାଇଛି । ତେବେ ନିୟମ ଅବମାନନା କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?