Posted inଜାତୀୟ

୬ ଡିସେମ୍ବର ପାଇଁ ମଥୁରାରେ ୧୪୪ ଧାରା ଜାରି…

ଲକ୍ଷ୍ନୌ,୫।୧୨: ୍‌ ଡିସେମ୍ବର ୬କୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ମଥୁରାରେ ବିଶେଷ ସତର୍କତା ଅବଲମ୍ବନ କରିଛନ୍ତି। ସ୍ଥାନୀୟ ସଂଗଠନ ଅଖିଳ ଭାରତୀୟ ହିନ୍ଦୁ ମହାସଭା ପକ୍ଷରୁ ଡିସେମ୍ବର ୬ରେ ଶ୍ରୀକୃଷ୍ଣ ଜନ୍ମଭୂମି କମ୍ପ୍ଲେକ୍ସରେ ଅବସ୍ଥିତ ଶାହି ଉଦ୍‌ଗାହରେ ପ୍ରବେଶ କରି ପ୍ରଭୁ ଶ୍ରୀକୃଷ୍ଣଙ୍କ ବାଲ ବିଗ୍ରହଙ୍କର ଜଳାଭିିଷେକ ଘୋଷଣା କରିବା ପରେ ଜିଲା ପୋଲିସ ପ୍ରଶାସନ ସଜାଗ ରହିଛି। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜିଲାରେ ୧୪୪ ଧାରା ଲାଗୁ କରାଯାଇଛି। ଶ୍ରୀକୃଷ୍ଣ ଜନ୍ମସ୍ଥାନ, ଶାହି ମସଜିଦ ଇସ୍‌ଗାହ ଏବଂ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ଜିଲା ଡିଏମ ନବନୀତ ସିଂ ଚହଲ, ଏସଏସପି ଡ.ଗୌରବ ଗ୍ରୋଭର ଏବଂ ଡିଏସପି ଅଭିଶେକ ତିୱାରୀ ସହରର ସମ୍ବେଦନଶୀଳ ଅଞ୍ଚଳ ବୁଲି ନିରୀକ୍ଷଣ କରିଛନ୍ତି। ଏହା ସହିତ ସମସ୍ତ ସୁରକ୍ଷାକର୍ମୀ ଏବଂ ପୋଲିସ ଅଧିକାରୀଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ମଥୁରା ପ୍ରଶାସନ ପକ୍ଷରୁ ୨୦୨୧ ନଭେମ୍ବର ୨୪ ରୁ ୨୦ ଜାନୁୟାରୀ ୨୦୨୨ ପର୍ଯ୍ୟନ୍ତ ଜିଲାରେ ନିଷେଧାଦେଶ ଜାରି କରାଯାଇଛି। ଏହି କାରଣରୁ ୫ କିମ୍ବା ୫ରୁ ଅଧିକ ଲୋକଙ୍କୁ ସମଗ୍ର ଜିଲାରେ ବିନା ଅନୁମତିରେ ଏକାଠି ଭିଡ଼ ଜମାଇବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri